ପ୍ଲେଟ ଧରିଛନ୍ତି ମୁଖ୍ୟମନ୍ତ୍ରୀ, ପିଲାଙ୍କୁ ମିଠା ବାଣ୍ଟୁଛନ୍ତି ତାଙ୍କ ସ୍ତ୍ରୀ: ସ୍ୱାଧୀନତା ଦିବସରେ ଦେଖିବାକୁ ମିଳିଲା…

ଭୁବନେଶ୍ୱର,୧୫।୮: ୭୯ତମ ସ୍ବାଧୀନତା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ବାସଭବନରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିଲେ। ପତାକା ଉତ୍ତୋଳନ ପରେ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ସମ୍ବୋଧନ କରିଥିଲେ। ଏହାପରେ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ପ୍ରିୟଙ୍କା ମାରାଣ୍ଡିଙ୍କ ସହ ମିଶି ସେ ପିଲାମାନଙ୍କୁ ମିଠା ବାଣ୍ଟିଥିଲେ। ଏକ ସମୟରେ ମୁଖ୍ୟମନ୍ତ୍ରୀ ମିଠା ପ୍ଲେଟ ଧରିଥିବା ବେଳେ ତାଙ୍କ ପତ୍ନୀ ମିଠା ବାଣ୍ଟୁଥିବା ଦୃଶ୍ୟ ଦେଖାଯାଇଥିଲା।

ଏହାପରେ ମୁଖ୍ୟମନ୍ତ୍ରୀ ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ସମାରୋହରେ ଯୋଗ ଦେଇ ପତାକା ଉତ୍ତୋଳନ କରିଥିଲେ। ସମ୍ବୋଧନରେ ସେ କହିଛନ୍ତି, “ଅଣାଅଶୀତମ ସ୍ବାଧୀନତା ଦିବସରେ ରାଜ୍ୟବାସୀ ତଥା ଦେଶ ଓ ବିଦେଶରେ ରହୁଥିବା ପ୍ରତ୍ୟେକ ଭାରତୀୟଙ୍କୁ ମୋର ଶୁଭେଚ୍ଛା। ସ୍ବାଧୀନତା ପରବର୍ତ୍ତୀ ଭାରତର ଗୌରବମୟ ଇତିହାସରେ ଆଜି ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି।”

ମୁଖ୍ୟମନ୍ତ୍ରୀ ଭାରତୀୟ ସ୍ବାଧୀନତା ଆନ୍ଦୋଳନର ଶାନ୍ତିପୂର୍ଣ ଓ ଅହିଂସା ଚରିତ୍ରକୁ ପ୍ରଶଂସା କରି ମହାତ୍ମା ଗାନ୍ଧୀଙ୍କ ନେତୃତ୍ୱରେ ଏକତ୍ରିତ ସଂଗ୍ରାମୀଙ୍କ ଏକମାତ୍ର ଉଦ୍ଦେଶ୍ୟ ‘ବ୍ରିଟିଶ ଶାସନରୁ ମୁକ୍ତି’ ବୋଲି ଉଲ୍ଲେଖ କରିଛନ୍ତି। ସେ ପଣ୍ଡିତ ଜବାହାରଲାଲ ନେହେରୁ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ସର୍ଦ୍ଦାର ବଲ୍ଲଭଭାଇ ପଟେଲ, ବାଲ ଗଙ୍ଗାଧର ତିଲକ, ବୀର ସାବରକର, ସହୀଦ ଭଗତ ସିଂ, ଚନ୍ଦ୍ରଶେଖର ଆଜାଦ, ଡଃ ବାବା ସାହେବ ଆମ୍ବେଦକର, ଡଃ ରାଜେନ୍ଦ୍ର ପ୍ରସାଦ, ଲାଲ ବାହାଦୁର ଶାସ୍ତ୍ରୀ, ମୌଲାନା ଆଜାଦ ଓ ଲକ୍ଷ ଲକ୍ଷ ନାମହୀନ ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ଓଡ଼ିଶାର ସ୍ବାଧୀନତା ସଂଗ୍ରାମୀଙ୍କ ଅବଦାନକୁ ସ୍ମରଣ କରି ମୁଖ୍ୟମନ୍ତ୍ରୀ ଉତ୍କଳମଣି ଗୋପବନ୍ଧୁ ଦାସ, ମଧୁସୂଦନ ଦାସ, ନବକୃଷ୍ଣ ଚୌଧୁରୀ, ଗୋପବନ୍ଧୁ ଚୌଧୁରୀ, ଶହୀଦ ଲକ୍ଷ୍ମଣ ନାୟକ, ବୀର ସୁରେନ୍ଦ୍ର ସାଏ, ସହୀଦ ମାଧୋ ସିଂ, ଚକରା ବିଶୋଇ, ରେଣ୍ଡୋ ମାଝୀ, ମା’ ରମାଦେବୀ, ମା’ ମାଳତୀ ଚୌଧୁରୀ, ଡଃ ହରେକୃଷ୍ଣ ମହତାବ, ବିଜୁ ପଟ୍ଟନାୟକ ଓ ମା’ ପାର୍ବତୀ ଗିରିଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ସେ ୧୮୧୭ରେ ଓଡ଼ିଶାର ପାଇକ ବିଦ୍ରୋହକୁ ଭାରତୀୟ ସ୍ବାଧୀନତା ସଂଗ୍ରାମର ମାଇଲଖୁଣ୍ଟ ଭାବେ ଉଲ୍ଲେଖ କରି ବକ୍ସି ଜଗବନ୍ଧୁ ଓ ଜୟୀ ରାଜଗୁରୁଙ୍କ ତ୍ୟାଗକୁ ସମ୍ମାନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୭୮ ଘରୋଇ ହସ୍ପିଟାଲରୁ କଟିଯିବ ଆୟୁଷ୍ମାନ, ନାମ ଗୋପନ ରଖି କର୍ତ୍ତୃପକ୍ଷ କହିଲେ ସରକାର ଯେତେବେଳେ…

ଭୁବନେଶ୍ୱର,୨୧।୯(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଓଡ଼ିଶା ଡେଭଲପ୍‌ମେଣ୍ଟ ଅଥରିଟି(ଓଡିଏ)ଆକ୍ଟକୁ ନେଇ ଜୋରଦାର ଖୋଳତାଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବିଏମ୍‌ସି ପକ୍ଷରୁ ୭,୩୦୦ ବେଆଇନ…

ପୁଣି ରାଜଧାନୀରେ ଫୁଟିଲା ଗୁଳି, ଫେସ୍‌ବୁକ୍‌ ଲାଇଭ୍‌ରେ ବିବାଦୀୟ ମନ୍ତବ୍ୟ ପରେ…

ଭୁବନେଶ୍ୱର,୨୧ା୯: ରାଜଧାନୀ ଭୁବନେଶ୍ୱରର ଭରତପୁର ଥାନା ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଯାଇଛି। ଏହି ଥାନା ଅଞ୍ଚଳରେ ଫୁଟିଛି ଗୁଳି। ଗଣେଶ ପୂଜାର ବିସର୍ଜନ ଉତ୍ସବ, ଆଉ ନାଚଗୀତରେ…

ଶଙ୍ଖଭବନରୁ ଆସିଲା ଖୁସି ଖବର, ପୌର ନିର୍ବାଚନ ପୂର୍ବରୁ ଈଶ୍ୱର-ପୂର୍ଣ୍ଣଙ୍କୁ ମିଳିଲା ଗୁଡ଼ାରିର ବଡ଼ ଦାୟିତ୍ୱ

ଗୁଡ଼ାରି,୨୧ା୯(ପ୍ରମୋଦ କୁମାର ପତି): ଶଙ୍ଖଭବନରୁ ଆସିଲା ଖୁସି ଖବର। ବିଜୁ ଜନତା ଦଳର ଗୁଡ଼ାରି ନଗର କମିଟି ସଭାପତି ଭାବେ ବିଜେଡି ନେତା ଈଶ୍ୱର ପାଣିଗ୍ରାହୀଙ୍କୁ ଦଳ…

ଗଭୀର ଅବପାତକୁ ନେଇ ଗଞ୍ଜାମ ଜିଲା ପ୍ରଶାସନର ଆଗୁଆ ପ୍ରସ୍ତୁତି, ଅଧିକାରୀ ହେଡ୍‌କ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୨୧ା୯(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ସ୍ମାର୍ଟସିଟି ସ୍କୁଲରେ ଅସଜଡ଼ା ଭିତ୍ତିଭୂମି, ନିମ୍ନମାନର କାର୍ଯ୍ୟ କରି ଟଙ୍କା ହଡ଼ପ

ରାଉରକେଲା,୨୧ା୯(ଦିନେଶ ମିଶ୍ର): ଶିକ୍ଷାକ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହାସତ୍ତ୍ୱେ ଶିକ୍ଷା ବ୍ୟବସ୍ଥାରେ ସୁଧାର ଆସୁନାହିଁ। ଏହା କୌଣସି ଅପହଞ୍ଚ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ଏମ୍‌ଏମ୍‌ଡିଆର୍‌ ବିଲ୍‌ ପ୍ରତ୍ୟାହାର ପ୍ରସ୍ତାବ ନେଇ ଲୋଡ଼ିଲେ..

ଭୁବନେଶ୍ୱର,୨୧ା୯(ରବିନାରାୟଣ ଜେନା): ଖଣି, ଖଣିଜ ଦ୍ରବ୍ୟ ବିକାଶ ଓ ନିୟନ୍ତ୍ରଣ ଆଇନ (ଏମ୍‌ଏମ୍‌ଡିଆର୍‌) ଆକ୍ଟ ପ୍ରତ୍ୟାହାର ଲାଗି ଗୃହରେ ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ ପାରିତ କରିବା ଲାଗି…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

କ୍ଷଣସ୍ଥାୟୀ କରୁଛନ୍ତି କ୍ଷତି

ଭାରତ ନୂଆଦିଲ୍ଲୀଠାରେ ବ୍ରିକ୍ସ ଶିଖର ସମ୍ମିଳନୀ ଆୟୋଜନ କରି ବାହାବା ନେଲା। ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତକୁ ବିରାଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?