କିଶୋର ଜେନାଙ୍କୁ ଦେଢ଼ କୋଟି ଟଙ୍କାର ଚେକ୍ ସହ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ, ଅଲିମ୍ପିକ୍ସ ପ୍ରସ୍ତୁତି ପାଇଁ ସମସ୍ତ ସହଯୋଗ ଦେବାକୁ ଦେଲେ ପ୍ରତିଶୃତି

ଭୁବନେଶ୍ୱର, ୧୭.୧୦: ନିକଟରେ ଚାଇନାର ହାଙ୍ଗଜୋଠାରେ ଶେଷ ହୋଇଥିବା ଏସୀୟ କ୍ରୀଡ଼ା ୨୦୨୩ରେ ରୌପ୍ୟ ପଦକ ହାସଲ ସହ ଆଗାମୀ ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ରେ ନିଜର ସ୍ଥାନ ସୁନିଶ୍ଚିତ କରିଥିବା ଓଡ଼ିଶାର ଜାଭେଲିନ୍ ତାରକା କିଶୋର କୁମାର ଜେନାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦେଢ଼ କୋଟି ଟଙ୍କାର ପୁରସ୍କାର ରାଶି ପ୍ରଦାନ କରିବା ସହ ସମ୍ବର୍ଦ୍ଧିତ କରିଛନ୍ତି। କିଶୋର ସେଠାରେ ବ୍ୟକ୍ତିଗତ ଶ୍ରେଷ୍ଠ ୮୭.୫୪ ମିଟର ହାସଲ କରି ରୌପ୍ୟ ପଦକ ହାସଲ କରିଥିଲେ।

କିଶୋର କୁମାର ଜେନା ଓଡ଼ିଶା ପାଇଁ ଗୌରବର ଉତ୍ସ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୋହରାଇବା ସହ ଏହି ଐତିହାସିକ ସଫଳତା ପାଇଁ ତାଙ୍କୁ ପ୍ରଶଂସା କରିଛନ୍ତି। ଆଗାମୀ ଦିନରେ କିଶୋର ରାଜ୍ୟ ପାଇଁ ଅଧିକ ଗୌରବ ଆଣିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିବା ସହ ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ସମ୍ବର୍ଦ୍ଧନା ଉତ୍ସବରେ ସଚିବ (୫ଟି) ଭି କେ ପାଣ୍ଡିଆନ୍ ଉପସ୍ଥିତ ରହି କିଶୋରଙ୍କ ଐତିହାସିକ ଯାତ୍ରା ପାଇଁ ଅଭିନନ୍ଦନ ଜଣାଇବା ସହ ଆଗାମୀ ପ୍ରତିଯୋଗିତା ପାଇଁ ଶୁଭେଚ୍ଛା ଜଣାଇଥିଲେ। ତାଙ୍କ ପ୍ରୟାସ ଓ ସଫଳତାକୁ ସ୍ୱୀକୃତି ଦେଇଥିବାରୁ କିଶୋର ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ। ଏଥି ସହ କ୍ରୀଡ଼ାବିତ ମାନେ ଯେପରି ନିଜ କ୍ରୀଡ଼ା ପ୍ରତି ଧ୍ୟାନ କେନ୍ଦ୍ରୀତ କରିପାରିବେ ସେଥିନେଇ ରାଜ୍ୟ ସରକାର ସମସ୍ତ ପ୍ରକାର ସାହାଯ୍ୟ ଓ ପ୍ରୋତ୍ସାହନ ଯୋଗାଇଦେଉଥିବାରୁ ସେ ଓଡ଼ିଶା ସରକାରଙ୍କ ନିକଟରେ କୃତଜ୍ଞତା ଜ୍ଞାପନ କରିଛନ୍ତି ।

ବିଶ୍ୱ ଆଥଲେଟିକ୍ସ ଦୁନିଆରେ ପୁରୀର ଏହି ଜାଭେଲିନ୍ ତାରକା ଏକ ଜ୍ୱଳନ୍ତ ଉଦାହରଣ ପାଲଟିଛନ୍ତି। ଏହି ବର୍ଷଟି ତାଙ୍କ ପାଇଁ ଅନେକ ସଫଳତା ଆଣିଦେଇଛି । ଏସୀୟ କ୍ରୀଡ଼ା ପ୍ରସ୍ତୁତି ସମୟରେ ବୁଡାପେଷ୍ଟରେ ଅନୁଷ୍ଠିତ ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପରେ ପଞ୍ଚମ ସ୍ଥାନ ଅଧିକାର କରି ସେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବାରୁ ତାଙ୍କର ଏହି ସ୍ୱୀକୃତି ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ୫୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ପ୍ରଦାନ କରିଥିଲେ। କିଶୋର କ୍ରମାଗତ ଭାବରେ ସାରା ଋତୁରେ ନିଜର ବ୍ୟକ୍ତିଗତ ଶ୍ରେଷ୍ଠ ପ୍ରଦର୍ଶନକୁ ଅତିକ୍ରମ କରିଛନ୍ତି ଏବଂ ଆଗାମୀ ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ଏହି ଧାରାକୁ ବଜାୟ ରଖିବା ନିମନ୍ତେ ଆଶା ରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାବାସୀଙ୍କୁ ସତର୍କ କରାଇଲେ ଜେପି ନଡ୍ଡା: କହିଲେ, ହୋଇଯାନ୍ତୁ ସଚେତନ ନଚେତ୍‌…

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରର ଆମ୍ବପୁଆଠାରେ ସାଧାରଣ ସଭାରେ ଯୋଗଦେଇ ବିଜେଡି ସରକାର ଉପରେ ବର୍ଷିଛନ୍ତି। ସେ ଓଡ଼ିଶାବାସୀଙ୍କୁ ସତର୍କ କରାଇ କହିଛନ୍ତି, ଏଠାରେ ବାହାର ଲୋକଙ୍କୁ ପ୍ରଶ୍ରୟ...

ବିଜେଡି ସରକାର ବଦଳିବା ଦରକାର: ଆମ୍ବପୁଆରେ ଗର୍ଜିଲେ ନଡ୍ଡା

ବ୍ରହ୍ମପୁର,୨୮।୪: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ସରଗରମ ହୋଇଛି। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, କଂଗ୍ରେସ, ଭାଜପାର ଷ୍ଟାର ପ୍ରଚାରକ ନିର୍ବାଚନ ମଇଦାନକୁ...

ଜନତାଙ୍କ ପ୍ରଶ୍ନବାଣକୁ ଭୟ କରୁଛନ୍ତି ପ୍ରାର୍ଥୀ

ମୋରଡ଼ା,୨୮।୪(ସ୍ମାରକ ମାଜୀ): ୨୦୦୯ରୁ ମୟୂରଭଞ୍ଜ ଜିଲା ମୋରଡ଼ା ବିଧାନସଭା ଆସନରୁ ବିଜୁ ଜନତା ଦଳ ଜିତି ଆସୁଥିବା ବେଳେ ବର୍ତ୍ତମାନ ରାଜ କିଶୋର ଦାସ ବିଧାୟକ...

ଟି୨୦ ବିଶ୍ୱକପ୍‌ ଲାଗି ଟିମ୍‌ ଇଣ୍ଡିଆ ଚୟନ ପୂର୍ବରୁ ବଡ଼ ଖବର: ଈଶାନଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ; ଜାଣନ୍ତୁ ମାମଲା…

ନୂଆଦିଲ୍ଲୀ,୨୮।୪: ଟି୨୦ ବିଶ୍ୱକପ୍‌ ୨୦୨୪ ଲାଗି ଟିମ୍‌ ଇଣ୍ଡିଆ ଚୟନ କେବେ ବି ହୋଇପାରେ। ଓ୍ବେଷ୍ଟଇଣ୍ଡିଜ ଏବଂ ଆମେରିକାରେ ହେବାକୁ ଥିବା ଏହି ଆଇସିସି ଟୁର୍ନାମେଣ୍ଟ...

ଭୁବନେଶ୍ୱରରେ ପହଞ୍ଚିଲେ ଜେପି ନଡ୍ଡା

ଭୁବନେଶ୍ୱର,୨୮ା୪: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଏହା ପରେ  ନଡ୍ଡା ନବରଙ୍ଗପୁର ଓ ବ୍ରହ୍ମପୁର ଲୋକ ସଭା କ୍ଷେତ୍ର ଗସ୍ତ କରି...

ତାତିରୁ ଆଶ୍ବସ୍ତି ଆଣିଦେବ କାଳବୈଶାଖୀ, ପୂର୍ବାନୁମାନ କଲା ପାଣିପାଗ ବିଭାଗ

ଭୁବନେଶ୍ୱର, ୨୭।୪: ରାଜ୍ୟରେ ସୂର୍ଯ୍ୟଦେବଙ୍କ ପ୍ରକୋପ ଜାରି ରହିଛି। ସକାଳ ୮ ଟା ଡେଇଁଲେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର...

ଟି-୨୦ରେ ଇତିହାସ ରଚିଲେ ଏହି କ୍ରିକେଟର୍‌: ପ୍ରଥମ ବୋଲର୍‌ ଭାବେ ହାସଲ କଲେ ବଡ଼ କାରନାମା

ଇସଲାମାବାଦ୍‌,୨୮।୪:ନ୍ୟୁଜିଲାଣ୍ଡ ବିପକ୍ଷ ପଞ୍ଚମ ଟି-୨୦ ମ୍ୟାଚରେ ପାକିସ୍ତାନ ପେସ୍‌ ଶାହିନ ଆଫ୍ରିଦି ଏକ ଚମତ୍କାର ରେକର୍ଡ ସୃଷ୍ଟି କରି ଟି -୨୦ କ୍ରିକେଟ ରେ ଇତିହାସ...

ପରିବାର ସହ ପ୍ରଥମ ଆଇପିଏଲ ଫିଫ୍ଟିର ଉତ୍ସବ ପାଳିଲେ ଧ୍ରୁବ, ଭିଡିଓକୁ ମିଳୁଛି ଖୁବ ପ୍ରଶଂସା

ନୂଆଦିଲ୍ଲୀ,୨୮।୪: ଶନିବାର ଆଇପିଏଲ ୨୦୨୪ର ୪୪ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ୱିକେଟ କିପର ବ୍ୟାଟ୍ସମ୍ୟାନ ଧ୍ରୁବ ଜୁରେଲ ଲକ୍ଷ୍ନୌ ସୁପରଜିଆଣ୍ଟସ ବିପକ୍ଷରେ ଆଇପିଏଲ କ୍ୟାରିୟରର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri