ବର୍ଷା ପ୍ରଭାବରେ କ୍ଷୟକ୍ଷତି ହୋଇଥିବା ଚାଷୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଗଜପତି(ପାରଳାଖେମୁଣ୍ଡି) ୨୯।୧୨: ଲଗାଣ ବର୍ଷାରେ ଫସଲ କ୍ଷୟକ୍ଷତି ସମୀକ୍ଷା କରିବାକୁ ଗ୍ରାଉଣ୍ଡ ଜିରୋରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିଲକୁ ଓହ୍ଲାଇ ଚାଷୀଙ୍କ ସହ ସିଧାସଳଖ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ। ବର୍ଷାରେ ବ୍ୟାପକ ଧାନ ଫସଲ ନଷ୍ଟ ହୋଇଥିବାବେଳେ ଗ୍ରାଉଣ୍ଡ ଜିରୋରେ ଚାଷୀମାନଙ୍କ ସହ ଜମିକୁ ଯାଇ ସ୍ଥିତି ପରଖିଛନ୍ତି ମୁଖ୍ୟମନ୍ତ୍ରୀ।

ମୋହନଙ୍କ ସହ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ମଧ୍ୟ ଉପସ୍ଥିତ ଥିଲେ । ଅଦିନିଆ ବର୍ଷାରେ ଜିଲାର ଗୋଷାଣୀ ବ୍ଲକରେ ସର୍ବଧିକ କ୍ଷତିଗ୍ରସ୍ତ ହୋଇଥିବା ବେଳେ ସେହି ଅଞ୍ଚଳ ବୁଲି ଦେଖିବା ସହ ଚାଷୀଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ଏହାପୂର୍ବରୁ ରବିବାର ମୁଖ୍ୟମନ୍ତ୍ରୀ ହେଲିକ୍ୟାପ୍ଟରରେ ରଣପୁର ଜେଲଛକ ପଡ଼ିଆରେ ଅବତରଣ କରି ସିଧା ସଳଖ ଚାଷୀମାନଙ୍କ ସହ କଥାବାର୍ତ୍ତା କରି ସ୍ଥିତି ଅନୁଧ୍ୟାନ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ବାଚସ୍ପତି ତଥା ରଣପୁର ବିଧାୟକ ସୁରମା ପାଢ଼ୀ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ମଧ୍ୟ କ୍ଷୟକ୍ଷତି ଦେଖିଛନ୍ତି।

ମୁଖ୍ୟମନ୍ତ୍ରୀ କ୍ଷତିଗ୍ରସ୍ତ ଚାଷୀଙ୍କ ସହ ଆଲୋଚନା କରିବା ସହ ଚାଷୀଙ୍କ ସମସ୍ଯାର ସମାଧାନ ଏବଂ କ୍ଷତିପୂରଣ ପ୍ରଦାନ ପାଇଁ ଯଥାଶୀଘ୍ର ଆବଶ୍ୟକୀୟ ପଦକ୍ଷେପ ନେବା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଧାନ ବୀମା କରିଥିଲେ ନିଜ ପଞ୍ଜିକୃତ ନମ୍ବରରୁ ହେଲ୍ପଲାଇନ ନମ୍ବର‘୧୪୪୪୭’ରେ ଜଣାଇବା ପାଇଁ ଚାଷୀ ଭାଇମାନଙ୍କୁ ଅନୁରୋଧ କରୁଛି।

ପ୍ରକଶ ଯେ, ନୟାଗଡ଼ ଜିଲାରେ ଅଦିନିଆ ବର୍ଷା ଦୁଃଖରକାରଣ ପାଲଟିଛି। କିଛି ଜମିରେ ଧାନ ଗଜା ହୋଇଯାଇଛି ଓ ଧନ ନଷ୍ଟ ହୋଇ ଯାଇଛି। ଏଭଳିସ୍ଥଳେ ବାଚସ୍ପତି ତଥା ରଣପୁର ବିଧାୟିକା ସୁରମା ପାଢ଼ୀଙ୍କ ସମେତ କୃଷକ ଯୁବ ମୋର୍ଚ୍ଚା, ବ୍ଲକ ଅଧ୍ୟକ୍ଷା କୃଷକମାନଙ୍କ ସହିତ ଆଲୋଚନା କରି ଜମିକୁ ଯାଇ ସ୍ଥିତି ଅନୁଧ୍ୟାନ କରିଥିଲେ । ଏବେ ମୁଖ୍ୟମନ୍ତ୍ରୀ ରଣପୁରକୁ ଆସି ସ୍ଥିତି ଅନୁଧ୍ୟାନ କରୁଛନ୍ତି।

ସେପଟେ ଫସଲ କ୍ଷତି ନେଇ ଶନିବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏକ ବଡ଼ ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆସନ୍ତା ୩୦ ତାରିଖ ସୁଦ୍ଧା ଫସଲ କ୍ଷୟକ୍ଷତି ଆକଳନ କରାଯିବ। ଡିବିଟି ଜରିଆରେ ଚାଷୀଙ୍କୁ ଫସଲ କ୍ଷତିପୂରଣ ପ୍ରଦାନ କରାଯିବ। ବୀମା କରିଥିବା ଚାଷୀ ଓ କରି ନ ଥିବା ଚାଷୀମାନେ ଏହି କ୍ଷତିପୂରଣ ପାଇବେ।

ବର୍ତ୍ତମାନ ସୁଦ୍ଧା ୧ ଲକ୍ଷ ୨୬ ହଜାର ଚାଷୀ ଆବେଦନ କରିଛନ୍ତି। ଆସନ୍ତାକାଲି ଅର୍ଥାତ୍‌ ରବିବାର ସୁଦ୍ଧା ଅନ୍ୟ ଚାଷୀମାନେ ଆବେଦନ କରିବାକୁ ମୁଖ୍ୟମନ୍ତ୍ରୀ ଚାଷୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଏଥିସହିତ ଟୋଲ୍‌ ଫ୍ରି ନଂ ୧୪୪୪୭ରେ ଆବେଦନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ବୈଠକରେ କୃଷିମନ୍ତ୍ରୀ କେଭି ସିଂଦେଓ, ରାଜସୱ ମନ୍ତ୍ରୀ, ସମବାୟ ମନ୍ତ୍ରୀ ଓ ଯୋଗାଣ ମନ୍ତ୍ରୀ କୃଷ୍ଣପାତ୍ର, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri