Posted inରାଜ୍ୟ

ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ଅମିତ ଶାହାଙ୍କ ନିକଟରେ କରିଦେଲେ ଏହି ଦାବି

ଭୁବନେଶ୍ୱର,୭ା୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାରଠାରୁ ୩ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଏହି ଅବସରରେ ସେ ବୁଧବାର ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି। କେନ୍ଦ୍ର ଖାଉଟି କଲ୍ୟାଣ ମନ୍ତ୍ରୀ ପ୍ରହଲ୍ଲାଦ ଜୋଷୀଙ୍କୁ ମୁଖ୍ୟମନ୍ତ୍ରୀ ଭେଟିଛନ୍ତି। ଏହି ଅବସରରେ ତାଙ୍କ ସହ ରାଜ୍ୟ ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂଦେଓ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ରାଜ୍ୟର ୫ ଜଣ ଏମ୍‌ପି ଭର୍ତ୍ତୃହରି ମହତାବ, ସମ୍ବିତ ପାତ୍ର, ପ୍ରଦୀପ ପୁରୋହିତ, ସଙ୍ଗୀତା କୁମାରୀ ସିଂଦେଓ ପ୍ରମୁଖ ଉପସ୍ଥିତ ଥିଲେ। ଏହାସହ ରାଜ୍ୟର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ସଚିବ ସଞ୍ଜୟ ସିଂ ମଧ୍ୟ ଉପସ୍ଥିତ ଥିଲେ। ଏହି ଅବସରରେ ଏକ ବୈଠକ ଅନୁଷ୍ଠିତ ହୋଇଥିବା ବେଳେ ଓଡ଼ିଶାରୁ ଅଧିକ ଚାଉଳ ଉଠାଇବାକୁ ରାଜ୍ୟ ସରକାର ପ୍ରସ୍ତାବ ଦେଇଛନ୍ତି। ଏଫ୍‌ସିଆଇ ମାସିକିଆ ଭାବେ ଅଧିକ ଚାଉଳ ଉଠାଇବା ଦରକାର। ଧାନ ଉତ୍ପାଦନରେ ଓଡ଼ିଶା ବଳକା ରାଜ୍ୟ ହୋଇଥିବାରୁ ଆସନ୍ତା ଅମଳ ଋତୁରେ ଅଧିକ ଧାନ ଉଠାଇବା ଲାଗି ଏଫ୍‌ସିଆଇକୁ ନିର୍ଦ୍ଦେଶ ଦେବା ଲାଗି ମୁଖ୍ୟମନ୍ତ୍ରୀ କହିଥିଲେ। ଅନ୍ୟପଟେ କେନ୍ଦ୍ରମନ୍ତ୍ରୀ ମଧ୍ୟ ଏହାକୁ ତର୍ଜମା କରି ପଦକ୍ଷେପ ନେବା ଲାଗି ମନ୍ତ୍ରଣାଳୟର ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିବା ତାଙ୍କ ଏକ୍ସ ଯୋଗେ ସୂଚନା ଦେଇଛନ୍ତି।

