ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ବଲାଙ୍ଗୀର,୩।୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ବଲାଙ୍ଗୀର ଜିଲାରେ ୨୭୨୩ କୋଟି ଟଙ୍କା ବ୍ୟୟରେ ନିର୍ମିତ ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପର ଲୋକାର୍ପଣ କରିଛନ୍ତି। ଏହି ପ୍ରକଳ୍ପ ଦ୍ୱାରା ୫୨୮୪ କିମି ଦୀର୍ଘ ଜଳସେଚନ ବ୍ୟବସ୍ଥା ସହ ୧ ଲକ୍ଷ ଏକର ଜମି ସେଚାଞ୍ଚଳ ହେବ। ସୁବର୍ଣ୍ଣପୁର ସମେତ ବଲାଙ୍ଗୀର ଜିଲ୍ଲାର ୨୦୦ରୁ ଅଧିକ ଗ୍ରାମର କୃଷକଙ୍କ ପାଇଁ ଜଳସେଚନ ସୁବିଧା ମିଳିବ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ‘ଲୋୟର ସୁକତେଲ ପ୍ରକଳ୍ପ ଦ୍ବାରା ବଲାଙ୍ଗୀରର ଚାଷୀଭାଇ ମାନଙ୍କର ଜଳ କଷ୍ଟ ଦୂର ହେଲା । ସୁକତେଲ ପ୍ରକଳ୍ପ ବଲାଙ୍ଗୀରର ଜଳସେଚନ କ୍ଷେତ୍ରରେ, କୃଷି କ୍ଷେତ୍ରରେ ରୂପାନ୍ତର ଆଣିବ ବୋଲି ସେ ମତ ଦେବା ସହିତ କହିଥିଲେ ଯେ ଚାଷୀର ବିକାଶରେ ରାଜ୍ୟର ବିକାଶ। ବଲାଙ୍ଗୀର ଜିଲ୍ଲାର ବିକାଶରେ ଏହି ପ୍ରକଳ୍ପ ନୂଆ ଯୁଗ ଆଣିବ।

ସୂଚନାଯୋଗ୍ୟ ଯେ ଏହି ପ୍ରକଳ୍ପ ରାଜ୍ୟର ନବମ ସର୍ବବୃହତ ବନ୍ଧ । ଏହାର ଉଚ୍ଚତା ୩୧ ମିଟର। ଏହାଦ୍ବାରା ବଲାଙ୍ଗୀର ଓ ସୋନପୁର ଦୁଇ ଜିଲ୍ଲାର ୨୦୩ଟି ଗାଁ ର ଏକ ଲକ୍ଷ ଏକର ଜମିକୁ ପାଣି ମିଳିବ। 80ହଜାର ରୁ ଅଧିକ ଚାଷୀ ଉପକାର ପାଇବେ । ଜିଲ୍ଲାର 70ହଜାର ରୁ ଅଧିକ ଲୋକ ପିଇବା ପାଣି ସୁବିଧା ମଧ୍ୟ ପାଇବେ |

୨୦୧୯ ମସିହାରୁ 5T ଉପକ୍ରମରେ ପ୍ରକଳ୍ପ ତ୍ବରାନ୍ବିତ କରାଯାଇ କାମ ସଂପୂର୍ଣ୍ଣ କରାଯାଇଛି । ଟେକ୍ନୋଲୋଜିର ବ୍ୟବହାର କରାଯାଇ ପ୍ରେସର ଅଣ୍ଡରଗ୍ରାଉଣ୍ଡ ପାଇପଲାଇନ ଜରିଆରେ ଜଳସେଚନର ବ୍ୟବସ୍ଥା କରାଯାଉଛି। ଏହାଦ୍ବାରା ଜଳସେଚନ ପାଇଁ କୌଣସି ବିସ୍ଥାପନ ହେବ ନାହିଁ ।

ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ କୃଷକ ରାଜ୍ୟ ଅର୍ଥନୀତିର ସାରଥି । ଚାଷୀ ଭାଇ ମାନଙ୍କୁ ସାଥିରେ ଧରି ଆମେ ଆଗକୁ ବଢୁଛୁ । ମୁଁ ସବୁବେଳେ ଚାଷୀ ଭାଇମାନଙ୍କ ସାଥିରେ ଅଛି । ସେମାନଙ୍କ ପାଇଁ କାଳିଆ, ଏକ ଲକ୍ଷ ଟଙ୍କାର ବିନା ସୁଧରେ ଋଣ, ମାଗଣା ଫସଲ ବୀମା ଚାଷୀ ଘର ପିଲାଙ୍କ ପାଇଁ scholarship ଏବଂ ଆହୁରି ଅନେକ ଯୋଜନା ଜାରି ରହିଛି।

ବିସ୍ଥାପିତ ଗାଁର ଲୋକମାନଙ୍କ ତ୍ୟାଗକୁ ମନେ ପକାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଏହି ପ୍ରକଳ୍ପ ପାଇଁ ୨୯ଟି ଗାଁର ଲୋକମାନେ ବହୁତ ବଡ ତ୍ୟାଗ କରିଛନ୍ତି। ସେମାନଙ୍କ ତ୍ୟାଗକୁ ମୁଁ ସମ୍ମାନ ଜଣାଉଛି। ବଲାଙ୍ଗୀର ବିକାଶ ପାଇଁ ସେମାନଙ୍କ ତ୍ୟାଗ ସବୁଦିନ ମନେ ରହିବ।

ଆଜି ମଧ୍ୟ ବଲାଙ୍ଗୀର ଜିଲ୍ଲାର ବିକାଶ ପାଇଁ ଅନେକ କାମ ଆରମ୍ଭ ହେଲା । ସ୍ବାସ୍ଥ୍ୟ ଭିତ୍ତିଭୂମିର ଉନ୍ନତି, ପର୍ଯ୍ୟଟନର ଉନ୍ନତି, ଯୋଗାଯୋଗ ଉନ୍ନତି, କ୍ରୀଡାର ଉନ୍ନତି ସହିତ heritageର ବିକାଶ ଓ ସୁରକ୍ଷା ପାଇଁ ଅନେକ ପ୍ରକଳ୍ପ ଆରମ୍ଭ ହେଲା ବୋଲି ସେ କହିଥିଲେ।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ବଲାଙ୍ଗୀର ପାଇଁ ୨୫୨୫ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଥିଲେ । ୨୨୨୦ କୋଟି ଟଙ୍କା ବ୍ୟୟରେ ୧୧୨ଟି ଭିତ୍ତିଭୂମି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଥିବା ବେଳେ, ୩୦୫ କୋଟି ଟଙ୍କା ବ୍ୟୟରେ ୬୯ଟି ଭିତ୍ତିଭୂମି ପ୍ରକଳ୍ପର ଉଦ୍‌ଘାଟନ କରାଯାଇଥିଲା ।

ଏହି ଅବସରରେ ଅନ୍ୟ ମାନଙ୍କ ମଧ୍ୟରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ବଲାଙ୍ଗୀର ସାଂସଦ ସଙ୍ଗୀତା କୁମାରୀ ସିଂହଦେଓ, ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି, ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର, ପାଟଣାଗଡ ବିଧାୟକ ତଥା ବଲାଙ୍ଗୀର ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ସରୋଜ ମେହେର, ଲୋଇସିଂଘା ବିଧାୟକ ମୁକେଶ ମହାଲିଙ୍ଗ, ରାଜ୍ୟ ଗୃହ ନିର୍ମାଣ ବୋର୍ଡର ଅଧ୍ୟକ୍ଷ କଲିକେଶ ନାରାୟଣ ସିଂହଦେଓ, ବଲାଙ୍ଗୀର ଜିଲ୍ଲା ପରିଷଦ ସଭାପତି ଦେବକୀ ସାହୁ ପ୍ରମୁଖ ନିଜର ଅଭିଭାଷଣ ରଖିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗଛ ପଡ଼ି ରାସ୍ତା ଅବରୋଧ: ଯାତାୟତ ଠପ୍‌

କୃଷ୍ଣପ୍ରସାଦ,୨୫।୯(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦରେ ଦୁଇ ଦିନ ହେବ ବାତ୍ୟା ତାଣ୍ଡବ ସୃଷ୍ଟି କରିଛି। ପବନ ସାଙ୍ଗକୁ ବର୍ଷା ଲାଗି ରହିଛି। ଫଳରେ ଲୋକ…

ସମୁଦ୍ର ଉପକୂଳ ଅଞ୍ଚଳ ପରିଦର୍ଶନ କଲେ ବିଧାୟକ: ପ୍ରଶାସନିକ ଅଧିକାରୀଙ୍କ ସହ ବନ୍ୟାସ୍ଥିତି ନେଇ ଆଲୋଚନା

ଛତ୍ରପୁର, ୨୫।୯ (ଦିଲ୍ଲୀପ ସାମଲ/ ବିଦ୍ୟାଧର ସାହୁ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନର…

ମାନସିକ ଭିନ୍ନକ୍ଷମ ଯୁବତୀ ୮ ମାସର ଗର୍ଭବତୀ, ପ୍ରଶାସନିକ ସହାୟତା ଦାବି

କଲ୍ୟାଣସିଂହପୁର, ୨୫।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ…

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

କେତୁଙ୍କ ଚଳନ କରିଦେବ କାଙ୍ଗାଳ! ଅକ୍ଟୋବର ପହିଲାଠୁ ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଏମାନଙ୍କ ପାଇଁ ଭଲ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମାୟାବୀ ଗ୍ରହ କେତୁ ୩ ଅକ୍ଟୋବର ୨୦୨୬ ରାତି ୯ଟା ୪୮ ମିନିଟରେ ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିବେ। ଏହି…

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

ପୁରୁଷୋତ୍ତମପୁର ସହରରେ ପଶିଲା ବନ୍ୟାପାଣି: ସ୍ଥିତି ପରଖିଲେ ଉପଜିଲାପାଳ

ପୁରୁଷୋତ୍ତମପୁର, ୨୫।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଚାରିଦିନ ହେଲା ଲଗାଣ ବର୍ଷା ଲାଗିରହିଛି। ଏହି…

ଲଘୁଚାପଜନିତ ଲଗାଣ ବର୍ଷା: ଘର ଉପରେ ପଡ଼ିଲା ଗଛ

ମହାକାଳପଡ଼ା,୨୫।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ ମହାକାଳପଡ଼ା ବ୍ଲକରେ ଏକ ଅଘଟଣ ଘଟିଛି। ନାଞ୍ଜୁରା ପଞ୍ଚାୟତ ଅନ୍ତର୍ଗତ ତନ୍ତିଆପାଳ-ଭୋପାଳ ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?