ବର୍ଷା ପ୍ରଭାବରେ କ୍ଷୟକ୍ଷତି ହୋଇଥିବା ଚାଷୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଗଜପତି(ପାରଳାଖେମୁଣ୍ଡି) ୨୯।୧୨: ଲଗାଣ ବର୍ଷାରେ ଫସଲ କ୍ଷୟକ୍ଷତି ସମୀକ୍ଷା କରିବାକୁ ଗ୍ରାଉଣ୍ଡ ଜିରୋରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିଲକୁ ଓହ୍ଲାଇ ଚାଷୀଙ୍କ ସହ ସିଧାସଳଖ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ। ବର୍ଷାରେ ବ୍ୟାପକ ଧାନ ଫସଲ ନଷ୍ଟ ହୋଇଥିବାବେଳେ ଗ୍ରାଉଣ୍ଡ ଜିରୋରେ ଚାଷୀମାନଙ୍କ ସହ ଜମିକୁ ଯାଇ ସ୍ଥିତି ପରଖିଛନ୍ତି ମୁଖ୍ୟମନ୍ତ୍ରୀ।

ମୋହନଙ୍କ ସହ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ମଧ୍ୟ ଉପସ୍ଥିତ ଥିଲେ । ଅଦିନିଆ ବର୍ଷାରେ ଜିଲାର ଗୋଷାଣୀ ବ୍ଲକରେ ସର୍ବଧିକ କ୍ଷତିଗ୍ରସ୍ତ ହୋଇଥିବା ବେଳେ ସେହି ଅଞ୍ଚଳ ବୁଲି ଦେଖିବା ସହ ଚାଷୀଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ଏହାପୂର୍ବରୁ ରବିବାର ମୁଖ୍ୟମନ୍ତ୍ରୀ ହେଲିକ୍ୟାପ୍ଟରରେ ରଣପୁର ଜେଲଛକ ପଡ଼ିଆରେ ଅବତରଣ କରି ସିଧା ସଳଖ ଚାଷୀମାନଙ୍କ ସହ କଥାବାର୍ତ୍ତା କରି ସ୍ଥିତି ଅନୁଧ୍ୟାନ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ବାଚସ୍ପତି ତଥା ରଣପୁର ବିଧାୟକ ସୁରମା ପାଢ଼ୀ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ମଧ୍ୟ କ୍ଷୟକ୍ଷତି ଦେଖିଛନ୍ତି।

ମୁଖ୍ୟମନ୍ତ୍ରୀ କ୍ଷତିଗ୍ରସ୍ତ ଚାଷୀଙ୍କ ସହ ଆଲୋଚନା କରିବା ସହ ଚାଷୀଙ୍କ ସମସ୍ଯାର ସମାଧାନ ଏବଂ କ୍ଷତିପୂରଣ ପ୍ରଦାନ ପାଇଁ ଯଥାଶୀଘ୍ର ଆବଶ୍ୟକୀୟ ପଦକ୍ଷେପ ନେବା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଧାନ ବୀମା କରିଥିଲେ ନିଜ ପଞ୍ଜିକୃତ ନମ୍ବରରୁ ହେଲ୍ପଲାଇନ ନମ୍ବର‘୧୪୪୪୭’ରେ ଜଣାଇବା ପାଇଁ ଚାଷୀ ଭାଇମାନଙ୍କୁ ଅନୁରୋଧ କରୁଛି।

ପ୍ରକଶ ଯେ, ନୟାଗଡ଼ ଜିଲାରେ ଅଦିନିଆ ବର୍ଷା ଦୁଃଖରକାରଣ ପାଲଟିଛି। କିଛି ଜମିରେ ଧାନ ଗଜା ହୋଇଯାଇଛି ଓ ଧନ ନଷ୍ଟ ହୋଇ ଯାଇଛି। ଏଭଳିସ୍ଥଳେ ବାଚସ୍ପତି ତଥା ରଣପୁର ବିଧାୟିକା ସୁରମା ପାଢ଼ୀଙ୍କ ସମେତ କୃଷକ ଯୁବ ମୋର୍ଚ୍ଚା, ବ୍ଲକ ଅଧ୍ୟକ୍ଷା କୃଷକମାନଙ୍କ ସହିତ ଆଲୋଚନା କରି ଜମିକୁ ଯାଇ ସ୍ଥିତି ଅନୁଧ୍ୟାନ କରିଥିଲେ । ଏବେ ମୁଖ୍ୟମନ୍ତ୍ରୀ ରଣପୁରକୁ ଆସି ସ୍ଥିତି ଅନୁଧ୍ୟାନ କରୁଛନ୍ତି।

ସେପଟେ ଫସଲ କ୍ଷତି ନେଇ ଶନିବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏକ ବଡ଼ ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆସନ୍ତା ୩୦ ତାରିଖ ସୁଦ୍ଧା ଫସଲ କ୍ଷୟକ୍ଷତି ଆକଳନ କରାଯିବ। ଡିବିଟି ଜରିଆରେ ଚାଷୀଙ୍କୁ ଫସଲ କ୍ଷତିପୂରଣ ପ୍ରଦାନ କରାଯିବ। ବୀମା କରିଥିବା ଚାଷୀ ଓ କରି ନ ଥିବା ଚାଷୀମାନେ ଏହି କ୍ଷତିପୂରଣ ପାଇବେ।

ବର୍ତ୍ତମାନ ସୁଦ୍ଧା ୧ ଲକ୍ଷ ୨୬ ହଜାର ଚାଷୀ ଆବେଦନ କରିଛନ୍ତି। ଆସନ୍ତାକାଲି ଅର୍ଥାତ୍‌ ରବିବାର ସୁଦ୍ଧା ଅନ୍ୟ ଚାଷୀମାନେ ଆବେଦନ କରିବାକୁ ମୁଖ୍ୟମନ୍ତ୍ରୀ ଚାଷୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଏଥିସହିତ ଟୋଲ୍‌ ଫ୍ରି ନଂ ୧୪୪୪୭ରେ ଆବେଦନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ବୈଠକରେ କୃଷିମନ୍ତ୍ରୀ କେଭି ସିଂଦେଓ, ରାଜସୱ ମନ୍ତ୍ରୀ, ସମବାୟ ମନ୍ତ୍ରୀ ଓ ଯୋଗାଣ ମନ୍ତ୍ରୀ କୃଷ୍ଣପାତ୍ର, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Mo Bus Accident: ୧୦୦ ମିଟର ଯାଏ ଘୋଷାଡ଼ି ନେଲା ମୋ’ ବସ୍‌, ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ, ୩ ଗୁରୁତର

ଭୁବନେଶ୍ୱର,୧୪।୨: ପୁଣି ମୋ’ ବସ୍‌ ନେଇଛି ଜୀବନ। ଶୁକ୍ରବାର ରାତିରେ ତମାଣ୍ଡୋ ଥାନା ଅଞ୍ଚଳର ଓଭରବ୍ରିଜ୍‌ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ସ୍କୁଟି ସହ ୧୦୦...

ଉମା ଶଙ୍କର ବେହେରା ହେଲେ ଭଞ୍ଜନଗର ଉପ ଜିଲାପାଳ

ଭଞ୍ଜନଗର,୧୪।୨(ବାବୁଲା ପ୍ରଧାନ): ଭଞ୍ଜନଗର ତହସିଲଦାର ଉମା ଶଙ୍କର ବେହେରା ପ୍ରମୋଶନ ପାଇ ଭଞ୍ଜନଗର ଉପ ଜିଲାପାଳ ଭାବେ ନିଯୁକ୍ତି ପାଇଛନ୍ତି। ଏ ନେଇ ଶୁକ୍ରବାର ବିଜ୍ଞପ୍ତି...

ପୁଲୱାମା ଆକ୍ରମଣରେ ସହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି

ରାଇକିଆ,୧୪।୨: (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଠାରେ ଭାରତ ନିର୍ମାଣ ଆଜାଦି ସେବା ସଙ୍ଗଠନ ପକ୍ଷରୁ ଶୁକ୍ରବାର ସାରେ ପୁଲୱାମା ଆକ୍ରମଣରେ ସହିଦ ଯବାନଙ୍କୁ...

ସୁପ୍ରିମକୋର୍ଟରେ ପୂର୍ବତନ CJIଙ୍କ ପୁଅ ଲଢ଼ିବେ ୟୁଟ୍ୟୁବର Ranveer Allahbadiaଙ୍କ କେସ୍‌, ଜାଣନ୍ତୁ ସେ କିଏ…

ନୂଆଦିଲ୍ଲୀ,୧୪।୨: କମେଡିଆନ ସମୟ ରାଇନାଙ୍କ ରିଆଲିଟି ଶୋ’ ‘ଇଣ୍ଡିଆଜ୍‌ ଗଟ୍‌ ଟ୍ୟାଲେଣ୍ଟ’ରେ ବିବାଦୀୟ ବୟାନ ଦେଇଥିବା ରଣବୀର ଆଲ୍ଲାହାବାଦିଆଙ୍କ ଅଡ଼ୁଆ ବଢ଼ିଛି। ତାଙ୍କ ବିରୋଧରେ ମହାରାଷ୍ଟ୍ରରୁ...

ଆରପାରିରେ ପୂର୍ବତନ ଏମ୍‌ପି ଜୟରାମ ପାଙ୍ଗୀ ଝିଅ

ପଟ୍ଟାଙ୍ଗି,୧୪ା୨(ଶରତ କୁମାର ଧଳ):କୋରାପୁଟ ପୂର୍ବତନ ଏମ୍‌ପି ଜୟରାମ ପାଙ୍ଗୀଙ୍କ ତୃତୀୟ ଝିଅ ରାଜଲକ୍ଷ୍ମୀଙ୍କ ଗୁରୁବାର ବିଳମ୍ବିତ ରାତିରେ ବିଶାଖାପାଟଣାସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ...

ଉପମୁଖ୍ୟମନ୍ତ୍ରୀଙ୍କୁ ଭେଟି ଦାବି ରଖିଲେ ବିଧାୟକ

ବରଗଡ଼,୧୪।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ବ୍ଲକ ଅନ୍ତର୍ଗତ ଗାଇସୀମା ଗ୍ରାମରେ ରହିଥିବା ଅଷ୍ଟଶମ୍ଭୁ ମଧ୍ୟରେ  ଅନ୍ୟତମ ଶୈବପୀଠ ବରାଡ଼ ବାଲୁଙ୍କେଶ୍ୱର ବାବାଙ୍କ ମନ୍ଦିର ବିକାଶ ପାଇଁ ଶୁକ୍ରବାର ବରଗଡ଼...

ଅଶୁଭ! ଭାଙ୍ଗିଲା ଶ୍ରୀମନ୍ଦିର ଉପରେ ଥିବା ଅକ୍ଷୟ ଦଣ୍ଡ

ପୁରୀ,୧୪।୨: ନୀଳଚକ୍ର ବାନାକୁ ଧାରଣ କରୁଥିବା ଅକ୍ଷୟ ଦଣ୍ଡ ଭାଙ୍ଗି ଯାଇଛି । jagannath temple ଚୁଡ଼ାରେ ଆଜି ଏହି ଘଟଣା ଘଟିଥିବା ଦେଖିବାକୁ ମିଳିଛି...

ଜାଣନ୍ତୁ କିଏ ହେଲେ ଭଞ୍ଜନଗର ବିଡିଓ , ମିଳିଲା ଦାୟିତ୍ୱ

ଭଞ୍ଜନଗର,୧୪ା୨(ବାବୁଲା ପ୍ରଧାନ): ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ବିଭାଗ ପକ୍ଷରୁ ଶୁକ୍ରବାର ବିଡିଓ ବଦଳି ତାଲିକା ପ୍ରକାଶ ପାଇଛି। ଏଥିରେ ଭଞ୍ଜନଗର ବିଡିଓ ଭାବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri