ଓଡ଼ିଶାରେ ସେମିକଣ୍ଡକ୍ଟର ଭିଭିଭୂମିକୁ ବଡ଼ ସଫଳତା, ସିନୋପ୍‌ସିସ୍‌ ଇଣ୍ଡିଆର ବୈଷୟିକ କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର,୧୦/୧୧: ସେମିକଣ୍ଡକ୍ଟର ଏବଂ ଇଲେକ୍ଟ୍ରୋନିକ ଡିଜାଇନ ଅଟୋମେସନ (ଇଡିଏ) ଉପକରଣ ଅଗ୍ରଣୀ ଯୋଗାଣକାରୀ ସଂସ୍ଥା ସିନୋପ୍‌ସିସ୍‌ର ଡିଜାଇନ, ଗବେଷଣା ଓ ବିକାଶ କେନ୍ଦ୍ରକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଉଦ୍‌ଘାଟନ କରିଛନ୍ତି । ପୂର୍ବ ଭାରତରେ ସିନୋପ୍‌ସିସର ଏହା ପ୍ରଥମ ବୈଷୟିକ କେନ୍ଦ୍ର । ଏହାଦ୍ବାରା ଓଡ଼ିଶାରେ ସେମିକଣ୍ଡକ୍ଟର ଏବଂ ଇଲେକ୍ଟ୍ରୋନିକ ଚିପ୍ ଡିଜାଇନ ଇକୋସିଷ୍ଟମ ଅଭିବୃଦ୍ଧି ହେବା ସଙ୍ଗେ ସଙ୍ଗେ ଉଚ୍ଚସ୍ତରୀୟ ନିଯୁକ୍ତି ସୃଷ୍ଟି ହୋଇପାରିବ ଏବଂ ରାଜ୍ୟରେ ସେମିକଣ୍ଡକ୍ଟର ଡିଜାଇନ, ଗବେଷଣା ଓ ବିକାଶ କ୍ଷେତ୍ରରେ ସଶକ୍ତ ହୋଇପାରିବ । ଏହି ବୈଷୟିକ ଗବେଷଣା ଓ ବିକାଶ କେନ୍ଦ୍ରରେ ୩୦୦ରୁ ଊର୍ଦ୍ଧ୍ଵ ଦକ୍ଷତା ସମ୍ପର୍ଣ୍ଣ ଡିଜାଇନ୍ ଇଞ୍ଜିନିୟର କାର୍ଯ୍ୟ କରିବା ପାଇଁ ଭିତ୍ତିଭୂମିର ବ୍ୟବସ୍ଥା କରାଯାଇଛି ।

ଓଡ଼ିଶା ସରକାରଙ୍କ ଉଚ୍ଚସ୍ତରୀୟ ପ୍ରତିନିଧ୍ ଦଳର ଆମେରିକା ଗ୍ରସ୍ତ ଏବଂ ବିଶ୍ବର ପ୍ରମୁଖ ଆଇଟି ଓ ସେମିକଣ୍ଡକ୍ଟର କମ୍ପାନି ସହିତ ସଫଳ ଆଲୋଚନା ଦ୍ବାରା ବହୁରାଷ୍ଟ୍ରୀୟ କମ୍ପାନିମାନେ ଭୁବନେଶ୍ବରରେ ସେମାନଙ୍କ କେନ୍ଦ୍ର ସ୍ଥାପନ କରିବାପାଇଁ ସହମତି ପ୍ରକାଶ କରିଛନ୍ତି । ସିନୋପ୍‌ସିସ୍‌ର ଡିଜାଇନ, ଗବେଷଣା ଓ ବିକାଶ କେନ୍ଦ୍ର ହେଉଛି ରାଜ୍ୟ ସରକାରଙ୍କ ଉତ୍ସର୍ଗୀକୃତ ପ୍ରୟାସର ଅନ୍ୟତମ ପ୍ରତିଫଳ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ସିନୋପ୍‌ସିସ୍‌କୁ ଓଡ଼ିଶାକୁ ସ୍ବାଗତ କରିବା ସହିତ ରାଜ୍ୟ ସରକାରଙ୍କ ତରଫରୁ ସମସ୍ତ ପ୍ରକାର ସହାୟତା ଯୋଗାଇଦେବାର ପ୍ରତିଶ୍ରୁତି ଦେଇ କହିଥିଲେ, “ବିଶ୍ବର ଅନ୍ୟତମ ଅତ୍ୟାଧୁନିକ ଚିପ୍ ଡିଜାଇନ ଟେକ୍ନୋଲୋଜି କମ୍ପାନି ସିନୋପ୍‌ସିସ ଭୁବନେଶ୍ବରରେ ଏହାର କେନ୍ଦ୍ର ସ୍ଥାପନ କରିଥିବାରୁ ମୁଁ ଆନନ୍ଦିତ । ଏହାଦ୍ବାରା ଓଡ଼ିଶାରେ ଏକ ବୃହତ୍ ଇ.ଏସ୍.ଡି.ଏମ୍. ଇକୋସିଷ୍ଟମର ବିକାଶ ଘଟିବା ସହ ଯୁବପିଢ଼ିଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇପାରିବ ଏବଂ ଓଡ଼ିଶାର ଇଲେକ୍ଟ୍ରୋନିକ ଚିପ ଡିଜାଇନ ଅଟୋମେସନ କ୍ଷେତ୍ରରେ ଏକ ସ୍ବତନ୍ତ୍ର ପରିଚୟ ଦେବ।”

୧୯୮୬ ମସିହାରେ ପ୍ରତିଷ୍ଠିତ ସିନୋପ୍‌ସିସ୍‌ର ମୁଖ୍ୟାଳୟ ଆମେରିକାର କାଲିଫଣ୍ଡିଆରେ ଅବସ୍ଥିତ । ସେମିକଣ୍ଡକ୍ଟର ଉତ୍ପାଦନ କ୍ଷେତ୍ରରେ ବିଶ୍ବ ସ୍ତରରେ ଏହା ଏକ ଅଗ୍ରଣୀ କମ୍ପାନିଭାବେ ସୁପରିଚିତ । ଲଜିକ୍ ସିନ୍ଥେସିସ ଏବଂ ଏକୀକୃତ ସର୍କିଟ୍‌ର ଭୌତିକ ଡିଜାଇନ୍ ପାଇଁ ଉପକରଣ, ବିକାଶ ପାଇଁ ସିମୁଲେଟର ଏବଂ ଡିବଗିଂ ପରିବେଶ ଏହାର ଉତ୍ପାଦଗୁଡ଼ିକ ମଧ୍ୟରେ ଅନ୍ତର୍ଭୁକ୍ତ, ଯାହା ଚିପ୍ପ ଏବଂ କମ୍ପ୍ୟୁଟର ସିଷ୍ଟମ ଡିଜାଇନ୍‌ର ସାହାଯ୍ୟ କରେ । ଏହି କମ୍ପାନୀ ପଚିଶରୁ ଅଧ‌ିକ ଦେଶରେ କାର୍ଯ୍ୟ କରୁଛି ଏବଂ ବିଶ୍ବସ୍ତରରେ ୧୯ ହଜାରରୁ ଅଧିକ ଲୋକ ଏହି ସଂସ୍ଥାରେ ନିଯୁକ୍ତ ହୋଇଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

ପାଣି ଟାଙ୍କିରେ ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପ୍ରମାଣ ନଷ୍ଟ କରିବାକୁ ଫିଙ୍ଗି ଦେଇଥିବା ସନ୍ଦେହ, ଖୋଳତାଡ଼ କରୁଛି…

ବଲାଙ୍ଗୀର, ୨୪।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ଡୁଙ୍ଗିବାହାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଚେକ୍‌ ଡ୍ୟାମ…

ପୁଣି ଅଶାନ୍ତ ବରଗଡ଼: ଅଟୋ ଚାଳକଙ୍କୁ ସାଇଡ୍‌ ଦେବାକୁ କହିବାରୁ ଭୁଜାଲି ମାଡ଼, ଭୟଭୀତ ସହରବାସୀ…

ବରଗଡ଼, ୨୪।୩ (ପ୍ରେମାନନ୍ଦ ଖମାରୀ): କିଛି ଦିନର ଶାନ୍ତି ପରେ ବରଗଡ଼ ସହର ପୁଣି ଅଶାନ୍ତ ହୋଇପଡ଼ିଛି। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଟାଉନ ଥାନା ସମ୍ମୁଖ ହାଟପଦା…

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri