କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୭ା୧୧: ଓଡ଼ିଶାର ସୁନାମଧନ୍ୟ ତଥା ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କର ପରଲୋକ ଘଟିଛି। ଭୁବନେଶ୍ୱର ଏମ୍ସ (AIIMS) ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି।

ହ୍ୟୁମାନ ସାଗରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, “ତାଙ୍କର ବିୟୋଗ ଆମ ସଙ୍ଗୀତ ଓ ସିନେମା ପାଇଁ ଏକ ଅପୂରଣୀୟ କ୍ଷତି। ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ଭଗବାନଙ୍କ ନିକଟରେ ପ୍ରାର୍ଥନା କରୁଛି। ଓଁ ଶାନ୍ତି।”

କିଛିଦିନ ହେବ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଥିଲା। ସେ ମୁଖ୍ୟତଃ ଲିଭର୍ ଓ କିଡନୀ ଜନିତ ଗୁରୁତର ରୋଗ ସମେତ ଶ୍ୱାସକ୍ରିୟା ଜନିତ ଅସୁବିଧା, ନିମୋନିଆ ଆଦି ରୋଗରେ ପୀଡ଼ିତ ଥିଲେ ଏବଂ ଭେଣ୍ଟିଲେଟରରେ ଥିଲେ।

ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ କଟକର ଏକ ଘରୋଇ ହସ୍ପିଟାଲରୁ ତାଙ୍କୁ ଏମ୍ସ ସ୍ଥାନାନ୍ତର କରାଯାଇଥିଲା। ତାଙ୍କୁ ରାଜ୍ୟ ବାହାରକୁ ଚିକିତ୍ସା ପାଇଁ ନେବାକୁ ଯୋଜନା ହେବା ପରେ ମୁଖ୍ୟମନ୍ତ୍ରୀ ମଧ୍ୟ ଡାକ୍ତରଙ୍କ ସହ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ଆଲୋଚନା କରିଥିଲେ।

ଓଡ଼ିଆ ଚଳଚ୍ଚିତ୍ର ଓ ଆଲବମ୍‌ରେ ଅନେକ ରୋମାଣ୍ଟିକ୍ ଗୀତ ଗାଇଥିବା ହ୍ୟୁମାନ ସାଗରଙ୍କ ବିୟୋଗରେ ସଙ୍ଗୀତ ଜଗତରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri