ବିଧାୟକରୁ ମୁଖ୍ୟମନ୍ତ୍ରୀ ହେବା ପରେ ବି ଭୁଲି ନାହାଁନ୍ତି ପାପ ନାସିନି ବୈତରଣୀକୁ

ପାଟଣା,୧୩।୧(ବୀର କିଶୋର ଦାଶ): ମଙ୍ଗଳ ବାର ପବିତ୍ର ମକର ସଂକ୍ରାନ୍ତି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲା ପାଟଣା ବ୍ଲକ୍ ମୁଖ୍ୟାଳୟ ଦେଇ ପ୍ରବାହିତ ପୁଣ୍ୟତୋୟା ବୈତରଣୀ ନଦୀରେ ମକର ବୁଡ଼ ପକାଇବେ। ଏହାପରେ ପ୍ରଥମେ ପାଟଣା ବୈତରଣୀ ନଦୀ ସନ୍ନିକଟ ପରମେଶ୍ୱର ମହାଦେବଙ୍କ ଦର୍ଶନ ପରେ ପୁରାତନ ଆନନ୍ଦେଶ୍ୱର ମହାଦେବ ଦର୍ଶନ କାର୍ଯ୍ୟକ୍ରମ ରହିଛି।

ଏହାପରେ ମୁଖ୍ୟମନ୍ତ୍ରୀ ଏହି ବ୍ଲକ୍ ଚାକୁଣ୍ଡା ପାଳ ପଞ୍ଚାୟତ ଶ୍ୟାମ ସୁନ୍ଦରପୁର ଗ୍ରାମର ବରିଷ୍ଠ ଭାଜପା ନେତା ତଥା କେନ୍ଦୁଝର ଏମ ପି ଅନନ୍ତ ନାୟକଙ୍କ ଜିଲାପାଳ ପ୍ରତିନିଧି ହରି ମହାନ୍ତଙ୍କ ଘରେ ଜଳଖିଆ କରି କେନ୍ଦୁଝରକୁ ସଡକ ପଥରେ ଗସ୍ତ କାର୍ଯ୍ୟକ୍ରମ ରହିଛି।

ସୂଚନା ଯେ ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ୨୦୨୨ମସିହା ରେ ସଦର ବିଧାୟକ ଥିବା ବେଳେ ପାଟଣା ମୁଖ୍ୟାଳୟ ବୈତରଣୀ ନଦୀର ଅନୁସୟା ଘାଟରେ ବୁଡ ପକାଇଥିଲେ। ପ୍ରତିବର୍ଷ ସେ ମକର ସଂକ୍ରାନ୍ତିରେ ଦ୍ଵିତୀୟ ଗଙ୍ଗା ପାଟଣା ବୈତରଣୀ ନଦୀରେ ବୁଡ ପକାନ୍ତି। ଚଳିତ ବର୍ଷ ସେ ମୁଖ୍ୟମନ୍ତ୍ରୀ ହେବା ପରେ ବି ନିଜ ସଂସ୍କୃତିକୁ ନ ଭୂଲି ବୈତରଣୀରେ ବୁଡ ପକାଇବା ନିଷ୍ପତିକୁ ପାଟଣା ଅଞ୍ଚଳର ବୁଦ୍ଧିଜିଵୀ ମାନେ ସ୍ୱାଗତ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଆଗମନକୁ ନେଇ ଅଞ୍ଚଳରେ ଆନନ୍ଦ ଖେଳି ଯାଇଛି। ଏନେଇ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ ତାଙ୍କ ପ୍ରତିକ୍ରିୟା ରେ ମୁଖ୍ୟ ମନ୍ତ୍ରୀ ହେବା ପରେ ପାଟଣାକୁ ଏହା ତାଙ୍କର ପ୍ରଥମ ଗସ୍ତ।

ତାଙ୍କୁ ପାଟଣା ମାଟିରେ ଭବ୍ୟ ସ୍ଵାଗତ କରାଯିବ। ସ୍ଥାନୀୟ ସାମାଜିକ କର୍ମୀ ଯୁଗୋଳ କିଶୋର ଦାଶ କହିଛନ୍ତି ଏଭଳି ତ ସଦର ବିଧାୟକ ଥିବା ବେଳେ ପ୍ରତିବର୍ଷ ମକର ରେ ସେ ବୁଡ ପକାଇବାକୁ ସେ ପାଟଣା ବୈତରଣୀ ନଦୀକୁ ଆସନ୍ତି। ଏଥର ତଫାତ କେବଳ ହେଉଛି ସେ ମୁଖ୍ୟମନ୍ତ୍ରୀ ହେବା ପରେ ବି ପରମ୍ପରା ସଂସ୍କୃତିକୁ ଭୁଲି ନାହାଁନ୍ତି । ଏଥର ବି ଚିରାଚରିତ ଭାବେ ସବୁବର୍ଷ ଭଳି ମକର ବୁଡ ବୈତରଣୀରେ ସେ ପକାଉଛନ୍ତି।

ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ସରିଛି। କେନ୍ଦୁଝର ଆରକ୍ଷୀ ଅଧିକ୍ଷକ ନୀତିନ କୁଶଲ କର ଦାଗୁଡୁ, ଉପଜିଲା ପାଳ ଉମାଶଙ୍କର ଦଳେଇ,ପାଟଣା ତହସିଲ ଦାର ଲୀଳାବତୀ ନାୟକ, ଅତିରିକ୍ତ ତହସିଲ ଦାର ଶରଣ କୁମାର ଜେନା, ଘଟଗାଁ ଏସ ଡି ପି ଓ ପ୍ରଭାତ କୁମାର ତ୍ରିପାଠୀ, ପାଟଣା ଥାନା ଅଧିକାରୀ ମାନସ କୁମାର ମହାକୁଡ଼ ପ୍ରମୁଖ ବୈତରଣୀ ନଦୀ ଅନୁସୟା ଘାଟ ଓ ୨ଶିବ ମନ୍ଦିର ପରିଦର୍ଶନ କରି ଛନ୍ତି।ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଡ଼ ପକାଇବାକୁ ନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସୁରକ୍ଷା ପାଇଁ ବ୍ୟାରିକେଡ୍ ପ୍ରସ୍ତୁତ କରାଯାଉଛି। ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ ବୈତରଣୀ ନଦୀକୂଳରେ ପହଞ୍ଚି ସମସ୍ତ ବ୍ୟବସ୍ଥାର ନିଜେ ତଦାରଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୂର ହେବ ଶିକ୍ଷକଙ୍କ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର...

ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ: ଭକ୍ତ କହିଲେ..

ଭୁବନେଶ୍ୱର,୨୧।୧୨: ପିସିସି ସଭାପତି ଭକ୍ତ ଚରଣ ଦାସ ରବିବାର ଏକ ବଡ଼ ଆହ୍ବାନ ଦେଇଛନ୍ତି। ଆସନ୍ତା ୨୬ ତାରିଖରେ କଂଗ୍ରେସ ପକ୍ଷରୁ ଜନ ଜାଗରଣ ଆନ୍ଦୋଳନ...

ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...

ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...

ଏହି ମୁସଲମାନ ଦେଶରୁ ମିଳିଲା ୪୫୦୦ ବର୍ଷର ପୁରୁଣା ସୂର୍ଯ୍ୟମନ୍ଦିର

କାଇରୋ,୨୧ା୧୨: ମିଶରର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ମିଶରର ରାଜଧାନୀ କାଇରୋରେ ଏକ ଆବିଷ୍କାର କରିଛି, ଯାହା ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି। ଏଠାରେ ପ୍ରାୟ ୪,୫୦୦ ବର୍ଷ...

ଚିଲିକାରେ ଅଘଟଣ, ବୁଲିବାକୁ ଯାଇଥିବା ବେଳେ ବୁଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ

ଖୋର୍ଦ୍ଧା,୨୧।୧୨: ସାତପଡ଼ା ବୁଲିବାକୁ ଯାଇ ଚିଲିକାରେ ବୁଡ଼ିଗଲେ ପର୍ଯ୍ୟଟକ । ଚିଲିକା ମୁହାଣ ମୁହଁରେ ଗାଧୋଉଥିବା ସମୟରେ ଭାସିଯାଇଥିଲେ । ତେବେ ଏହି ଅଘଟଣରେ ପର୍ଯ୍ୟଟକଙ୍କ...

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ

ଭୁବନେଶ୍ବର,୨୧।୧୨:   ଭୁବନେଶ୍ୱର ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri