ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା ଅମିତ୍ ରୋହିଦାସ୍‌ଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୮: ପ୍ୟାରିସ୍‌ ଅଲମ୍ପିକ୍ସରେ ପଦକ ଜିତିବା ପରେ ଭାରତୀୟ ପୁରୁଷ ହକି ଦଳର ଏକମାତ୍ର ଓଡିଆ ଖେଳାଳୀ ଅମିତ୍‌ ରୋହିଦାସ୍ ଆଜି ଓଡିଶାରେ ପହଞ୍ଚିଛନ୍ତି। ଭୁବନେଶ୍ୱରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଅମିତ୍‌ଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଅମିତ୍‌ଙ୍କର ଭୂୟସୀ ପ୍ରଶଂସା କରି ତାଙ୍କୁ ଓଡିଶାର ଗର୍ବ ଓ ଗୌରବ ବୋଲି ଅଭିହିତ କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଅମିତ୍‌ ହେଉଛନ୍ତି ଓଡିଆ ଅସ୍ମିତାର ପ୍ରକୃତ ପରିଚୟ। ଆମ ଓଡିଆ ଅସ୍ମିତାକୁ ସେ ବିଶ୍ୱ ଦରବାରରେ ପହଞ୍ଚାଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜି ହେଉଛି ଏକ ପବିତ୍ର ଦିନ। ଆଗାମୀ ଅଲମ୍ପିକ୍ସ ପାଇଁ ସଂକଳ୍ପର ଦିନ। ସାଢେ ଚାରି କୋଟି ଓଡିଶାବାସୀଙ୍କ ଶୁଭେଚ୍ଛା ଓ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରେ ୨୦୨୮ ଲସ୍ ଏଞ୍ଜେଲେସ୍ ଅଲମ୍ପିକ୍ସରେ ଆମେ ସ୍ୱର୍ଣ୍ଣ ପଦକ ହାସଲ କରିବୁ ବୋଲି ଆଶାବ୍ୟକ୍ତ କରିଥିଲେ। ଭାରତୀୟ ହକି ଦଳକୁ ଓଡିଶାର ସ୍ପନ୍‌ସର୍‌ସିପ୍ ୨୦୩୬ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି ବୋଲି ସେ କହିଥିଲେ।

ଅମିତ୍‌ଙ୍କ ହକି ଯାତ୍ରାର ସଫଳ କହାଣୀ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହକିର ଗଡ ଭାବେ ପରିଚିତ ସୁନ୍ଦରଗଡର ସଉନାମରା ଗାଁରେ ଅମିତ୍ ଜନ୍ମ ଗ୍ରହଣ କରିଥିଲେ। ଗାଁ ମାଟିରୁ ପାନ୍‌ପୋଷ ହଷ୍ଟେଲ ଓ ପାନ୍‌ପୋଷ ହଷ୍ଟେଲରୁ ଭାରତୀୟ ହକି ଦଳ ପର୍ଯ୍ୟନ୍ତ ତାଙ୍କର ଯାତ୍ରା ଅତ୍ୟନ୍ତ ଗୌରବମୟ। ୨୦୧୭ରୁ ବିଭିନ୍ନ ଜାତୀୟ ଓ ଆନ୍ତର୍ଜାତିକ ହକି ପ୍ରତିଯୋଗିତାରେ ଭାରତୀୟ ଦଳର ବିଜୟରେ ସେ ପ୍ରମୁଖ ଭୂମିକା ଗ୍ରହଣ କରି ଆସୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି ଅବସରରେ ଅମିତ୍‌ ରୋହିଦାସ୍‌ କହିଥିଲେ ଯେ ଓଡିଶାରେ ପହଞ୍ଚିବା ପାଇଁ ତାଙ୍କ ହୃଦୟ ବ୍ୟାକୁଳ ଥିଲା। ତେଣୁ ଭୁବନେଶ୍ୱର ପହଞ୍ଚି ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସେ ବହୁତ ଖୁସି। ୫୨ ବର୍ଷ ପରେ ଆମେ (ଭାରତୀୟ ହକି ଦଳ) ଅଲମ୍ପିକ୍ସରେ ଲଗାତାର ପଦକ ଜିତି ରେକର୍ଡ ଭାଙ୍ଗିଛୁ ବୋଲି ସେ କହିଥିଲେ। ଓଡିଶା ଓ ଦେଶର କୋଟି କୋଟି କ୍ରୀଡାପ୍ରେମୀମାନଙ୍କ ଶୁଭେଚ୍ଛା ପାଇଁ ସେ ଧନ୍ୟବାଦ ଦେଇଥିଲେ।

ମୁଖ୍ୟମନ୍ତ୍ରୀଙ୍କୁ ସେ ଅଲମ୍ପିକ୍ସର ଜର୍ସି ଓ ମାସ୍କଟ ଉପହାର ଦେଇଥିଲେ। ସେହି ଜର୍ସିରେ ଭାରତୀୟ ଦଳର ସବୁ ଖେଳାଳୀମାନଙ୍କର ଦସ୍ତଖତ ରହିଛି। ଏହି ଜର୍ସି ନିଶ୍ଚିତ ଭାବେ ଓଡିଶାର ସବୁ ହକି ଖେଳାଳୀଙ୍କୁ ପ୍ରେରଣା ଯୋଗାଇଦେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ମାଓବାଦୀଙ୍କ ଆତ୍ମସମର୍ପଣ ସମୟସୀମା: ଆଉ ମିଳିବ ନାହିଁ ସୁଯୋଗ

ଭୁବନେଶ୍ୱର,୩୧।୩: ଓଡ଼ିଶାରେ ମାଓବାଦୀ ଦମନ ଟାର୍ଗେଟ୍‌ ସଫଳ ହୋଇଛି ବୋଲି ADG ସଞ୍ଜୀବ ପଣ୍ଡା ମଙ୍ଗଳବାର ଗଣମାଧ୍ୟମକୁ କହିଛନ୍ତି। ଓଡ଼ିଶାକୁ ଆଉ ମାଓବାଦୀ ବିପଦ ନାହିଁ ବୋଲି…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

ଏହି ଦେଶରେ ହେବନାହିଁ ଆଇପିଏଲ୍‌ ପ୍ରସାରଣ, କାହିଁକି ଜାଣନ୍ତୁ…

ଢାକା,୩୧ା୩: ଭାରତର ପ୍ରସାରଣକାରୀ ସଂସ୍ଥା ଜିଓଷ୍ଟାର ବାଂଲାଦେଶରେ ଚଳିତ ବର୍ଷର ଆଇପିଏଲ୍‌ ପ୍ରସାରଣ ଚୁକ୍ତିକୁ ବରଖାସ୍ତ କରିଛି। ସ୍ଥାନୀୟ ସାଥି କମ୍ପାନୀ ପାଉଣା ଦେବାରେ ବିଫଳ ହୋଇଥିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri