Posted inରାଜ୍ୟ

ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ଅମିତ ଶାହାଙ୍କ ନିକଟରେ କରିଦେଲେ ଏହି ଦାବି

ଭୁବନେଶ୍ୱର,୭ା୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାରଠାରୁ ୩ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଏହି ଅବସରରେ ସେ ବୁଧବାର ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି। କେନ୍ଦ୍ର ଖାଉଟି କଲ୍ୟାଣ ମନ୍ତ୍ରୀ ପ୍ରହଲ୍ଲାଦ ଜୋଷୀଙ୍କୁ ମୁଖ୍ୟମନ୍ତ୍ରୀ ଭେଟିଛନ୍ତି। ଏହି ଅବସରରେ ତାଙ୍କ ସହ ରାଜ୍ୟ ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂଦେଓ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ରାଜ୍ୟର ୫ ଜଣ ଏମ୍‌ପି ଭର୍ତ୍ତୃହରି ମହତାବ, ସମ୍ବିତ ପାତ୍ର, ପ୍ରଦୀପ ପୁରୋହିତ, ସଙ୍ଗୀତା କୁମାରୀ ସିଂଦେଓ ପ୍ରମୁଖ ଉପସ୍ଥିତ ଥିଲେ। ଏହାସହ ରାଜ୍ୟର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ସଚିବ ସଞ୍ଜୟ ସିଂ ମଧ୍ୟ ଉପସ୍ଥିତ ଥିଲେ। ଏହି ଅବସରରେ ଏକ ବୈଠକ ଅନୁଷ୍ଠିତ ହୋଇଥିବା ବେଳେ ଓଡ଼ିଶାରୁ ଅଧିକ ଚାଉଳ ଉଠାଇବାକୁ ରାଜ୍ୟ ସରକାର ପ୍ରସ୍ତାବ ଦେଇଛନ୍ତି। ଏଫ୍‌ସିଆଇ ମାସିକିଆ ଭାବେ ଅଧିକ ଚାଉଳ ଉଠାଇବା ଦରକାର। ଧାନ ଉତ୍ପାଦନରେ ଓଡ଼ିଶା ବଳକା ରାଜ୍ୟ ହୋଇଥିବାରୁ ଆସନ୍ତା ଅମଳ ଋତୁରେ ଅଧିକ ଧାନ ଉଠାଇବା ଲାଗି ଏଫ୍‌ସିଆଇକୁ ନିର୍ଦ୍ଦେଶ ଦେବା ଲାଗି ମୁଖ୍ୟମନ୍ତ୍ରୀ କହିଥିଲେ। ଅନ୍ୟପଟେ କେନ୍ଦ୍ରମନ୍ତ୍ରୀ ମଧ୍ୟ ଏହାକୁ ତର୍ଜମା କରି ପଦକ୍ଷେପ ନେବା ଲାଗି ମନ୍ତ୍ରଣାଳୟର ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିବା ତାଙ୍କ ଏକ୍ସ ଯୋଗେ ସୂଚନା ଦେଇଛନ୍ତି।

ଏହାପରେ ମୁଖ୍ୟମନ୍ତ୍ରୀ ନୂଆଦିଲ୍ଲୀଠାରେ କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ସି.ଆର୍‌. ପାଟିଲଙ୍କ ସହ ସାକ୍ଷାତ କରିଛନ୍ତି। ଏହି ଅବସରରେ ସେ ମହାନଦୀ ଜଳ ବିବାଦ ନେଇ ରହିଥିବା ସମସ୍ୟା ସମ୍ପର୍କରେ ଆଲୋଚନା କରିଛନ୍ତି। ଏହାର ନିରପେକ୍ଷ ଓ ନ୍ୟାୟସଙ୍ଗତ ସମାଧାନ ବିଷୟରେ ଆଲୋଚନା କରିଛନ୍ତି। ଏହାସହ ଭିଜନ ଓଡ଼ିଶା ୨୦୩୬ ଏବଂ ୨୦୪୭ ପୁସ୍ତକ ପ୍ରଦାନ କରିଛନ୍ତି। ଏଥିସହିତ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ସହିତ ମଧ୍ୟ ମୁଖ୍ୟମନ୍ତ୍ରୀ ସାକ୍ଷାତକରି ରାଜ୍ୟର ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ ଓ କେନ୍ଦ୍ର-ରାଜ୍ୟ ସମନ୍ବୟ ସମ୍ପର୍କିତ ବିଷୟଗୁଡ଼ିକ ଉପରେ ଆଲୋଚନା କରିଥିବା ତାଙ୍କ ଏକ୍ସରେ ଉଲ୍ଲେଖ କରିଛନ୍ତି। କେନ୍ଦ୍ର ଭାରିଶିଳ୍ପ ଓ ସାର୍ବଜନୀନ ଉଦ୍ୟୋଗ ଏବଂ ଇସ୍ପାତ ମନ୍ତ୍ରୀ ଏଚ୍‌.ଡି. କୁମାରସ୍ବାମୀଙ୍କ ସହ ସାକ୍ଷାତକରି ମୁଖ୍ୟମନ୍ତ୍ରୀ ତାଙ୍କ ଏକ୍ସରେ ଉଲ୍ଲେଖ କରିଛନ୍ତି, ଓଡ଼ିଶାରେ ଇସ୍ପାତ କ୍ଷେତ୍ରର ବିକାଶ, ରାଉରକେଲା ଇସ୍ପାତ କାରଖାନାର ସମ୍ପ୍ରସାରଣ ଏବଂ ରାଜ୍ୟରେ ଶିଳ୍ପ ଅଭିବୃଦ୍ଧି ଓ ନିଯୁକ୍ତି ସୃଷ୍ଟି ଆଦି ବିଷୟରେ ଆଲୋଚନା ହୋଇଛି।

ଅନ୍ୟପଟେ ମୁଖ୍ୟମନ୍ତ୍ରୀ ପାର୍ଲାମେଣ୍ଟର ମକରଦ୍ୱାର ନିକଟରେ ଓଡ଼ିଶାର କେତେଜଣ ଏମ୍‌ପିଙ୍କ ସହ ଫଟୋ ଉଠାଇଛନ୍ତି। ଉକ୍ତ ଫଟୋ ଭାଜପା ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ସାମାଜିକ ଗଣମାଧ୍ୟମ ଜରିଆରେ ପୋଷ୍ଟ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀଙ୍କୁ ଛାଡ଼ିଦେଲେ ରାଜ୍ୟର ମନ୍ତ୍ରୀ ମୁକେଶ ମହାଲିଙ୍ଗ, ରବିନାରାୟଣ ନାଏକ ପ୍ରମୁଖ ଦିଲ୍ଲୀରେ ଡେରା ପକାଇଛନ୍ତି। ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ଏମ୍‌ପିମାନଙ୍କ ସହ ଏକ ବୈଠକ କରିପାରନ୍ତି ବୋଲି ଶୁଣିବାକୁ ମିଳିଛି। ଅନ୍ୟପଟେ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭେଟିବା ଲାଗି ମୁଖ୍ୟମନ୍ତ୍ରୀଙ୍କୁ ସମୟ ଦେଇଥିବା ଶୁଣିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଜମି ଜବରଦଖଲକୁ ନେଇ ଉତ୍ତେଜନା, ଦିଗପହଣ୍ଡି ଥାନାରେ ହୋହଲ୍ଲା  

ଦିଗପହଣ୍ଡି,୨୮ା୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗ୍ରାମର ଏକାଧିକ ଏକର ସରକାରୀ ଜମି ଜବରଦଖଲକୁ କେନ୍ଦ୍ରକରି ଗତ ଦୁଇଦିନ ହେଲା ଗାଁରେ ଚାପା…

ପାଇଖାନା ଯାଇଥିବା ବେଳେ ପଡ଼ିଗଲା କାନ୍ଥ, ଅକାଳରେ ଚାଲିଗଲା ଜୀବନ

ପାଇକମାଳ,୨୮ା୧( ବଡ ଶତପଥୀ) : ବରଗଡ଼ ଜିଲା ପାଇକମାଳ ବ୍ଲକ୍ ମାଣ୍ଡୋସିଲ ଗାଁରେ ଅଭାବନୀୟ ଘଟଣା । ମଙ୍ଗଳବାର ଭୋର ୫ଟାରେ ପାଇଖାନା କାନ୍ଥ ପଡ଼ି ଜଣେ…

ନବନିର୍ମାଣ କୃଷକ ସଙ୍ଗଠନର ଓଡ଼ିଶା ବନ୍ଦ ଡାକରା, ଥୁଆମୂଳ ରାମପୁରରେ ମିଶ୍ରିତ ପ୍ରଭାବ

ଥୁଆମୂଳ ରାମପୁର, ୨୮ା୧ (ଦୁର୍ଗା କୀର୍ତ୍ତି): ରାଜ୍ୟରେ ଧାନ ବିକ୍ରିରେ ଅବ୍ୟବସ୍ଥା, ସ୍ମାର୍ଟ ମିଟର ନାମରେ ଟାଟା ପାୱାରର ଶୋଷଣ ଏବଂ ପରିବହନ କ୍ଷେତ୍ରରେ ମାତ୍ରାଧିକ ଜରିମାନା…

ଯୋଗାଣ ମନ୍ତ୍ରୀଙ୍କ କଡ଼ା ତାଗିଦ, ମୃତ ବ୍ୟକ୍ତିଙ୍କ ନାଁରେ ଯେତିକି ଚାଉଳ ଉଠିଥିବ ଦେଢ଼ଗୁଣା…

ଭୁବନେଶ୍ବର,୨୮ା୧:  ମୃତକଙ୍କ ନାଁରେ ଚାଉଳ ଉଠାଉଥିବା ବ୍ୟକ୍ତିଙ୍କୁ କଡ଼ା ତାଗିଦ କଲେ ଯୋଗାଣ ମନ୍ତ୍ରୀ । ମୃତକଙ୍କ ନାଁରେ ଚାଉଳ ଉଠାଉଥିଲେ ଆକ୍ସନ୍ ହେବ କହିଛନ୍ତି କୃଷ୍ଣଚନ୍ଦ୍ର…

ଶେଷ କଲ୍‌, ଶେଷ ଉଡ଼ାଣ… ଅଜିତ ପାଓ୍ବାରଙ୍କ ପରିଚାରିକା ପିଙ୍କି ମାଲିଙ୍କ କାହାଣୀ ସମସ୍ତଙ୍କ ଆଖିରେ ଆଣିବ ଲୁହ

ମୁମ୍ବାଇ,୨୮ା୧: ବାରାମତି ବିମାନ ଦୁର୍ଘଟଣାରେ ବୁଧବାର ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ଦେହାନ୍ତ ହୋଇଛି। ଏହି ଦୁର୍ଘଟଣାରେ ଅଜିତ ପାଓ୍ବାରଙ୍କ ସମେତ ଆଉ ୫ ଜଣଙ୍କର ମଧ୍ୟ…

ରାଉରକେଲାକୁ ୮୮୮୪ କୋଟିର ଭେଟି, ବମ୍ପର ନିଯୁକ୍ତି ସୃଷ୍ଟି ହେବ କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୮।୧: ରାଉରକେଲାରେ ଏଣ୍ଟରପ୍ରାଇଜ ଓଡ଼ିଶାର ରଜତ ଜୟନ୍ତୀ ସଂସ୍କରଣ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଉରକେଲା ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଆଜି ବଡ଼ ଘୋଷଣା…

କିଏ ସେହି ମହିଳା ପାଇଲଟ ? ଯିଏ ଚଲାଉଥିଲେ ଅଜିତଙ୍କ ବିମାନ

ପୁଣେ,୨୮।୧: ଏକ ଦୁଖଦଃ ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ମୃତ୍ୟୁ ଘଟିଛି। ମୃତକ ୫ ଜଣଙ୍କ ମଧ୍ୟରେ ବିମାନର କୋ-ପାଇଲଟ୍ ଶମ୍ଭାବୀ ପାଠକ ମଧ୍ୟ…

ନବୀନଙ୍କୁ ଭେଟିବେ ପିସିସି ସଭାପତି ଭକ୍ତ ଦାସ, କହୁକହୁ କହିଦେଲେ ଏହି ବଡ଼ କଥା…

ଭୁବନେଶ୍ୱର,୨୮ା୧: ରାଜ୍ୟ ସଭା ନିର୍ବାଚନ ନେଇ ନବୀନଙ୍କ କୋର୍ଟକୁ ବଲ୍‌ ଫିଙ୍ଗିଛନ୍ତି ପିସିସି ସଭାପତି ଭକ୍ତ ଦାସ। ସେ କହିଛନ୍ତି, ମିଶିକି ଆଲୋଚନା କରିବା ପାଇଁ ମୁଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri