ନବୀନଙ୍କୁ ସିଧା ଶୁଣାଇଦେଲେ ମୁଖ୍ୟମନ୍ତ୍ରୀ, ଉଠି ପଳାଇଲେ ବିଜେଡି-କଂଗ୍ରେସ

ଭୁବନେଶ୍ୱର,୩୦।୭: ବିଧାନସଭାରେ ଆଜି ୯୫ ହଜାର କୋଟି ଟଙ୍କାର ଲେଖାନୁଦାନ ବଜେଟ ଗୃହୀତ ହୋଇଛି । ବଜେଟ ନେଇ ଗୃହରେ ଧନ୍ୟବାଦ ପ୍ରସ୍ତାବ ଉପରେ ବିବୃତ୍ତି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି । ଆଉ ବିରୋଧୀ ବିଜେଡି ଖାସ୍‌ କରି ନବୀନ ପଟ୍ଟନାୟକଙ୍କ ଉପରେ ବର୍ଷିଛନ୍ତି ମୋହନ ମାଝି ।

ସେ କହିଛନ୍ତି, ବଜେଟ୍‌ ନେମ୍‌ ଚେଞ୍ଜର ନୁହେଁ ଗେମ୍‌ ଚେଞ୍ଜର। ଓଡ଼ିଆ ଅସ୍ମିତା ପାଇଁ ଆମେ ନାଁ ପରିବର୍ତ୍ତନ କରିଛୁ। ଓଡ଼ିଆ ଅସ୍ମିତା ବଞ୍ଚାଇବା ଓ ବିକାଶକୁ ଆଗକୁ ନେବାକୁ ଆମେ ବଦ୍ଧ ପରିକର। ବଜେଟକୁ ଅର୍ଥନୈତିକ ବିଶାରଦମାନେ ପ୍ରଶଂସା କରିଛନ୍ତି। ବିରୋଧୀ କେବଳ ଛଳନା ଆଳରେ ବଜେଟକୁ ବିରୋଧ କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ବିଜେଡି ଉପରେ ବର୍ଷି ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଜୁମଲା ସରକାରଙ୍କୁ ଓଡିଶା ଲୋକ ହଟାଇଦେଇଛନ୍ତି । ୭୦୦ ଯୋଜନା ଆରମ୍ଭ ହେଲା ପରେ କେତେବେଳେ ୬ ମାସ ପରେ ତ କେତେବେଳେ ୧ ବର୍ଷ ପରେ ପୁଣି କେତେବେଳେ ନିର୍ବାଚନ ପାଇଁ ଘୋଷଣା କରିଥିଲେ । ପଂଚସଖାଙ୍କ ନାଁରେ ଯୋଜନା ନାମକରଣ କଣ ଜୁମଲା କି ବୋଲି ପ୍ରଶ୍ନ କରିଛନ୍ତି ମୋହନ ମାଝି । ୨୪ ବର୍ଷ ଭିତରେ କାହିଁକି ବିଜେଡି ସରକାର କର୍ପସ ଫଣ୍ଡ କରିପାରିଲା ନାହିଁ।

ଫିଲ୍ମର ଟ୍ରେଲର ଦେଖି ଗୃହ ଛାଡି ପଳାଉଛି ବିଜେଡି । ଅନେକ ଅର୍ଥନୈତିକ ବଜେଟକୁ ପ୍ରଶଂସା କରିଛନ୍ତି । ତେଣୁ ଏହା ନେମ ଚେଞ୍ଜର ନୁହେଁ , ଗେମ ଚେଞ୍ଜର ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ବିକଶିତ ଓଡିଶା ପାଇଁ ନିଷ୍ପତ୍ତି ନେଇଛୁ । ଓଡିଆ ଅସ୍ମିତାକୁ ରକ୍ଷା କରିବାକୁ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଫାଇଭ-ଟି ସ୍କୁଲକୁ ନେଇ ବି ନବୀନଙ୍କୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ । ଯୋଜନା ସର୍ବସ୍ବ ହୋଇ ଲୋକଙ୍କୁ ସେବା ନଦେଇ ପାରିବାରୁ ଲୋକେ ବିଜେଡିକୁ କ୍ଷମା ଦେଲେ ନାହିଁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ତେବେ ମୁଖ୍ୟମନ୍ତ୍ରୀ କହିବା ସମୟରେ ବିଜେଡି ଓ କଂଗ୍ରେସ କକ୍ଷତ୍ୟାଗ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri