Posted inରାଜ୍ୟ

ଆନ୍ତର୍ଜାତୀୟ ପୁଷ୍ଟିଶସ୍ୟ ସମ୍ମିଳନୀର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର, ୯।୧୧: ଆଦିବାସୀ ସମ୍ପ୍ରଦାୟର ଜୀବିକା ଏବଂ ପୋଷଣ ଉପରେ ଧ୍ୟାନ ଦେଇ ଏକ ଲୋକାଭିମୁଖୀ ମିଲେଟ ମିଶନ ପ୍ରସ୍ତୁତ କରିବାରେ ଓଡ଼ିଶା ଅଗ୍ରଣୀ ଭୂମିକା ନେଇଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଭୁବନେଶ୍ୱରର ଜନତା ମଇଦାନଠାରେ ମୁଖ୍ୟମନ୍ତ୍ରୀ ଦୁଇ ଦିନିଆ
ଅନ୍ତର୍ଜାତୀୟ ମିଲେଟ୍‌‌ ସମ୍ମିଳନୀକୁ ଆଜି ଉଦ୍‌‌ଘାଟନ କରି କହିଛନ୍ତି, ପୁରାତନ ସମୟରୁ ପୁଷ୍ଟିଶସ୍ୟ ବା ମିଲେଟ୍‌‌ ଆମ ଖାଦ୍ୟପେୟର ଏକ ବିଶେଷ ଅଂଶ ହୋଇ ରହିଆସିଛି।

ଓଡ଼ିଶାରେ ଏହାକୁ ବିଶେଷତଃ ଆଦିବାସୀ ସମ୍ପ୍ରଦାୟର କୃଷକମାନେ ଚାଷ କରି ଆସୁଅଛନ୍ତି। ସେମାନଙ୍କ ପାଇଁ ଏହି ମୂଲ୍ୟବାନ ଶସ୍ୟ ଆଜି ବି ବଞ୍ôଚ ରହିଛି ଏବଂ ସେମାନଙ୍କ ସହଯୋଗରେ ବର୍ତ୍ତମାନର ପିଢ଼ି ପାଖରେ ପହଁଞ୍ôଚପାରିଛି। ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟ ସରକାର ବାଜରା ପାଇଁ ଏକ ବିଶ୍ୱସ୍ତରୀୟ ରୋଡ୍‌‌ ମ୍ୟାପ ପ୍ରସ୍ତୁତ କରିବା ଉଦ୍ଦେଶ୍ୟରେ ଏହି ସମ୍ମିଳନୀର ଆୟୋଜନ କରିଛନ୍ତି। ସେ କହିଛନ୍ତି, ପୁଷ୍ଟିସାଧନ ନିରାପତ୍ତା ହାସଲ କରିବାରେ ବାଜରା ଗୋଟିଏ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଉଛି ଏବଂ ଭବିଷ୍ୟତ ପିଢ଼ିଙ୍କ ପାଇଁ ବାଜରା ଆଶାରୂପେ ଉଭା ହେଉଛି।

ମିଲେଟ୍‌‌ ହେଉଛି ପାରମ୍ପରିକ ଶସ୍ୟ, ଜଳବାୟୁ ସହନଶୀଳ ଏବଂ ପୋଷଣର ଗନ୍ତାଘର ବୋଲି ମୁଖ୍ୟମନ୍ତ୍ରୀ କହିବା ସହିତ ଓଡ଼ିଶାକୁ ଏହି ଦିଗରେ ଉତ୍କର୍ଷ କେନ୍ଦ୍ରରେ ପରିଣତ କରିବା ଏବଂ ଓଡ଼ିଶାବାସୀଙ୍କର ଅର୍ଥନୈତିକ ଅଭିବୃଦ୍ଧି, କଲ୍ୟାଣ ଓ ସ୍ୱାସ୍ଥ୍ୟ ପାଇଁ ରାଜ୍ୟ ସରକାର ଉଦ୍ୟମ ଜାରି ରଖିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସୂଚନାଯୋଗ୍ୟ, ପୁଷ୍ଟିଶସ୍ୟ ଉତ୍ପାଦନ ଓ ବ୍ୟବହାରକୁ ପ୍ରୋତ୍ସାହିତ କରିବା ପାଇଁ ୨୦୧୭ ମସିହାରେ ରାଜ୍ୟ ସରକାର ଓଡ଼ିଶା ମିଲେଟ୍‌‌ ମିଶନର ଆରମ୍ଭ କରିଥିଲେ। ଏହି ମିଶନ ଜରିଆରେ ପୁଷ୍ଟିକର ଶସ୍ୟକୁ ବର୍ତ୍ତମାନର ଖାଦ୍ୟପ୍ରଣାଳୀରେ ଏକ ଅନିବାର୍ଯ୍ୟ ଅଂଶଭାବେ ଗ୍ରହଣ କରି ପୁନରୁଦ୍ଧାର କରିବା ଲାଗି ସରକାର ଲକ୍ଷ୍ୟ ରଖିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

୨୦୨୩ ମସିହାକୁ ଆନ୍ତର୍ଜାତୀୟ ମିଲେଟ୍‌‌ ବର୍ଷ ଭାବରେ ଘୋଷଣା କରି ମିଳିତ ଜାତିସଂଘ ଓ ଆନ୍ତର୍ଜାତୀୟ କୃଷି ସଂଗଠନ ବିଶ୍ୱସ୍ତରରେ ଏହି ଶସ୍ୟ ପ୍ରତି ସମସ୍ତଙ୍କର ଦୃଷ୍ଟି ଆକର୍ଷଣ କରାଇପାରିଛି। ଏହି ପ୍ରାଚୀନ ଶସ୍ୟ
ଆଧୁନିକ ସମୟର ସମସ୍ୟା ଓ ଆହ୍ୱାନଗୁଡ଼ିକ ଲାଗି ପ୍ରକୃଷ୍ଟ ବୋଲି ଏକ ସ୍ପଷ୍ଟ ବାର୍ତ୍ତା ଦେଇଛି। ପୁଷ୍ଟିଶସ୍ୟର ପୁନରୁଦ୍ଧାର କରିବା ସହିତ ମିଲେଟ୍‌‌ ଓ ମିଲେଟ୍‌‌ ଭିତ୍ତିକ ଉଦ୍ୟୋଗ ମାଧ୍ୟମରେ ଆଦିବାସୀ ସମ୍ପ୍ରଦାୟକୁ ସଶକ୍ତ କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ସମ୍ବୋଧନରେ କହିଥିଲେ। ଆଜିର ଏହି କାର୍ଯ୍ୟକ୍ରମରେ ରାଜ୍ୟର ସଫଳ ମାଣ୍ଡିଆ ଚାଷୀ ମାନଙ୍କୁ ସମ୍ବର୍ଦ୍ଧିତ କରାଯିବା ସହିତ ମାଣ୍ଡିଆ ଚାଷରେ ଉତ୍କର୍ଷତା ଲାଭ କରିଥିବା ସୁନ୍ଦରଗଡ଼, କୋରାପୁଟ, ରାୟଗଡ଼, ନୂଆପଡ଼ା ଜିଲ୍ଲାକୁ ପୁରସ୍କୃତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହଜାରେ ଝିଅଙ୍କ ଦାୟିତ୍ୱ ନେବେ ରଣବୀର ସିଂହ; ରଣବୀର ଓ ଆଲିଆ ମଧ୍ୟ ନେଲେ ଗୁରୁତ୍ୱପୂର୍ଣ୍ଣ ସଂକଳ୍ପ

ମୁମ୍ବଇ,୧୮।୯: ୧୪ ସେପ୍ଟେମ୍ବରରେ ଗଣେଶ ଚତୁର୍ଥୀ ଅବସରରେ, ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଲିଉଡ ତାରକାଙ୍କ ପର୍ଯ୍ୟନ୍ତ ସାରା ଦେଶର ଲୋକମାନେ ନିଜ ଘରେ ଭଗବାନ ଗଣେଶଙ୍କ…

ବିପଦରେ ଅଜିତ ଅଗରକରଙ୍କ ପଦବୀ! BCCIର ନୂଆ ମୁଖ୍ୟ ଚୟନକର୍ତ୍ତା ହେବେ କି ପାର୍ଥିବ ପଟେଲ? ଏକ ପୋଷ୍ଟକୁ ନେଇ…

ନୂଆଦିଲ୍ଲୀ,୧୮।୯: ପୂର୍ବତନ ଭାରତୀୟ କ୍ରିକେଟର ପାର୍ଥିବ ପଟେଲ ପୁରୁଷ ସିନିୟର ଚୟନ କମିଟିର ଅଧ୍ୟକ୍ଷ ଭାବରେ ଅଜିତ ଅଗରକରଙ୍କ ସ୍ଥାନ ନେଇପାରନ୍ତି। ସେ ‘X’ (ଟୁଇଟର) ରେ…

ଉପନିର୍ବାଚନ ପୂର୍ବରୁ ମମତାଙ୍କୁ ମିଳିଲା ଧୋକା! ସଙ୍ଗେ ସଙ୍ଗେ ବାଜି ପଲଟାଇଦେଲେ ଦିଦି

କୋଲକାତା,୧୮।୯: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ (TMC)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ମମତା ବାନାର୍ଜୀ ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ନିଷ୍ପତ୍ତି ଉପରେ ତୀବ୍ର…

ଶିକ୍ଷାବିତ୍‌ ବିମଳ ଷଡ଼ଙ୍ଗୀଙ୍କ ପରଲୋକ

ଖୋର୍ଦ୍ଧା,୧୮।୯(ପ୍ରଭାତ ପାଣିଗ୍ରାହୀ): ଉତ୍କଳ ସମ୍ମିଳନୀର ରାଜ୍ୟ ଉପସଭାପତି ବରିଷ୍ଠ ନାଗରିକ, ବୁଦ୍ଧିଜୀବୀ ତଥା ଶିକ୍ଷାବିତ, ଖବରକାଗଜର ବିଶିଷ୍ଟ ସଂଗ୍ରାହକ ଭାବେ ପରିଚିତ ଖୋର୍ଦ୍ଧା ନିବାସୀ ବିମଳ ଷଡଙ୍ଗୀ(୭୫)…

୨୦୨୭ରେ ଶନିଙ୍କ ମହାଗୋଚର: ଏହି ରାଶି ପାଇବ ସାଢେସାତୀରୁ ମୁକ୍ତି, ଆରମ୍ଭ ହେବ ଗୋଲ୍ଡେନ ଟାଇମ, ଚାକିରିରେ ପଦୋନ୍ନତି!

କର୍ମଫଳଦାତା ଶନିଦେବ ପ୍ରାୟ ଅଢ଼େଇ ବର୍ଷରେ ଥରେ ରାଶି ପରିବର୍ତ୍ତନ କରନ୍ତି। ବର୍ତ୍ତମାନ ଶନି ମୀନ ରାଶିରେ ଅବସ୍ଥାନ କରୁଥିବା ବେଳେ, ଜ୍ୟୋତିଷ ଗଣନା ଅନୁସାରେ ୩…

ଓରାଙ୍ଗଉଟାନଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୮।୯: ଉଦ୍ଧାର ହୋଇଥିବା ଓରାଙ୍ଗଉଟାନଙ୍କୁ ନେଇ ଜଙ୍ଗଲ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଓରାଙ୍ଗଉଟାନଙ୍କ ସମ୍ପର୍କରେ…

୨୪ ଘଣ୍ଟାରେ ମମତାଙ୍କୁ ଲାଗିଲା ଦ୍ୱିତୀୟ ଝଟକା, ଯାହାକୁ ପ୍ରାର୍ଥୀ ଘୋଷଣା କରିଥିଲେ ସିଏ ଏବେ…

କୋଲକାତା: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ରାଜନୈତିକ ଘଟଣାକ୍ରମ ଜୋର ଧରିଛି। ମମତା ବାନାର୍ଜୀଙ୍କ ଗୋଷ୍ଠୀ ପକ୍ଷରୁ ନନ୍ଦୀଗ୍ରାମ ପାଇଁ ପ୍ରାର୍ଥୀ ଘୋଷିତ ହୋଇଥିବା ସଞ୍ଚିତା ପ୍ରଧାନ…

ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ, ଆସନ୍ତା ୨୪ସୁଦ୍ଧା…

ଭୁବନେଶ୍ୱର,୧୮।୯: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ଶୁକ୍ରବାର ପୌର ନିର୍ବାଚନ ନେଇ ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?