ଏହାପରେ ମୁଖ୍ୟମନ୍ତ୍ରୀ ନୂଆଦିଲ୍ଲୀଠାରେ କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ସି.ଆର୍‌. ପାଟିଲଙ୍କ ସହ ସାକ୍ଷାତ କରିଛନ୍ତି। ଏହି ଅବସରରେ ସେ ମହାନଦୀ ଜଳ ବିବାଦ ନେଇ ରହିଥିବା ସମସ୍ୟା ସମ୍ପର୍କରେ ଆଲୋଚନା କରିଛନ୍ତି। ଏହାର ନିରପେକ୍ଷ ଓ ନ୍ୟାୟସଙ୍ଗତ ସମାଧାନ ବିଷୟରେ ଆଲୋଚନା କରିଛନ୍ତି। ଏହାସହ ଭିଜନ ଓଡ଼ିଶା ୨୦୩୬ ଏବଂ ୨୦୪୭ ପୁସ୍ତକ ପ୍ରଦାନ କରିଛନ୍ତି। ଏଥିସହିତ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ସହିତ ମଧ୍ୟ ମୁଖ୍ୟମନ୍ତ୍ରୀ ସାକ୍ଷାତକରି ରାଜ୍ୟର ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ ଓ କେନ୍ଦ୍ର-ରାଜ୍ୟ ସମନ୍ବୟ ସମ୍ପର୍କିତ ବିଷୟଗୁଡ଼ିକ ଉପରେ ଆଲୋଚନା କରିଥିବା ତାଙ୍କ ଏକ୍ସରେ ଉଲ୍ଲେଖ କରିଛନ୍ତି। କେନ୍ଦ୍ର ଭାରିଶିଳ୍ପ ଓ ସାର୍ବଜନୀନ ଉଦ୍ୟୋଗ ଏବଂ ଇସ୍ପାତ ମନ୍ତ୍ରୀ ଏଚ୍‌.ଡି. କୁମାରସ୍ବାମୀଙ୍କ ସହ ସାକ୍ଷାତକରି ମୁଖ୍ୟମନ୍ତ୍ରୀ ତାଙ୍କ ଏକ୍ସରେ ଉଲ୍ଲେଖ କରିଛନ୍ତି, ଓଡ଼ିଶାରେ ଇସ୍ପାତ କ୍ଷେତ୍ରର ବିକାଶ, ରାଉରକେଲା ଇସ୍ପାତ କାରଖାନାର ସମ୍ପ୍ରସାରଣ ଏବଂ ରାଜ୍ୟରେ ଶିଳ୍ପ ଅଭିବୃଦ୍ଧି ଓ ନିଯୁକ୍ତି ସୃଷ୍ଟି ଆଦି ବିଷୟରେ ଆଲୋଚନା ହୋଇଛି।

ଅନ୍ୟପଟେ ମୁଖ୍ୟମନ୍ତ୍ରୀ ପାର୍ଲାମେଣ୍ଟର ମକରଦ୍ୱାର ନିକଟରେ ଓଡ଼ିଶାର କେତେଜଣ ଏମ୍‌ପିଙ୍କ ସହ ଫଟୋ ଉଠାଇଛନ୍ତି। ଉକ୍ତ ଫଟୋ ଭାଜପା ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ସାମାଜିକ ଗଣମାଧ୍ୟମ ଜରିଆରେ ପୋଷ୍ଟ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀଙ୍କୁ ଛାଡ଼ିଦେଲେ ରାଜ୍ୟର ମନ୍ତ୍ରୀ ମୁକେଶ ମହାଲିଙ୍ଗ, ରବିନାରାୟଣ ନାଏକ ପ୍ରମୁଖ ଦିଲ୍ଲୀରେ ଡେରା ପକାଇଛନ୍ତି। ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ଏମ୍‌ପିମାନଙ୍କ ସହ ଏକ ବୈଠକ କରିପାରନ୍ତି ବୋଲି ଶୁଣିବାକୁ ମିଳିଛି। ଅନ୍ୟପଟେ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭେଟିବା ଲାଗି ମୁଖ୍ୟମନ୍ତ୍ରୀଙ୍କୁ ସମୟ ଦେଇଥିବା ଶୁଣିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

ରାଜ୍ୟ ସଭା ନିର୍ବାଚନ: ବିଜୟ ପରେ ବିଜେଡି, କଂଗ୍ରେସ ବିଧାୟକଙ୍କୁ ଏମିତି କହିଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ଓଡ଼ିଶା ରାଜ୍ୟସଭା ନିର୍ବାଚନର ସବୁଠାରୁ ଚର୍ଚ୍ଚିତ ଆସନରେ ସ୍ୱାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ଭାଜପା ସମର୍ଥିତ ଏହି ଅଭିଜ୍ଞ ନେତାଙ୍କ ବିଜୟ ପରେ…

ଓଡ଼ିଶା ରାଜ୍ୟସଭା ନିର୍ବାଚନ: ଭାଜପାର ଦବଦବା; ବିଜେଡି ଗୋଟିଏରେ ବିଜୟୀ

ଭୁବନେଶ୍ୱର,୧୬।୩: ଓଡ଼ିଶାରେ ସୋମବାର ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ବଡ଼ ସଫଳତା ହାସଲ କରିଛି। ରାଜ୍ୟର ୪ଟି ଆସନ ମଧ୍ୟରୁ ଭାଜପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri