ନବ ଦାସଙ୍କ ପତ୍ନୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ: ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନର ଦେଲେ ଭରସା

ଭୁବନେଶ୍ୱର, ୧୯।୩: ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ହତ୍ୟାକାଣ୍ଡ ସମ୍ପର୍କରେ ଉଚିତ୍ ତଦନ୍ତ କରାଯାଇ ପ୍ରକୃତ ଦୋଷୀକୁ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯିବ। ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ଦାସଙ୍କ ପରିବାରଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ମର୍ମରେ ଭରସା ଦେଇଛନ୍ତି।

ସ୍ୱର୍ଗତ ଦାସଙ୍କ ପତ୍ନୀ ମୀନତି ଦାସ ବୁଧବାର ସନ୍ଧ୍ୟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ତାଙ୍କ ସ୍ୱାମୀଙ୍କ ହତ୍ୟାକାଣ୍ଡର ତଦନ୍ତ ସମ୍ପର୍କରେ ଆଲୋଚନା କରିଛନ୍ତି। ଏହି ଆଲୋଚନା ସମୟରେ ତାଙ୍କ କନ୍ୟା ପୂର୍ବତନ ବିଧାୟିକା ଦୀପାଳି ଦାସ ଓ ପୁତ୍ର ବିଶାଳ ଦାସ ମଧ୍ୟ ଉପସ୍ଥିତ ଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଯେଉଁଭଳି ଭାବେ ଏହି ଘଟଣା ଘଟିଲା ତାହା ଅତ୍ୟନ୍ତ ଦୁଃଖଦ ଓ ନିନ୍ଦନୀୟ । ଏହି ଘଟଣାରେ ସରକାର ସବୁ ଦିଗକୁ ପୁଣି ଥରେ ତନ୍ନ ତନ୍ନ କରି ପରୀକ୍ଷା କରିବେ ଏବଂ ପ୍ରକୃତ ଦୋଷୀକୁ ଖୋଜି ବାହାର କରିବେ। ଆଇନର ମର୍ଯ୍ୟାଦା ମଧ୍ୟରେ ଦୋଷୀ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଭରସା ଦେଇଥିଲେ ।

ଶ୍ରୀମତୀ ଦାସଙ୍କୁ ତଦନ୍ତକାରୀ ସଂସ୍ଥାକୁ ସହଯୋଗ କରିବାକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସେ ଯେ କୌଣସି ସମୟରେ ତାଙ୍କୁ ବ୍ୟକ୍ତିଗତ ଭାବେ ଏ ସମ୍ପର୍କରେ ଅବଗତ କରାଇପାରିବେ। ସେ ନିଜେ ଓ ତାଙ୍କ ସରକାର ନ୍ୟାୟ ସପକ୍ଷରେ ଅଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ତେବେ ବ୍ୟକ୍ତିଗତ ଭାବେ ଭେଟି ଏହି ଆଲୋଚନା କରିଥିବାରୁ ଏବଂ ନ୍ୟାୟ ମିଳିବାର ଭରସା ଦେଇଥିବାରୁ ଶ୍ରୀମତୀ ଦାସ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ନବୀନଙ୍କ ସାମ୍ନାରେ ପାଣ୍ଡିଆନଙ୍କୁ ନେଇ ଏମିତି କହିଦେଲେ ମୁନ୍ନା ଖାଁ: ଓଡ଼ିଶା ରାଜନୀତିରେ ହଲଚଲ

ଭୁବନେଶ୍ୱର,୨୬।୧୨: ବିଜେଡିର ପ୍ରତିଷ୍ଠା ଦିବସରେ ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଏମ୍‌ପି ମୁନ୍ନା ଖାଁ। ସେ କହିଛନ୍ତି, ବିଜୁ ବାବୁଙ୍କ ରାସ୍ତାରେ ଆମେ...

ଦିଲ୍ଲୀରେ ଭୀଷଣ ହେଉଛି ବାୟୂ ପ୍ରଦୂଷଣ, ଏୟାର୍ ପ୍ୟୁରିଫାୟର୍‌ରେ GST କମାଇବାକୁ ମନାକଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,,୨୬।୧୨: ଦିଲ୍ଲୀ ବାୟୁ ପ୍ରଦୂଷଣରେ ଲୋକେ ହନ୍ତସନ୍ତ ହେଉଛନ୍ତି। ସରକାରଙ୍କ ଅନେକ ପଦକ୍ଷେପ ସତ୍ତ୍ୱେ ଏଥିରେ ସୁଧାର ଆସୁ ନାହିଁ। ଫଳରେ ଲୋକେ କେବଳ ଅତ୍ୟାଧୁନିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri