ନଡ୍ଡାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩ା୧୧(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଶନିବାର ସେ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ତଥା ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ରାଜ୍ୟର ସ୍ବାସ୍ଥ୍ୟ ଭିତ୍ତିଭୂମିର ଉନ୍ନତି ଓ ଭବିଷ୍ୟତର କାର୍ଯ୍ୟପନ୍ଥା ଉପରେ ବିସ୍ତୃତ ଆଲୋଚନା କରିଥିବା ସେ ତାଙ୍କ ଏକ୍ସ ହ୍ୟାଣ୍ଡେଲରେ ସୂଚନା ଦେଇଛନ୍ତି। ଏଥିସହ ସେ ଉଲ୍ଲେଖ କରିଛନ୍ତି, ନଡ୍ଡାଙ୍କ ଦୂରଦୃଷ୍ଟିସମ୍ପନ୍ନ ମାର୍ଗଦର୍ଶନ ତାଙ୍କୁ ଅଧିକ ଉତ୍ସାହରେ କାର୍ଯ୍ୟକରିବା ପାଇଁ ପ୍ରେରଣା ଯୋଗାଇବ।
ଏହାପରେ ସେ ସ୍ଥାନୀୟ ଭାରତ ମଣ୍ଡପମ୍‌ କମ୍ପ୍ଲେକ୍ସଠାରେ ଆୟୋଜିତ ଓଡ଼ିଶା ଷ୍ଟେଟ୍‌ ଡେ’ ସେଲିବ୍ରେଶନ କାର୍ଯ୍ୟକ୍ରମରେ ଯୋଗଦେଇ କହିଛନ୍ତି, ଭାଜପା ସରକାରର ଲକ୍ଷ୍ୟ ହେଉଛି ଟ୍ରାନ୍ସଫର୍ମେସନାଲ ଗ୍ରୋଥ୍‌। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଡବଲ ଇଞ୍ଜିନ ସରକାର ସମୃଦ୍ଧ ଓଡ଼ିଶାର ସ୍ବପ୍ନକୁ ସାକାର କରିବା ପାଇଁ ଉଦ୍ୟମ କରୁଛି। ଗତ ଦେଢବର୍ଷ ମଧ୍ୟରେ ଓଡ଼ିଶାରେ ଶିକ୍ଷା, ସ୍ବାସ୍ଥ୍ୟ ଓ ମହିଳା ସଶକ୍ତୀକରଣ କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ଆସିଛି। ଭିତ୍ତିଭୂମି କ୍ଷେତ୍ରରେ ଭିଜନ୍‌ ୨୦୩୬କୁ ଲକ୍ଷ୍ୟ କରି ୧୫ ହଜାର କି.ମି. ବିଶ୍ୱସ୍ତରୀୟ ସଡ଼କ, ବାହୁଦା ଓ କେନ୍ଦ୍ରାପଡ଼ାଠାରେ ନୂତନ ବନ୍ଦର ଏବଂ ପୁରୀରେ ଅନ୍ତର୍ଜାତୀୟ ଏୟାରପୋର୍ଟ ପ୍ରତିଷ୍ଠା ଭଳି ବୃହତ୍‌ ପ୍ରକଳ୍ପ ଆରମ୍ଭ କରାଯାଇଛି। ଶିଳ୍ପ କ୍ଷେତ୍ରରେ ୧୭ ଲକ୍ଷ କୋଟି ଟଙ୍କାର ନିବେଶ ସୁଯୋଗ ସୃଷ୍ଟି କରାଯାଇଛି। ଭୁବନେଶ୍ୱରକୁ ପୂର୍ବ ଭାରତର କେନ୍ଦ୍ରସ୍ଥଳ ଭାବେ ବିକଶିତ କରିବା ପାଇଁ ଏକ ସ୍ବତନ୍ତ୍ର ଗ୍ରାଣ୍ଡ ପ୍ଲାନ୍‌ ରହିଛି। ମୋଟାମୋଟି ଭାବେ ଓଡ଼ିଶା ମଣ୍ଡପଠାରେ ଓଡ଼ିଶାର କଳା, ସଂସ୍କୃତି, ବାଣିଜ୍ୟ ଓ ଶିଳ୍ପ କ୍ଷେତ୍ରରେ ଅଭିବୃଦ୍ଧିର ଏକ ଭବ୍ୟ ପ୍ରଦର୍ଶନ କରିଛି। ସମସ୍ତଙ୍କୁ ଏହି ବିକାଶ ଯାତ୍ରାରେ ସାମିଲହେବାକୁ ସେ ଅନୁରୋଧ କରିଛନ୍ତି। ଏହି ଅବସରରେ ସେ ଇଣ୍ଡିଆ ଇଣ୍ଟରନ୍ୟାଶନାଲ ଟ୍ରେଡ୍‌ ଫେୟାରରେ ଓଡ଼ିଶା ମଣ୍ଡପ ବୁଲି ଦେଖିଛନ୍ତି। ଏଥିସହ ସେ କହିଛନ୍ତି, ଏଥର ଓଡ଼ିଶା ମଣ୍ଡପ ବାସ୍ତବରେ ଅତ୍ୟନ୍ତ ସୁଦୃଶ୍ୟ ଓ ଭବ୍ୟ ଭାବରେ ପ୍ରସ୍ତୁତ କରାଯାଇଛି। ଯାହା ଶ୍ରୀମନ୍ଦିର, ପଟ୍ଟଚିତ୍ର ଓ କଳିଙ୍ଗର ନୌବାଣିଜ୍ୟ ପରମ୍ପରା ମାଧ୍ୟମରେ ଆମ କଳା, ଏତିହ୍ୟ ଓ ସଂସ୍କୃତିକୁ ଜାତୀୟ ଏବଂ ଅନ୍ତର୍ଜାତୀୟ ସ୍ତରରେ ବେଶ୍‌ ଆକର୍ଷଣୀୟ ଭାବେ ଉପସ୍ଥାପନ କରିଛି। ମଣ୍ଡପରେ ବିଭିନ୍ନ ଷ୍ଟଲ ଖୋଲାଯାଇଛି, ଯେଉଁଠି ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ଓ ବୁଣାକାରମାନଙ୍କ ହସ୍ତତନ୍ତ ବସ୍ତ୍ର, ହସ୍ତଶିଳ୍ପ ସାମଗ୍ରୀ, ପ୍ରସ୍ତର ମୂର୍ତ୍ତିକଳା ଏବଂ ଶ୍ରୀଅନ୍ନ ପ୍ରସ୍ତୁତ ଖାଦ୍ୟଦ୍ରବ୍ୟ ଉପଲବ୍ଧ ହେଉଛି। ସୂଚନାଯୋଗ୍ୟ, ରବିବାର ମୁଖ୍ୟମନ୍ତ୍ରୀ ଓଡ଼ିଶା ଫେରି ଆସିବା କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri