ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା ପ୍ରଭାବିତ ଅଞ୍ଚଳର ଏରିଅଲ ସର୍ଭେ (ଆକାଶମାର୍ଗରୁ ପରିଦର୍ଶନ) କରିବେ। ଗଭୀର ଅବପାତ ପ୍ରଭାବରେ ବିଶେଷ ଭାବରେ କ୍ଷତିଗ୍ରସ୍ତ ହୋଇଥିବା ଗଞ୍ଜାମ, କୋରାପୁଟ ଓ ନବରଙ୍ଗପୁର ଜିଲାର ବନ୍ୟାଞ୍ଚଳ ବୁଲି ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ।
ମିଳିଥିବା ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀ କେବଳ ଆକାଶମାର୍ଗରୁ ସ୍ଥିତି ଅନୁଧ୍ୟାନ କରିବେ ନାହିଁ, ବରଂ କୋରାପୁଟ ଜିଲ୍ଲାର କୋଟପାଡ଼ ଅଞ୍ଚଳକୁ ଯାଇ ପ୍ରତ୍ୟକ୍ଷ ଭାବେ ବନ୍ୟା ପରିସ୍ଥିତି ଓ କ୍ଷୟକ୍ଷତିର ସମୀକ୍ଷା କରିବେ। ପ୍ରଭାବିତ ଲୋକଙ୍କ ନିକଟରେ ରିଲିଫ୍ ଓ ସହାୟତା ପହଞ୍ଚାଇବା ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏହି ପରିଦର୍ଶନ କରୁଥିବା ଜଣାପଡ଼ିଛି।

