୩ଟି ସୁଲଭ ବାସଗୃହ ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ, ୧୭୨୨ ବସ୍ତିବାସିନ୍ଦାଙ୍କୁ ମିଳିଲା ଘର

ଭୁବନେଶ୍ବର,୨୦।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭୁବନେଶ୍ୱରରେ ବସ୍ତିବାସିନ୍ଦାଙ୍କ ପାଇଁ ୩ଟି ସୁଲଭ ବାସଗୃହ ପ୍ରକଳ୍ପ ଲୋକାର୍ପିତ କରିଛନ୍ତି। ଏହି ପ୍ରକଳ୍ପ ଗୁଡିକ ଚନ୍ଦ୍ରଶେଖରପୁର ବୁଦ୍ଧବିହାରରେ, ସତ୍ୟନଗର ଶାନ୍ତିପଲ୍ଲି ଓ ସୁବୁଦ୍ଧିପୁରରେ ରହିଛି। ଏହି ସବୁ ପ୍ରକଳ୍ପ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ ହିତାଧିକାରୀମାନଙ୍କୁ ନୂଆ ଘରର ଚାବି ହସ୍ତାନ୍ତର କରିଛନ୍ତି। ଏହି ୩ଟି ପ୍ରକଳ୍ପରେ ସମୁଦାୟ ୧୭୨୨ ଜଣ ହିତାଧିକାରୀ ଘର ପାଇଛନ୍ତି। ଏହି ସମସ୍ତ ପ୍ରକଳ୍ପ ଭୁବନେଶ୍ବର ଉନ୍ନୟନ କର୍ତ୍ତୃପକ୍ଷଙ୍କ ଦ୍ବାରା ନିର୍ମାଣ କରାଯାଇଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସହରର ବିକାଶରେ ବସ୍ତିଲୋକଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗରିବ ଲୋକ ମାନଙ୍କୁ ନୂଆ ଘର ଭଲ ଘର ଯୋଗାଇ ଦେଇ ସେ ବହୁତ ଖୁସି । ମୁଖ୍ୟମନ୍ତ୍ରୀ ଚନ୍ଦ୍ରଶେଖରପୁର ବୁଦ୍ଧବିହାର ଯାଇ ସେଠାରେ ସୁଲଭ ବାସଗୃହ ପ୍ରକଳ୍ପ ଉଦ୍‌ଘାଟନ କରିଥିଲେ।

ସହରାଞ୍ଚଳରେ ‘ସମସ୍ତଙ୍କ ପାଇଁ ଘର’ କାର୍ଯ୍ୟକ୍ରମରେ ଏହି ପ୍ରକଳ୍ପଟି ୫ ମହଲା ବିଶିଷ୍ଟ ଏବଂ ଏହା ୧୨ ଏକର ଜମିରେ ନିର୍ମାଣ କରାଯାଇଛି। ଏଥିରେ ୮୨୦ଟି ଘର ସମ୍ପୁର୍ଣ୍ଣ ହୋଇ ହିତାଧିକାରୀମାନଙ୍କୁ ପ୍ରଦାନ କରାଯାଉଛି । ଆର୍ଥିକ ଅନଗ୍ରସର ବର୍ଗର ଲୋକଙ୍କ ପାଇଁ ସମୁଦାୟ ୨୬୦୦ଟି ଘର ନିର୍ମାଣର ଲକ୍ଷ୍ୟ ରଖାଯାଇଛି। ଏହି ସବୁ ପ୍ରକଳ୍ପ ପାଇଁ ପାନୀୟ ଜଳଯୋଗାଣ, ଡ୍ରେନେଜ୍ ବ୍ୟବସ୍ଥା, ସ୍ୱେରେଜ୍ ବ୍ୟବସ୍ଥା, ରାସ୍ତା ଆଲୋକୀକରଣ, ଦୋକାନ ଘର ସହିତ ପାଠାଗାର, ରିଡିଙ୍ଗ ରୁମ୍, ଡିସ୍‌ପେନ୍‌ସରି ଆଦି ଅନେକ ସୁବିଧାର ବ୍ୟବସ୍ଥା କରାଯାଇଛି। ଏହି ଉଦ୍‌ଘାଟନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହିତ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଉପସ୍ଥିତ ଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଗୃହ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ପଣ୍ଡା, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତ, ମେୟର ସୁଲୋଚନା ଦାସ, ଡେପୁଟି ମେୟର, ମୁଖ୍ୟ ଶାସନ ସଚିବ ପି.କେ. ଜେନା, ଓ ବରିଷ୍ଠ ପଦାଧିକାରୀମାନେ ଉଭୟ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri