Video: ମେଣ୍ଟ ଚର୍ଚ୍ଚା ମଧ୍ୟରେ ବଡ଼ ବୟାନ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯ା୩: ବିଜୁ ଜନତା ଦଳ(ବିଜେଡି) ଏବଂ ଭାରତୀୟ ଜନତା ପାର୍ଟି(ଭାଜପା) ମଧ୍ୟରେ ମେଣ୍ଟ ହେଉଥିବା ଚର୍ଚ୍ଚା ମଧ୍ୟରେ ବଡ଼ ବୟାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମେଣ୍ଟ ଖବରକୁ ଭାଜପା ସଭାପତି ମନମୋହନ ସାମଲ ଖାରଜ କରିସାରିଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ବୟାନ ମେଣ୍ଟ ଆଡକୁ ଇଙ୍ଗିତ କରୁଛି।

ଫାଇଭ ଟି ଏବଂ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ତାଙ୍କର ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ଏଥିରେ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା କରୁଥିବାର ଦେଖିବାକୁ ମିଳୁଛି। ଯେଉଁଥିରେ କାର୍ତ୍ତିକ ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶ୍ନ କରୁଛନ୍ତି କି ରାଜନୀତିରେ ସବୁଠାରୁ ଖରାପ ଜିନିଷ କ’ଣ ? ଯାହାର ଉତ୍ତରରେ ମୁଖ୍ୟମନ୍ତ୍ରୀ ଗୁଜବ ଆଉ ମିଛକଥା ବୋଲି କହୁଛନ୍ତି। ଯାହା ରାଜ୍ୟରେ ଚାଲିଥିବା ମେଣ୍ଟ ଚର୍ଚ୍ଚାକୁ ଇଙ୍ଗିତ କରୁଥିବା କୁହାଯାଉଛି।

ସେହିଭଳି ଦିଲ୍ଲୀରୁ ଫେରି ଓଡ଼ିଶାରେ ମେଣ୍ଟ ହେବା ନେଇ କୌଣସି ଆଲୋଚନା ହୋଇନଥିବା ଭାଜପା ସଭାପତି ମନମୋହନ ସାମଲ ମଧ୍ୟ କହିଛନ୍ତି।” ଆଗାମୀ ଲୋକସଭା ଏବଂ ବିଧାନସଭା ନିର୍ବାଚନରେ ଓଡ଼ିଶାରେ ଭାଜପା ଏକାକୀ ଲଢ଼ିବ। କେନ୍ଦ୍ରରେ ଏବଂ ରାଜ୍ୟରେ ଭାଜପା କିପରି ସରକାର ଗଠନ କରିବ ସେନେଇ ଆଲୋଚନା ହୋଇଥିବା ସେ କହିଛନ୍ତି।

ତେବେ ଆଲୋଚନା ହେଉଥିଲା କି ଆସନ ବୁଝାମଣା ଚୂଡ଼ାନ୍ତ ହେବା ପରେ ଉଭୟ ଦଳ ପକ୍ଷରୁ ମେଣ୍ଟ ନେଇ ଶୁକ୍ରବାର ଘୋଷଣା ହୋଇପାରେ। ଏହା ବ୍ୟତୀତ ବିଶ୍ବସ୍ତ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ୨୦୦୪ ଓ ୨୦୦୯ରେ ହୋଇଥିବା ମେଣ୍ଟଠାରୁ ନୂଆ ମେଣ୍ଟ ଭିନ୍ନ ହେବା ନେଇ ମଧ୍ୟ ଆଲୋଚନା ହେଉଥିଲା। ଯେଉଁଥିରେ ଉଭୟ ଦଳ ମଧ୍ୟରେ ଆସନ ବୁଝାମଣା ହେଲେ ମଧ୍ୟ କେହି ସରକାରରେ ସାମିଲ ହେବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri