ଦୁର୍ଗା ପୂଜାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା : ସବୁ ପୂଜାମଣ୍ଡପକୁ ପାର୍ବଣ ଭେଟି 

ଭୁବନେଶର,୧୦।୧୧: ଶାରଦୀୟ ଦୁର୍ଗା ପୂଜା ଅବସରରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ମାଝି ବଡ଼ ଘୋଷଣା କରିଛନ୍ତି । ରାଜ୍ୟରେ  ଭାଜପା  ସରକାର ପ୍ରଥମଥର କ୍ଷମତାକୁ ଆସିବା ପରେ ମୁଖ୍ୟମନ୍ତ୍ରୀ ପୂଜା ମଣ୍ଡପମାନଙ୍କୁ ପୂଜା ଭେଟି ଦେଇଛନ୍ତି । ରାଜ୍ୟର ସବୁ ଦୁର୍ଗା ପୂଜା ପେଣ୍ଡାଲର ସରକାରୀ ଭଡ଼ା ଛାଡ଼   କରିବାକୁ  ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ।
ଭୁବନେଶ୍ୱର ସମେତ ରାଜ୍ୟବ୍ୟାପୀ ସବୁ ଦୁର୍ଗା ପୂଜା ପେଣ୍ଡାଲର ଭଡ଼ା ଛାଡ଼ କରାଗଲା ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ପୂଜା ମଣ୍ଡପ ତଥା ଷ୍ଟାଣ୍ଡ ନିମନ୍ତେ କମିଟିକୁ ଆଉ କୌଣସି ଦେୟ ଦେବାକୁ ପଡ଼ିବ ନାହିଁ ।
ମହାଷ୍ଟମୀ ଅବସରରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରର ବିଭିନ୍ନ ମେଢ ବୁଲିବାର କାର୍ଯ୍ୟକ୍ରମ ରହିଛି। ଏଥିନିମନ୍ତେ ପ୍ରଥମେ ସେ ଓଲ୍ଡ ଟାଉନର ପାଟଣାସାହି ପୂଜା ମଣ୍ଡପରେ ପହଞ୍ଚିଛନ୍ତି। ସେଠାରେ ସେ ମା’ଙ୍କ ଆର୍ଶିବାଦ ନେବା ସହ ରାଜ୍ୟବାସୀଙ୍କ ଶୁଭ ମନାସୀଛନ୍ତି।
ସୂଚନାଯୋଗ୍ୟ, ଶୁକ୍ରବାର ମୁଖ୍ୟମନ୍ତ୍ରୀ ରାଜଧାନୀରେ ପ୍ରାୟ ୧୦ଟି ପୂଜା ମଣ୍ଡପ ବୁଲିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ସହ ବହୁ ବିଭାଗୀୟ ମନ୍ତ୍ରୀ ମଧ୍ୟ ମଣ୍ଡପ ବୁଲିବା କାର୍ଯ୍ୟକ୍ରମ ରହିଛି।

Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଆସୁ ନ ଥିଲେ ପିଲା: ଘରକୁ ଘର ବୁଲି ଛାତ୍ରୀଛାତ୍ରଙ୍କୁ ଡାକିଲେ ବିଇଓ, ୩ ମାସ ମଧ୍ୟରେ…

କୋକସରା, ୨୬।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶ୍ରେଣୀଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏଣୁ ଛାତ୍ରୀଛାତ୍ରଙ୍କ…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

IPL 2026: ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କଲା BCCI, ୧୨ ସହରରେ ମୁକାବିଲା, ମାର୍ଚ୍ଚ ୨୮ରୁ ଆରମ୍ଭ ହେବ…

ନୂଆଦିଲ୍ଲୀ,୨୬।୩: କ୍ରିକେଟ ପ୍ରେମୀଙ୍କ ଅପେକ୍ଷାର ଅନ୍ତ। ବିସିସିଆଇ (BCCI) ପକ୍ଷରୁ ଆଇପିଏଲ ୨୦୨୬ (IPL 19th Season)ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଆସନ୍ତାମାର୍ଚ୍ଚ ୨୮ ତାରିଖରୁ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଇରାନକୁ ନୂଆ ଧମକ ଦେଲେ ଟ୍ରମ୍ପ, ଇରାନୀ କୋଠରୀ ଭିତରେ ନିବେଦନ କରନ୍ତି କିନ୍ତୁ…

ନୂଆଦିଲ୍ଲୀ,୨୬ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅତ୍ୟନ୍ତ ଆକ୍ରମଣାତ୍ମକ ହୋଇଯାଇଛନ୍ତି। ତାଙ୍କ ପ୍ଲାଟଫର୍ମ, ଟ୍ରୁଥ୍ ସୋସିଆଲରେ, ସେ ଇରାନକୁ ଏକ ନୂତନ ଧମକ ଦେଇଛନ୍ତି। ସେ…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri