ଚାଷୀଙ୍କ ସହ ଖେଳିଲେ ସିଧା ପଠାଯିବ ଜେଲ, ଏମିତି କାହିଁକି କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୧୧: ବିଜେଡିକୁ ଟାର୍ଗେଟ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି, ଚାଷୀଙ୍କ ସ୍ବାର୍ଥରେ ବାଧା ଆଣିଲେ ଜେଲ ପଠାଯିବ। ସମବାୟ ସପ୍ତାହରେ ସମବାୟ ବିଭାଗରେ ଦୁର୍ନୀତିଗ୍ରସ୍ତ ଅଧିକାରୀ ଏବଂ ମିଡିଲମ୍ୟାନଙ୍କୁ ଏମିତି କହିଛନ୍ତି ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି, ପୂର୍ବ ସରକାର ସମୟରେ ସମବାୟରେ ହେଉଥିବା ବିଶୃଙ୍ଖଳା କାରବାର ଓ ଅବ୍ୟବସ୍ଥା ଏ ସରକାରରେ ହେବନି। ଏମିତି ହେଲେ କ୍ଷମା ଦିଆଯିବନି। ପୂର୍ବ ସରକାର ସମୟରେ ହୋଇଥିବା ଦୁର୍ନୀତିର ତଦନ୍ତ ହେବ। ଢୋଲ ଭିତରେ ମୂଷା ଭଳି କିଛି ଲୋକ ବିଶୃଙ୍ଖଳା କରିବା ପାଇଁ ଅଛନ୍ତି। ଆଉ ଯେଉଁମାନେ ଦୁର୍ନୀତି କରିବେ ସେମାନଙ୍କୁ ସରକାର ଚିହ୍ନଟ କରିବେ ଏବଂ ଆକ୍ସନ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।
ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଗୁରୁବାର ଅନୁଷ୍ଠିତ ‘ନିଖିଳ ଭାରତ ସମବାୟ ସପ୍ତାହ’ର ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗଦେଇଛନ୍ତି। ଏହି ଅବସରରେ ସେ କହିଛନ୍ତି, ଏକ ସାଧାରଣ ସମସ୍ୟାର ସମାଧାନ କରିବାକୁ ଯାଇ ସମବାୟ ସଂସ୍ଥା ଆରମ୍ଭ ହୋଇଥିଲା। ଏହା ବର୍ତ୍ତମାନ ବିଶାଳ ଦ୍ରୁମରେ ପରିଣତ ହୋଇଛି। ଭାରତବର୍ଷରେ ୩୦ କୋଟି ସଦସ୍ୟ ଏବେ ଏଥିରେ ଯୋଡ଼ିହୋଇଛନ୍ତି। ରାଜ୍ୟରେ ୫୦ ଲକ୍ଷରୁ ଅଧିକ ପରିବାର ଏହି ସଂସ୍ଥା ସହ ସିଧାସଳଖ ଜଡ଼ିତ। ଏହି ସରକାର ଜରିଆରେ ଗରିବ ଲୋକ ଓ ଚାଷୀଙ୍କ ଆର୍ଥିକ ଉନ୍ନତି ଘଟାଇ ସେମାନେ ଯେପରି ସୁଖ ସମୃଦ୍ଧିରେ ଜୀବନ ବିତାଇବେ ସେଥିପ୍ରତି ରାଜ୍ୟ ସରାକର ସଂକଳ୍ପବଦ୍ଧ। କିନ୍ତୁ କେତେଜେଣ ନ୍ୟସ୍ତସ୍ବାର୍ଥ ବ୍ୟକ୍ତି କାମ ବିଗାଡ଼ିବା ପାଇଁ ଚେଷ୍ଟା କରୁଛନ୍ତି। ଢୋଲ ଭିତରେ ମୂଷା ଭଳି କେତେଜଣ ବ୍ୟକ୍ତି ବିଶୃଙ୍ଖଳା କରିବା ପାଇଁ ଅଛନ୍ତି। ଯେଉଁମାନେ ଦୁର୍ନୀତି କରିବେ ସେମାନଙ୍କୁ ଚିହ୍ନଟ କରାଯିବ। ଚାଷୀଙ୍କ ସ୍ବାର୍ଥରେ ବାଧା ଆସିଲେ କ୍ଷମା ଦିଆଯିବ ନାହିଁ। ସେମାନଙ୍କୁ ଜେଲ ପଠାଯିବ ବୋଲି ସେ କହିଛନ୍ତି।
ଦଳର ସମବାୟ ପ୍ରକୋଷ୍ଠ ରାଜ୍ୟ ସଂଯୋଜକ ଶ୍ରୀରନ ମଙ୍ଗରାଜଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଯୋଗଦେଇ କହିଛନ୍ତି, ଓଡ଼ିଶାରେ ସମବାୟ ଆନ୍ଦୋଳନକୁ ତୀବ୍ର କରାଯିବ। ଏହାକୁ ତୃଣମୂଳସ୍ତରରେ ପହଞ୍ଚାଯିବ। ସମବାୟ ସଂସ୍ଥାର ବିନା ସହଯୋଗରେ ରାଜ୍ୟର ବିକାଶ ଅସମ୍ଭବ। ତେଣୁ ଲୋକଙ୍କ ସରକାର ବିକଶିତ ଏବଂ ସମୃଦ୍ଧ ଓଡ଼ିଶା ଗଠନ ପାଇଁ ସମବାୟ ଅନୁଷ୍ଠାନକୁ ଗୁରୁତ୍ୱ ଦେଉଛନ୍ତି। ଆଗାମୀ ଦିନରେ ସ୍ଥାନୀୟ ସମବାୟ ସମିତି ଗ୍ରାମ୍ୟ ଅର୍ଥନୀତିର ପ୍ରାଣକେନ୍ଦ୍ର ହେବ ବୋଲି ସେ କହିଛନ୍ତି। ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥିଭାବେ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଯୋଗଦେଇ କହିଛନ୍ତି, ରାଜ୍ୟର ପ୍ରତ୍ୟେକ ପଞ୍ଚାୟତର ବହୁମୁଖୀ ସମବାୟ ସମିତି ଗଠନ ହେବ। ବିଜେଡି ସରକାର ସମୟରେ ଏହି ସଂସ୍ଥା ଦୁର୍ନୀତିର ଗନ୍ତାଘର ସାଜିଥିଲା। ଭାଜପା ସରକାର ଆସିବା ପରେ ଏହି ସଂସ୍ଥାକୁ ଦୁର୍ନୀତିମୁକ୍ତ କରି ଚାଷୀ ଓ ଗରିବ ଲୋକଙ୍କ ଆର୍ଥତ୍କ ଉନ୍ନତି ଘଟାଇବାକୁ ବଦ୍ଧପରିକର ବୋଲି ସେ କହିଛନ୍ତି। କାର୍ଯ୍ୟକ୍ରମ ପ୍ର୍ରାରମ୍ଭରେ ରାଜ୍ୟ କାର୍ଯ୍ୟାଳୟରେ ପ୍ରଥମେ ସମବାୟ ପତାକା ଉତ୍ତୋଳନ କରାଯାଇଥିଲା।

Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri