କଳିଙ୍ଗ ଷ୍ଟୁଡ଼ିଓ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ: ଦେଲେ ବଡ ନିର୍ଦ୍ଦେଶ

ଭୁବନେଶ୍ୱର,୧।୬: ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳିଙ୍ଗ ଷ୍ଟୁଡ଼ିଓ ପରିଦର୍ଶନ କରି ଏହାକୁ ଏକ ସ୍ୱୟଂ ସମ୍ପୂର୍ଣ୍ଣ ଅତ୍ୟାଧୁନିକ ଷ୍ଟୁଡ଼ିଓ ଭାବେ ବିକଶିତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏଥିପାଇଁ ଏକ ଡିପିଆର୍‍ ପ୍ରସ୍ତୁତ କରିବା ପାଇଁ ସେ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ, ୧୯୮୦ ମସିହାରେ ସ୍ଥାପିତ ହୋଇଥିବା ଏହି ଷ୍ଟୁଡ଼ିଓ ଏକଦା ଚଳଚ୍ଚିତ୍ର ନିର୍ମାଣ ପାଇଁ ଉନ୍ନତ ଯନ୍ତ୍ରପାତି ସହିତ ପୂର୍ବ ଭାରତର ଏକମାତ୍ର ଷ୍ଟୁଡ଼ିଓ ଭାବେ ଖ୍ୟାତି ଅର୍ଜନ କରିଥିଲା । ସମୟକ୍ରମେ ଆଧୁନିକ ଯନ୍ତ୍ରପାତି ଓ ବୈଷୟିକ ଉପକରଣ ଅଭାବରୁ ଷ୍ଟୁଡ଼ିଓଟିର ଚାହିଦା ହ୍ରାସ ପାଇଥିଲା । ଏହାର ଉନ୍ନତିକରଣ କାର୍ଯ୍ୟ ଜାରି ରହିଛି ।

ନୂଆ ସରକାର ଦାୟିତ୍ୱ ନେବା ପରେ ଏହି ଷ୍ଟୁଡ଼ିଓର ଅତ୍ୟାଧୁନିକୀକରଣକୁ ଗୁରୁତ୍ୱ ଦେବାପାଇଁ ମୁଖ୍ୟମନ୍ତ୍ରୀ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ନିର୍ଦ୍ଦେଶ ଅନୁଯାୟୀ ପ୍ରଥମ ପର୍ଯ୍ୟାୟରେ ଷ୍ଟୁଡ଼ିଓର ଟେକ୍‍ ବିଲଡ଼ିଙ୍ଗ, ଏଣ୍ଟ୍ରାନ୍‍ସ ପ୍ଲାଜା, ଇନଡୋର୍‍ ସୁଟିଙ୍ଗ ବ୍ୟବସ୍ଥା, କଳିଙ୍ଗ ମୁଭି ମ୍ୟାଜିକ୍‍, ଆଭେନ୍ୟୁ ଲ୍ୟାଣ୍ଡ, ଭିଲେଜ୍‍ ଏରିଆ, ଆଇକନିକ୍‍ ଲ୍ୟାଣ୍ଡ ମାର୍କ, ସ୍ନୋ ୱାର୍ଲଡ, କମ୍ୟୁନିଟି ହଲ୍‍, ବାମ୍ୱୋ ଷ୍ଟ୍ରକ୍‍ଚର, ୱାଟର ବଡ଼ି, ଗ୍ରୀନ ଏରିଆ ଇତ୍ୟାଦି ବିକଶିତ କରାଯାଇଛି । ବାକି ରହିଥିବା କାମ ଗୁଡ଼ିକ ଯଥାଶୀଘ୍ର ସମ୍ପୂର୍ଣ୍ଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଇଡ୍‌କୋ ପକ୍ଷରୁ ଏହି ବିକାଶ କାର୍ଯ୍ୟ କରାଯାଉଛି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡ଼ିଆ ଚଳଚ୍ଚିତ୍ରର ବିକାଶ ପାଇଁ ଏହି ଷ୍ଟୁଡ଼ିଓର ବିକାଶ ଅତ୍ୟନ୍ତ ଆବଶ୍ୟକ । ସମସ୍ତ ଅତ୍ୟାଧୁନିକ ସୁବିଧା ସୁଯୋଗ ଥାଇ ଏହାକୁ ଏକ ସ୍ୱୟଂ ସମ୍ପୂର୍ଣ୍ଣ ଷ୍ଟୁଡ଼ିଓରେ ପରିଣତ କରାଯିବ । ଚଳଚ୍ଚିତ୍ର ଜଗତ ସହିତ ଜଡ଼ିତ ସମସ୍ତଙ୍କ ସହ ଆଲୋଚନା କରାଯାଇ ଏହି ଷ୍ଟୁଡ଼ିଓର ବିକାଶ କରାଯିବ ବୋଲି ସେ କହିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ସହିତ ଶିଳ୍ପ ଓ ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ ଚରଣ ସ୍ୱାଇଁ ଷ୍ଟୁଡ଼ିଓ ବୁଲି ଦେଖିଥିଲେ । ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା ପ୍ରକଳ୍ପ କାର୍ଯ୍ୟ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ । ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମର ପରିଚାଳନା ନିର୍ଦ୍ଦେଶକ ସମର୍ଥ ବର୍ମା ଏବଂ ଇଡ୍‌କୋର ପରିଚାଳନା ନିର୍ଦ୍ଦେଶକ ଭୂପିନ୍ଦର ସିଂ ପୁନିଆ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌ ପରେ ବିପଜ୍ଜନକ ଧମକ ଦେଲା ଇରାନ, ଭୟରେ ଥରହର ସାରା ବିଶ୍ୱ

ଓ୍ବାଶିଂଟନ୍‌,୨୨।୩: ଆମେରିକା-ଇସ୍ରାଏଲ ଯୁଦ୍ଧ ଏବେ ଆରବ ଦେଶଗୁଡ଼ିକୁ ତୃଷାର୍ତ୍ତ କରିପାରେ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟାର ଅଲ୍ଟିମେଟମ୍‌ ପରେ ଇରାନ ପ୍ରତିଆକ୍ରମଣ ଆରମ୍ଭ କରିଛି…

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି।…

ଆଗକୁ ଶିକ୍ଷକଙ୍କୁ ନିୟମିତ ନିଯୁକ୍ତି ଦିଆଯିବ,ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ରାଜ୍ୟରେ ଶିକ୍ଷାକ୍ଷେତ୍ରରେ ପରିବର୍ତ୍ତନ ଆଣିବା ପାଇଁ ରାଜ୍ୟ ସରକାର ପ୍ରୟାସ କରୁଛନ୍ତି। ଶିକ୍ଷକମାନେ ଯେପରି ରାଜରାସ୍ତାରେ ନ ବସିବେ, ପିଲାଙ୍କ ପାଠପଢ଼ାକୁ ଯେପରି ଗୁରୁତ୍ୱ…

ବିି.ଏଡ୍‌. ପ୍ରବେଶିକା ପରୀକ୍ଷା ପାଇଁ ୨୩ରୁ ଆବେଦନ

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ୨ବର୍ଷିଆ ବି.ଏଡ୍‌, ବିଏଚ୍‌.ଏଡ୍‌. ଓ ଏମ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଲାଗି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।…

ଏଆଇ ପ୍ରସ୍ତୁତ ମୋଦିଙ୍କ ଆପତ୍ତିଜନକ ଫଟୋ ଶେୟାର କରିଥିବା ଯୁବକ ଗିରଫ

ନୂଆଦିଲ୍ଲୀ,୨୧ା୩: ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ (ଏଆଇ) ସହାୟତାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆପତ୍ତିଜନକ ଫଟୋ ପ୍ରସ୍ତୁତ କରି ସୋସିଆଲ୍‌ ମିଡିଆରେ ଶେୟାର କରିଥିବା ଅଭିଯୋଗରେ ବିହାରର ସିଦ୍ଧନାଥ କୁମାରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri