ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚଳିତ ବର୍ଷ ମିଳିବ ୪୦ ହଜାର ନିଯୁକ୍ତି

ସୁନ୍ଦରଗଡ଼,୧।୮: ଓଡ଼ିଶାରେ ଯୁବବର୍ଗଙ୍କ ପାଇଁ ସରକାରୀ ଚାକିରିର ଏକ ବଡ଼ ସୁଯୋଗ ଆଣିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଚଳିତ ବର୍ଷ ରାଜ୍ୟ ସରକାର ଆଉ ୪୦ ହଜାର ସରକାରୀ ଚାକିରି ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମାଝୀ ଘୋଷଣା କରିଛନ୍ତି। ଏକ୍ସ ପୋଷ୍ଟ ମାଧ୍ୟମରେ ଏହି ସୂଚନା ଦେଇ ସେ କହିଛନ୍ତି ଯେ, ତାଙ୍କ ସରକାର ପ୍ରଥମ ବର୍ଷରେ ୨୮ ହଜାର ଚାକିରି ପ୍ରଦାନ କରିସାରିଛନ୍ତି ଏବଂ ଦ୍ୱିତୀୟ ବର୍ଷରେ ୪୦ ହଜାର ନୂଆ ନିଯୁକ୍ତି ଦେବା ପାଇଁ ପ୍ରତିଶ୍ରୁତିବଦ୍ଧ।

ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ରାଜ୍ୟସ୍ତରୀୟ ସୁଶାସନ ଦିବସ ଅବସରରେ ଘୋଷଣା କରିଥିଲେ ଯେ, ଆଗାମୀ ଦୁଇ ବର୍ଷ ମଧ୍ୟରେ ୭୫ ହଜାର ସରକାରୀ ପଦବୀ ପୂରଣ କରାଯିବ। ସେ ଦାବି କରିଛନ୍ତି ଯେ, ପୂର୍ବତନ ସରକାରଙ୍କ ସମୟରେ ପ୍ରାୟ ଦେଢ଼ ଲକ୍ଷ ପଦବୀ ଖାଲି ରହିଥିଲା, ଯାହାକୁ ବର୍ତ୍ତମାନ ସରକାର ପୂରଣ କରିବା ପାଇଁ ଦ୍ରୁତ ପଦକ୍ଷେପ ଗ୍ରହଣ କରୁଛନ୍ତି। ଖୁବଶୀଘ୍ର ୨୦ ହଜାର ଶିକ୍ଷକ ପଦବୀ ପୂରଣ କରାଯିବ ବୋଲି ମଧ୍ୟ ସେ ସୂଚନା ଦେଇଛନ୍ତି।

ଏହି ଘୋଷଣା ରାଜ୍ୟର ଯୁବବର୍ଗଙ୍କ ମଧ୍ୟରେ ଆଶାର ସଞ୍ଚାର କରିଛି। ଶିକ୍ଷା, ସ୍ୱାସ୍ଥ୍ୟ, ପ୍ରଶାସନ ଏବଂ ଅନ୍ୟାନ୍ୟ କ୍ଷେତ୍ରରେ ଏହି ନିଯୁକ୍ତି ପ୍ରକ୍ରିୟା ରାଜ୍ୟରେ ବେକାରୀ ସମସ୍ୟା ହ୍ରାସ କରିବା ସହ ସୁଶାସନକୁ ଆହୁରି ଦୃଢ଼ କରିବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଘଟିବ କି କିଛି ଅଶୁଭ: ପୁଣି ନୀଳଚକ୍ର ଉପରେ ବସିଲା ଚିଲ

ପୁରୀ,୧୮ା୩(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ନୀଳଚକ୍ର ଉପରେ ମଙ୍ଗଳବାର ଅପରାହ୍ନରେ କିଛି ସମୟ ଧରି ଚିଲ ବସିଥିବା ଦେଖିବାକୁ ମିଳିଥିଲା। କିଛିଦିନ ହେବ ଲଗାତର ଏପରି ଘଟଣା ଦେଖିବାକୁ…

ଅଭିଯୋଗ ପରେ ଆସିଲା ଚାଉଳ

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ପଞ୍ଚାୟତରେ ଚାଉଳ ଷ୍ଟକ ନ ଥିବା ଦର୍ଶାଇ ପଡିକାର୍ଡ ଧାରୀଙ୍କୁ ମାଗଣା ଚାଉଳ ଓ…

ବାସକୀ ନଦୀ ଉପରେ ପୋଲ ନିର୍ମାଣ ନେଇ ମାଟି ପରୀକ୍ଷା

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ରାଇସିିଂ ପଞ୍ଚାୟତ ଦେଷଣ୍ଢଗୁଡା ଗ୍ରାମ ସମ୍ମୁଖ ବାସକି ନଦୀ ଉପରେ ୬୦ ମିଟର ଲମ୍ବର ପୋଲ ନିର୍ମାଣ…

ଗୋଡ଼ ଖସିବ

ଆମେରିକା-ଇସ୍ରାଏଲ ମିଳିତ ଭାବେ ଇରାନ୍‌ ସହିତ ଯୁଦ୍ଧ କରୁଛନ୍ତି। ଇସ୍ରାଏଲ-ହମାସ୍‌ ସଂଘର୍ଷ ପ୍ରାୟ ଅଢ଼େଇ ବର୍ଷ ଧରି ଚାଲିଥିବା ବେଳେ ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ୪ ବର୍ଷ ଅତିକ୍ରମ…

୨୧ ଯାଏ ଝଡ଼ବର୍ଷା: ୬ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୩(ବନ୍ଦନା ସେଠୀ):ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ। ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ଓ…

ମଧ୍ୟପ୍ରାଚ୍ୟ ଯୁଦ୍ଧ ଅର୍ଗଳିରୁ ବାହାରିଆସିଲା ‘ନନ୍ଦାଦେବୀ’: ଚର୍ଚ୍ଚାରେ ଓଡ଼ିଆ ପୁଅ କ୍ୟାପ୍‌ଟେନ ଧୀରଜ ଅଗ୍ରୱାଲ

ବଲାଙ୍ଗୀର,୧୮ା୩(ବୀରେନ୍ଦ୍ର କୁମାର ଝାଙ୍କର):ମଧ୍ୟପ୍ରାଚ୍ୟରେ ଏବେ ଯୁଦ୍ଧର ଘନଘଟା। ଇରାନ୍‌-ଇସ୍ରାଏଲ-ଆମେରିକାର ଘମାଘୋଟ ଲଢ଼େଇ ା ଠିକ୍‌ ଏତିକିବେଳେ ଅତ୍ୟନ୍ତ ସମ୍ବେଦନଶୀଳ ମଧ୍ୟପ୍ରାଚ୍ୟର ହର୍ମୁଜ୍‌ ପ୍ରଣାଳୀ (ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌)ରେ…

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri