କଳିଙ୍ଗ ଷ୍ଟୁଡ଼ିଓ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ: ଦେଲେ ବଡ ନିର୍ଦ୍ଦେଶ

ଭୁବନେଶ୍ୱର,୧।୬: ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳିଙ୍ଗ ଷ୍ଟୁଡ଼ିଓ ପରିଦର୍ଶନ କରି ଏହାକୁ ଏକ ସ୍ୱୟଂ ସମ୍ପୂର୍ଣ୍ଣ ଅତ୍ୟାଧୁନିକ ଷ୍ଟୁଡ଼ିଓ ଭାବେ ବିକଶିତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏଥିପାଇଁ ଏକ ଡିପିଆର୍‍ ପ୍ରସ୍ତୁତ କରିବା ପାଇଁ ସେ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ, ୧୯୮୦ ମସିହାରେ ସ୍ଥାପିତ ହୋଇଥିବା ଏହି ଷ୍ଟୁଡ଼ିଓ ଏକଦା ଚଳଚ୍ଚିତ୍ର ନିର୍ମାଣ ପାଇଁ ଉନ୍ନତ ଯନ୍ତ୍ରପାତି ସହିତ ପୂର୍ବ ଭାରତର ଏକମାତ୍ର ଷ୍ଟୁଡ଼ିଓ ଭାବେ ଖ୍ୟାତି ଅର୍ଜନ କରିଥିଲା । ସମୟକ୍ରମେ ଆଧୁନିକ ଯନ୍ତ୍ରପାତି ଓ ବୈଷୟିକ ଉପକରଣ ଅଭାବରୁ ଷ୍ଟୁଡ଼ିଓଟିର ଚାହିଦା ହ୍ରାସ ପାଇଥିଲା । ଏହାର ଉନ୍ନତିକରଣ କାର୍ଯ୍ୟ ଜାରି ରହିଛି ।

ନୂଆ ସରକାର ଦାୟିତ୍ୱ ନେବା ପରେ ଏହି ଷ୍ଟୁଡ଼ିଓର ଅତ୍ୟାଧୁନିକୀକରଣକୁ ଗୁରୁତ୍ୱ ଦେବାପାଇଁ ମୁଖ୍ୟମନ୍ତ୍ରୀ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ନିର୍ଦ୍ଦେଶ ଅନୁଯାୟୀ ପ୍ରଥମ ପର୍ଯ୍ୟାୟରେ ଷ୍ଟୁଡ଼ିଓର ଟେକ୍‍ ବିଲଡ଼ିଙ୍ଗ, ଏଣ୍ଟ୍ରାନ୍‍ସ ପ୍ଲାଜା, ଇନଡୋର୍‍ ସୁଟିଙ୍ଗ ବ୍ୟବସ୍ଥା, କଳିଙ୍ଗ ମୁଭି ମ୍ୟାଜିକ୍‍, ଆଭେନ୍ୟୁ ଲ୍ୟାଣ୍ଡ, ଭିଲେଜ୍‍ ଏରିଆ, ଆଇକନିକ୍‍ ଲ୍ୟାଣ୍ଡ ମାର୍କ, ସ୍ନୋ ୱାର୍ଲଡ, କମ୍ୟୁନିଟି ହଲ୍‍, ବାମ୍ୱୋ ଷ୍ଟ୍ରକ୍‍ଚର, ୱାଟର ବଡ଼ି, ଗ୍ରୀନ ଏରିଆ ଇତ୍ୟାଦି ବିକଶିତ କରାଯାଇଛି । ବାକି ରହିଥିବା କାମ ଗୁଡ଼ିକ ଯଥାଶୀଘ୍ର ସମ୍ପୂର୍ଣ୍ଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଇଡ୍‌କୋ ପକ୍ଷରୁ ଏହି ବିକାଶ କାର୍ଯ୍ୟ କରାଯାଉଛି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡ଼ିଆ ଚଳଚ୍ଚିତ୍ରର ବିକାଶ ପାଇଁ ଏହି ଷ୍ଟୁଡ଼ିଓର ବିକାଶ ଅତ୍ୟନ୍ତ ଆବଶ୍ୟକ । ସମସ୍ତ ଅତ୍ୟାଧୁନିକ ସୁବିଧା ସୁଯୋଗ ଥାଇ ଏହାକୁ ଏକ ସ୍ୱୟଂ ସମ୍ପୂର୍ଣ୍ଣ ଷ୍ଟୁଡ଼ିଓରେ ପରିଣତ କରାଯିବ । ଚଳଚ୍ଚିତ୍ର ଜଗତ ସହିତ ଜଡ଼ିତ ସମସ୍ତଙ୍କ ସହ ଆଲୋଚନା କରାଯାଇ ଏହି ଷ୍ଟୁଡ଼ିଓର ବିକାଶ କରାଯିବ ବୋଲି ସେ କହିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ସହିତ ଶିଳ୍ପ ଓ ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ ଚରଣ ସ୍ୱାଇଁ ଷ୍ଟୁଡ଼ିଓ ବୁଲି ଦେଖିଥିଲେ । ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା ପ୍ରକଳ୍ପ କାର୍ଯ୍ୟ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ । ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମର ପରିଚାଳନା ନିର୍ଦ୍ଦେଶକ ସମର୍ଥ ବର୍ମା ଏବଂ ଇଡ୍‌କୋର ପରିଚାଳନା ନିର୍ଦ୍ଦେଶକ ଭୂପିନ୍ଦର ସିଂ ପୁନିଆ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri