ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ବଲାଙ୍ଗୀର,୩।୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ବଲାଙ୍ଗୀର ଜିଲାରେ ୨୭୨୩ କୋଟି ଟଙ୍କା ବ୍ୟୟରେ ନିର୍ମିତ ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପର ଲୋକାର୍ପଣ କରିଛନ୍ତି। ଏହି ପ୍ରକଳ୍ପ ଦ୍ୱାରା ୫୨୮୪ କିମି ଦୀର୍ଘ ଜଳସେଚନ ବ୍ୟବସ୍ଥା ସହ ୧ ଲକ୍ଷ ଏକର ଜମି ସେଚାଞ୍ଚଳ ହେବ। ସୁବର୍ଣ୍ଣପୁର ସମେତ ବଲାଙ୍ଗୀର ଜିଲ୍ଲାର ୨୦୦ରୁ ଅଧିକ ଗ୍ରାମର କୃଷକଙ୍କ ପାଇଁ ଜଳସେଚନ ସୁବିଧା ମିଳିବ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ‘ଲୋୟର ସୁକତେଲ ପ୍ରକଳ୍ପ ଦ୍ବାରା ବଲାଙ୍ଗୀରର ଚାଷୀଭାଇ ମାନଙ୍କର ଜଳ କଷ୍ଟ ଦୂର ହେଲା । ସୁକତେଲ ପ୍ରକଳ୍ପ ବଲାଙ୍ଗୀରର ଜଳସେଚନ କ୍ଷେତ୍ରରେ, କୃଷି କ୍ଷେତ୍ରରେ ରୂପାନ୍ତର ଆଣିବ ବୋଲି ସେ ମତ ଦେବା ସହିତ କହିଥିଲେ ଯେ ଚାଷୀର ବିକାଶରେ ରାଜ୍ୟର ବିକାଶ। ବଲାଙ୍ଗୀର ଜିଲ୍ଲାର ବିକାଶରେ ଏହି ପ୍ରକଳ୍ପ ନୂଆ ଯୁଗ ଆଣିବ।

ସୂଚନାଯୋଗ୍ୟ ଯେ ଏହି ପ୍ରକଳ୍ପ ରାଜ୍ୟର ନବମ ସର୍ବବୃହତ ବନ୍ଧ । ଏହାର ଉଚ୍ଚତା ୩୧ ମିଟର। ଏହାଦ୍ବାରା ବଲାଙ୍ଗୀର ଓ ସୋନପୁର ଦୁଇ ଜିଲ୍ଲାର ୨୦୩ଟି ଗାଁ ର ଏକ ଲକ୍ଷ ଏକର ଜମିକୁ ପାଣି ମିଳିବ। 80ହଜାର ରୁ ଅଧିକ ଚାଷୀ ଉପକାର ପାଇବେ । ଜିଲ୍ଲାର 70ହଜାର ରୁ ଅଧିକ ଲୋକ ପିଇବା ପାଣି ସୁବିଧା ମଧ୍ୟ ପାଇବେ |

୨୦୧୯ ମସିହାରୁ 5T ଉପକ୍ରମରେ ପ୍ରକଳ୍ପ ତ୍ବରାନ୍ବିତ କରାଯାଇ କାମ ସଂପୂର୍ଣ୍ଣ କରାଯାଇଛି । ଟେକ୍ନୋଲୋଜିର ବ୍ୟବହାର କରାଯାଇ ପ୍ରେସର ଅଣ୍ଡରଗ୍ରାଉଣ୍ଡ ପାଇପଲାଇନ ଜରିଆରେ ଜଳସେଚନର ବ୍ୟବସ୍ଥା କରାଯାଉଛି। ଏହାଦ୍ବାରା ଜଳସେଚନ ପାଇଁ କୌଣସି ବିସ୍ଥାପନ ହେବ ନାହିଁ ।

ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ କୃଷକ ରାଜ୍ୟ ଅର୍ଥନୀତିର ସାରଥି । ଚାଷୀ ଭାଇ ମାନଙ୍କୁ ସାଥିରେ ଧରି ଆମେ ଆଗକୁ ବଢୁଛୁ । ମୁଁ ସବୁବେଳେ ଚାଷୀ ଭାଇମାନଙ୍କ ସାଥିରେ ଅଛି । ସେମାନଙ୍କ ପାଇଁ କାଳିଆ, ଏକ ଲକ୍ଷ ଟଙ୍କାର ବିନା ସୁଧରେ ଋଣ, ମାଗଣା ଫସଲ ବୀମା ଚାଷୀ ଘର ପିଲାଙ୍କ ପାଇଁ scholarship ଏବଂ ଆହୁରି ଅନେକ ଯୋଜନା ଜାରି ରହିଛି।

ବିସ୍ଥାପିତ ଗାଁର ଲୋକମାନଙ୍କ ତ୍ୟାଗକୁ ମନେ ପକାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଏହି ପ୍ରକଳ୍ପ ପାଇଁ ୨୯ଟି ଗାଁର ଲୋକମାନେ ବହୁତ ବଡ ତ୍ୟାଗ କରିଛନ୍ତି। ସେମାନଙ୍କ ତ୍ୟାଗକୁ ମୁଁ ସମ୍ମାନ ଜଣାଉଛି। ବଲାଙ୍ଗୀର ବିକାଶ ପାଇଁ ସେମାନଙ୍କ ତ୍ୟାଗ ସବୁଦିନ ମନେ ରହିବ।

ଆଜି ମଧ୍ୟ ବଲାଙ୍ଗୀର ଜିଲ୍ଲାର ବିକାଶ ପାଇଁ ଅନେକ କାମ ଆରମ୍ଭ ହେଲା । ସ୍ବାସ୍ଥ୍ୟ ଭିତ୍ତିଭୂମିର ଉନ୍ନତି, ପର୍ଯ୍ୟଟନର ଉନ୍ନତି, ଯୋଗାଯୋଗ ଉନ୍ନତି, କ୍ରୀଡାର ଉନ୍ନତି ସହିତ heritageର ବିକାଶ ଓ ସୁରକ୍ଷା ପାଇଁ ଅନେକ ପ୍ରକଳ୍ପ ଆରମ୍ଭ ହେଲା ବୋଲି ସେ କହିଥିଲେ।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ବଲାଙ୍ଗୀର ପାଇଁ ୨୫୨୫ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଥିଲେ । ୨୨୨୦ କୋଟି ଟଙ୍କା ବ୍ୟୟରେ ୧୧୨ଟି ଭିତ୍ତିଭୂମି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଥିବା ବେଳେ, ୩୦୫ କୋଟି ଟଙ୍କା ବ୍ୟୟରେ ୬୯ଟି ଭିତ୍ତିଭୂମି ପ୍ରକଳ୍ପର ଉଦ୍‌ଘାଟନ କରାଯାଇଥିଲା ।

ଏହି ଅବସରରେ ଅନ୍ୟ ମାନଙ୍କ ମଧ୍ୟରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ବଲାଙ୍ଗୀର ସାଂସଦ ସଙ୍ଗୀତା କୁମାରୀ ସିଂହଦେଓ, ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି, ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର, ପାଟଣାଗଡ ବିଧାୟକ ତଥା ବଲାଙ୍ଗୀର ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ସରୋଜ ମେହେର, ଲୋଇସିଂଘା ବିଧାୟକ ମୁକେଶ ମହାଲିଙ୍ଗ, ରାଜ୍ୟ ଗୃହ ନିର୍ମାଣ ବୋର୍ଡର ଅଧ୍ୟକ୍ଷ କଲିକେଶ ନାରାୟଣ ସିଂହଦେଓ, ବଲାଙ୍ଗୀର ଜିଲ୍ଲା ପରିଷଦ ସଭାପତି ଦେବକୀ ସାହୁ ପ୍ରମୁଖ ନିଜର ଅଭିଭାଷଣ ରଖିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା-ଗୁଲୁଆଙ୍କୁ ନେଇ ମୁହଁ ଖୋଲିଲେ ସାଙ୍ଗ, କହୁକହୁ କହିଦେଲେ ଭିତିରି କଥା…

ଭୁବନେଶ୍ୱର,୨୭ା୧୨: ଥମୁନି ୟୁଟ୍ୟୁବର ଦମ୍ପତି ତଥା କମେଡିଆନ ଗୁଲୁଆ-ବର୍ଷାଙ୍କ ବିବାଦ। ତାଙ୍କ ସହ ଅତି ନିକଟତର ଥିବା ଜଣଙ୍କ ପରେ ଜଣେ ବ୍ୟକ୍ତି ମିଡିଆ ସାମ୍ନାକୁ...

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

World Richest Indian-Origin: ବିଶ୍ୱର ସବଠାରୁ ଧନୀ ଭାରତୀୟ ମୂଳ ବାସିନ୍ଦା CEO ହେଲେ ଜୟଶ୍ରୀ ଉଲ୍ଲାଲ,ପଛରେ ରହିଗଲେ…

ନୂଆଦିଲ୍ଲୀ,୨୭।୧୨: ବହୁ ବର୍ଷ ଧରି, ଯେତେବେଳେ ବି ବିଶ୍ୱ ଟେକ ଇଣ୍ଡଷ୍ଟ୍ରି ବା ଶିଳ୍ପ ସବୁଠାରୁ ଧନୀ ଭାରତୀୟ ବଂଶୋଦ୍ଭବ ସିଇଓଙ୍କ ବିଷୟରେ ଆଲୋଚନା କରୁଥିଲା,...

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

୨୦୨୬ରେ ବନ୍ଦ ହୋଇଯିବ ଏସବୁ ସରକାରୀ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୭।୧୨: କେନ୍ଦ୍ର ସରକାର ଏବେ ସାର୍ୱଜନୀନ କ୍ଷେତ୍ର ବ୍ୟାଙ୍କ (PSU ବ୍ୟାଙ୍କ)ର ପ୍ରତିଛବି ଏବଂ ଭାଗ୍ୟ ଉଭୟକୁ ପରିବର୍ତ୍ତନ କରିବାକୁ ପ୍ରସ୍ତୁତ ହେଉଛନ୍ତି। ରିପୋର୍ଟ ଅନୁଯାୟୀ,...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri