ମୁଖ୍ୟମନ୍ତ୍ରୀଙ୍କୁ ମିଳିଲା ବାରବାଟୀ T20 ମ୍ୟାଚ୍ ଟିକେଟ୍, ଡିସେମ୍ବର ୧ରୁ ବିକ୍ରି ଆରମ୍ଭ

ଭୁବନେଶ୍ୱର,୩୦।୧୧: ଆସନ୍ତା ଡିସେମ୍ବର ୯ ତାରିଖରେ କଟକ ବାରବାଟୀ ଷ୍ଟାଡିୟମରେ ହେବାକୁ ଥିବା ଭାରତ-ଦକ୍ଷିଣ ଆଫ୍ରିକା T20 ଆନ୍ତର୍ଜାତିକ ମ୍ୟାଚ୍ ପାଇଁ ଓଡ଼ିଶା କ୍ରିକେଟ୍ ଆସୋସିଏସନ (OCA) ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଟିକେଟ୍ ପ୍ରଦାନ କରାଯାଇଛି।

OCA ସଭାପତି ପଙ୍କଜ ଲୋଚନ ମହାନ୍ତି ଏବଂ ସମ୍ପାଦକ ସଞ୍ଜୟ ବେହେରା ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ତାଙ୍କୁ ଭେଟି ଏହି ଟିକେଟ୍ ପ୍ରଦାନ କରିଛନ୍ତି। ଏହା ପୂର୍ବରୁ OCA ପକ୍ଷରୁ ମ୍ୟାଚ୍‌ର ପ୍ରଥମ ଟିକେଟ୍ ଶ୍ରୀକ୍ଷେତ୍ର ପୁରୀରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ସମର୍ପଣ କରାଯାଇଥିଲା।

କଟକ ବାରବାଟୀ ଷ୍ଟାଡିୟମରେ ଆସନ୍ତା ଡିସେମ୍ବର ୯ ତାରିଖ ସନ୍ଧ୍ୟା ୭ଟାରୁ ଖେଳାଯିବାକୁ ଥିବା ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ବହୁ ପ୍ରତୀକ୍ଷିତ T20 ମ୍ୟାଚ୍ ପାଇଁ ଟିକେଟ୍ ବିକ୍ରି ଡିସେମ୍ବର ୧ ଅର୍ଥାତ ସୋମବାର ଠାରୁ ଆରମ୍ଭ ହେବ। ଓଡ଼ିଶା କ୍ରିକେଟ୍ ଆସୋସିଏସନ୍ (OCA) ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଅନୁବନ୍ଧିତ ୟୁନିଟ୍, ଅନ୍‌ଲାଇନ୍ ଏବଂ ବକ୍ସ ଅଫିସ୍ (ଅଫଲାଇନ୍) ବିକ୍ରିକୁ ମିଶାଇ ମୋଟ ୨୩,୦୦୦ରୁ ଅଧିକ ଟିକେଟ୍ ବିକ୍ରି କରାଯିବ।

ଏଥିରେ ଅନଲାଇନ୍, ଅଫିଲିଏଟେଡ୍ ୟୁନିଟ୍ ଏବଂ ବକ୍ସ ଅଫିସ୍ ଟିକେଟ୍ ସାମିଲ ରହିଛି। ଅନଲାଇନ୍‌ରେ କେବଳ ପ୍ରାୟ ୨୦୦୦ ଟିକେଟ୍ Zomato ମାଧ୍ୟମରେ ବିକ୍ରି କରାଯିବ। ଅନଲାଇନ୍ ଟିକେଟ୍ ଡିସେମ୍ବର ୮ରେ ସକାଳ ୯ଟାରୁ ସନ୍ଧ୍ୟା ୬ଟା ଏବଂ ଡିସେମ୍ବର ୯ରେ ସକାଳ ୯ଟାରୁ ଅପରାହ୍ନ ୧ଟା Cambridge School ଠାରେ ରିଡିମ୍ କରାଯାଇ ପାରିବ।

ଅଫିଲିଏଟେଡ୍ ୟୁନିଟ୍‌ମାନଙ୍କ ପାଇଁ SBI ଦ୍ୱାରା OCA କନଫରେନ୍ସ ହଲ୍‌ରେ ଡିସେମ୍ବର ୩ ଓ ୪ ତାରିଖରେ ସକାଳ ୧୦ଟାରୁ ସନ୍ଧ୍ୟା ୬ଟା ଟିକେଟ୍ ବିକ୍ରି ହେବ। ସାଧାରଣ ଲୋକଙ୍କ ପାଇଁ ବାରବାଟୀ ଷ୍ଟାଡିୟମ୍ କାଉଣ୍ଟରରେ ଡିସେମ୍ବର ୫ ତାରିଖରୁ ସକାଳ ୯ଟାରୁ ସନ୍ଧ୍ୟା ୬ଟା ଅଫଲାଇନ୍ ଟିକେଟ୍ ବିକ୍ରି ଆରମ୍ଭ ହେବ ଏବଂ ଜଣେ ବ୍ୟକ୍ତି ସର୍ବାଧିକ ୨ଟି ଟିକେଟ୍ ବୈଧ ପରିଚୟପତ୍ର ସହ କିଣିପାରିବେ। ଟିକେଟର ମୂଲ୍ୟ ଗ୍ୟାଲେରୀ ୭୦୦ ଟଙ୍କାରୁ ଆରମ୍ଭ ହୋଇ କର୍ପୋରେଟ୍ ବକ୍ସ ପାଇଁ ୨୦,୦୦୦ ଟଙ୍କା ପର୍ଯ୍ୟନ୍ତ ରହିଛି।

ସୁରକ୍ଷା ଓ ସୁବିଧା ପାଇଁ ଆନୁଷଙ୍ଗିକ ବ୍ୟବସ୍ଥା କରାଯାଇଛି। ଖେଳାଳିଙ୍କ ଅଭ୍ୟାସ ଦେଖିବା ପାଇଁ ଗ୍ୟାଲେରୀ ନମ୍ବର ୬ ଓ ୭ ସାଧାରଣ ଜନତାଙ୍କ ପାଇଁ ଖୋଲାଯିବ। ଦର୍ଶକଙ୍କ ପାଇଁ ପର୍ଯ୍ୟାପ୍ତ ପାନୀୟ ଜଳ ଓ ଖାଦ୍ୟ ଷ୍ଟଲ୍ ଉପଲବ୍ଧ କରାଯିବ। ଦର୍ଶକଙ୍କ ସୁବିଧା ପାଇଁ କଟକରେ ତିନୋଟି ଫାନ୍ ପାର୍କ (ଉପର ବାଲିଯାତ୍ରା ପଡ଼ିଆ, ତଳ ବାଲିଯାତ୍ରା ପଡ଼ିଆ ଏବଂ ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମ୍) ସ୍ଥାପନ କରାଯିବ। ଉଭୟ ଦଳ ଡିସେମ୍ବର ୭ ତାରିଖରେ ଆସି ପରଦିନ ଅଭ୍ୟାସ କରିବେ ଏବଂ ମ୍ୟାଚ୍ ଦିନ ଦର୍ଶକଙ୍କ ପାଇଁ ଗେଟ୍ ମ୍ୟାଚ୍ ଆରମ୍ଭ ହେବାର ୩ ଘଣ୍ଟା ପୂର୍ବରୁ ଖୋଲାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri