ଓଡ଼ିଆ ପକ୍ଷ ପାଳନ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା, ୧୪ ଦିନ ରାଜ୍ୟବ୍ୟାପୀ ଚାଲିବ କାର୍ଯ୍ୟକ୍ରମ

ଭୁବନେଶ୍ୱର, ୧ା୪: ଆଜି ଓଡ଼ିଶା ଦିବସ ବା ଉତ୍କଳ ଦିବସ ରାଜ୍ୟରେ ବହୁ ଉତ୍ସାହର ସହିତ ସମଗ୍ର ରାଜ୍ୟରେ ପାଳନ କରାଯାଉଛି। ୧୯୩୬ ମସିହାରେ ଏହି ଦିନ ଓଡ଼ିଶା ଏକ ସ୍ୱତନ୍ତ୍ର ପ୍ରଦେଶ ଭାବେ ଗଠନ ହୋଇଥିଲା, ଯାହା ଭାରତରେ ଭାଷାଭିତ୍ତିକ ରାଜ୍ୟ ଗଠନର ପ୍ରଥମ ଉଦାହରଣ। ଏହି ଐତିହାସିକ ଦିନ ଓଡ଼ିଆ ଜାତିର ପରିଚୟ, ସଂସ୍କୃତି ଓ ଗରିମାର ସ୍ମରଣ କରାଇ ଦିଏ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ”୧ ଏପ୍ରିଲ୍ ‘ଓଡ଼ିଶା ଦିବସ’ ଠାରୁ ୧୪ ଏପ୍ରିଲ୍ ‘ଓଡ଼ିଆ ନବବର୍ଷ’ ପର୍ଯ୍ୟନ୍ତ ଏହି ୧୪ ଦିନ ଆମେ ‘ଓଡ଼ିଆ ପକ୍ଷ’ ଭାବେ ପାଳନ କରାଯିବ। ଏହି ପକ୍ଷର ପ୍ରତ୍ୟେକ ମୁହୂର୍ତ୍ତ ସବୁ ଓଡ଼ିଆଙ୍କ ପାଇଁ ସ୍ୱାଭିମାନ, ସଂସ୍କୃତି, ପରମ୍ପରା ଓ ଅସ୍ମିତାକୁ ନେଇ ପ୍ରେରଣାର ସମୟ ହେଉ । ଓଡ଼ିଆ ପର୍ବ ହେଉ ଆମ ଭାଷା, ସାହିତ୍ୟ, ଖାଦ୍ୟ, ପୋଷାକ, ନୃତ୍ୟ, ସଙ୍ଗୀତ ଓ ସଂସ୍କୃତିର ଉତ୍ସବ।

ଏହି ସମୟ ମଧ୍ୟରେ ଯେଉଁ ମହାପୁରୁଷ ଓ ମହିୟସୀ ମାନଙ୍କ ତ୍ୟାଗ ଓ ବଳିଦାନ ଯୋଗୁଁ ୧୯୩୬ ମସିହାରେ ଖଣ୍ଡ ବିଖଣ୍ଡିତ ଓଡ଼ିଶାର ଏକତ୍ରୀକରଣ ସମ୍ଭବ ହୋଇଥିଲା, ସେହି ବିନ୍ଧାଣୀ ମାନଙ୍କୁ ଆମେ ସ୍ମରଣ କରିବା ଓ ସମ୍ମାନ ଦେବା। ଓଡ଼ିଆ ନବବର୍ଷ ଏବଂ ମହାବିଷୁବ ସଂକ୍ରାନ୍ତି ହେଉ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ନୂଆ ଉଦ୍ୟମ, ନୂଆ ସଂକଳ୍ପ ଓ ବିକଶିତ ଓଡ଼ିଶାର ନୂତନ ଅବସର।”

୧୪ ଦିନ ଧରି ରାଜ୍ୟବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ:

ଏପ୍ରିଲ ୧: ସ୍ଵତନ୍ତ୍ର ଭାଷା ଭିତ୍ତିକ ଓଡ଼ିଶା ପ୍ରଦେଶ ଗଠନ ଉପଲକ୍ଷେ ରାଜ୍ୟ, ଜିଲ୍ଲା ଏବଂ ଉପଖଣ୍ଡ ସ୍ତରରେ ଓଡ଼ିଶା ଦିବସ ପାଳନ କରାଯିବ। ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୂଲ୍ୟରେ ଓଡ଼ିଶା ଦିବସ ପାଳନ କରାଯିବ।

ଏପ୍ରିଲ ୨: ରାଜ୍ୟର ପ୍ରାଥମିକ ବିଦ୍ୟାଳୟର ଶିଶୁ ବାଟିକାରେ ନାମ ଲେଖାଯିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୁଲ୍ୟରେ ଖଡିଛୁଆଁ ଓ ପ୍ରବେଶ ଉତ୍ସବ ପାଳନ କରାଯିବ ।

ଏପ୍ରିଲ ୩: ପାରମ୍ପରିକ ଓଡ଼ିଆ ପୋଷାକ ତଥା ଓଡ଼ିଶାର ହସ୍ତତନ୍ତ, ବୟନ ଶିଳ୍ପର ପ୍ରଚାର-ପ୍ରସାର ପାଇଁ ହସ୍ତତନ୍ତ, ବୟନ ଶିଳ୍ପ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ପାରମ୍ପରିକ ପୋଷାକ ପରିଧାନ- “ଆମ ପୋଷାକ ଆମ ପରିଚୟ” ଦିବସ ପାଳନ କରାଯିବ।

ଏପ୍ରିଲ ୪: ରାଜ୍ୟର ବିଭିନ୍ନ ଦୋକାନ ବଜାରରେ ଓଡ଼ିଆ ନାମ ଫଳକର ବ୍ୟବହାର ପାଇଁ ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗ ପକ୍ଷରୁ “ଓଡ଼ିଆରେ ନାମ ଫଳକ ଅଭିଯାନ – ସଚେତନତା ପଦଯାତ୍ରା” ର ଆୟୋଜନ କରାଯିବ।

ଏପ୍ରିଲ ୫: କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଐତିହ୍ୟ ଗଣଦୌଡ଼ କାର୍ଯ୍ୟକ୍ରମର ଆୟୋଜନ କରାଯିବ।

ଏପ୍ରିଲ ୬: ଓଡ଼ିଶାରେ ଥିବା ଦେବାଳୟ ଓ ଐତିହ୍ୟ ସ୍ଥଳୀଗୁଡ଼ିକୁ ସର୍ବଦା ସ୍ୱଚ୍ଛ ରଖିବା ପାଇଁ ସ୍ୱଚ୍ଛତା ଅଭିଯାନର ଆୟୋଜନ କରାଯିବ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ପର୍ଯ୍ୟଟନ ବିଭାଗ, ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗ ଓ ଗୃହ ଓ ନଗର ଉନ୍ନୟନ ବିଭାଗର ମିଳିତ ଆନୁକୂଲ୍ୟରେ ଏହାର ଆୟୋଜନ କରାଯିବ।

ଏପ୍ରିଲ ୭: ଓଡ଼ିଆ ଭାଷାର ପ୍ରାରମ୍ଭିକ ପରିଚୟ ପ୍ରଦାନ କରୁଥିବା ଭକ୍ତକବି ମଧୁସୂଦନ ରାଓଙ୍କ ରଚିତ “ବର୍ଣ୍ଣବୋଧ” ନିମନ୍ତେ ଏହି ଦିନଟିକୁ ବର୍ଣ୍ଣବୋଧ ବଣ୍ଟନ-ବର୍ଣ୍ଣବୋଧ ଉତ୍ସବ ଭାବେ ପାଳନ କରାଯିବ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଏହା ପାଳନ କରାଯିବ।

ଏପ୍ରିଲ ୮: ରେଡ଼କ୍ରସ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏହି ଦିନଟିକୁ ରକ୍ତଦାନ ଅଭିଯାନ ଭାବରେ ପାଳନ କରାଯିବ।

ଏପ୍ରିଲ ୯: ଓଡ଼ିଆ ସାହିତ୍ୟ ଓ ପୁସ୍ତକ ପଠନକୁ ପ୍ରୋତ୍ସାହନ ଦେବା ପାଇଁ ଏହି ଦିନଟିକୁ “ଆସ ବହିଟିଏ କିଣିବା” ଅଭିଯାନ ଭାବରେ ପାଳନ କରାଯିବ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗର ମିଳିତ ଆନୁକୂଲ୍ୟରେ ଏହା ଅନୁଷ୍ଠିତ ହେବ।

ଏପ୍ରିଲ ୧୦: ଓଡ଼ିଶାର ଲୋକକଳାକୁ ବିଶ୍ୱ ବିଦିତ କରିବା ପାଇଁ “ଲୋକକଳା ପାଇଁ ଦିନ ଟିଏ -ବରିଷ୍ଠ କଳାକାରଙ୍କୁ ସମ୍ବର୍ଦ୍ଧନା ଓ କଳାଗ୍ରାମ ପରିଦର୍ଶନ ଉତ୍ସବର ପାଳନ କରାଯିବ। ଓଡ଼ିଆ ଭାଷା,ସାହିତ୍ୟ ଓ ସଂସ୍କୃତି ଏବଂ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଆନୁକୂଲ୍ୟରେ ଏହା ଅନୁଷ୍ଠିତ ହେବ।

ଏପ୍ରିଲ ୧୧: ଓଡ଼ିଶା ସାହିତ୍ୟ ଏକାଡେମୀ, ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଏହି ଦିନରେ ଯୁବ ଲେଖକ ସମ୍ମିଳନୀର ଆୟୋଜନ କରାଯିବ।

ଏପ୍ରିଲ ୧୨: ଓଡ଼ିଶା ସାହିତ୍ୟ ଏକାଡେମୀ ଓ ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ଓଡ଼ିଶାର ବରପୁତ୍ର ମାନଙ୍କ ଉପରେ ଆଲୋଚନା କରାଯିବ।

ଏପ୍ରିଲ ୧୩: ଖାଦ୍ୟ ପରମ୍ପରା ହେଉଛି ଆମ ଓଡ଼ିଆ ସଂସ୍କୃତିର ଅବିଚ୍ଛେଦ୍ୟ ଅଂଶ। ଏହି ଖାଦ୍ୟ ପରମ୍ପରାକୁ ପାଳନ କରିବା ପାଇଁ “ପାରମ୍ପାରିକ ଖାଦ୍ୟ ପାଳନ ଅଭିଯାନ- ଆମ ରୁଚି ଆମ ଖାଦ୍ୟ” ଉତ୍ସବ ପାଳନ କରାଯିବ। ପଞ୍ଚୟତି ରାଜ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଏହା ଆୟୋଜନ କରାଯିବ ।

ଏପ୍ରିଲ ୧୪: ଓଡ଼ିଆ ନବବର୍ଷକୁ ମହା ଆଡ଼ମ୍ବର ସହକାରେ ପାଳନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri