୧୦ ଦିନ ମଧ୍ୟରେ ସବୁ କୋଭିଡ୍‌ ହସ୍ପିଟାଲକୁ ପ୍ରସ୍ତୁତ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୧(ବ୍ୟୁରୋ): ଓଡ଼ିଶାରେ ଦିନକୁ ଦିନ ବଢ଼ିବାରେ ଲାଗିଲାଣି କୋଭିଡ୍‌ ସଂକ୍ରମଣ। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୧୦ ଦିନ ମଧ୍ୟରେ ରାଜ୍ୟର ସମସ୍ତ ସରକାରୀ ଏବଂ ବେସରକାରୀ କୋଭିଡ୍‌ ହସ୍ପିଟାଲକୁ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ବିଭିନ୍ନ ବିଭାଗର ମୁଖ୍ୟ ପଦାଧିକାରୀ ଏବଂ ଜିଲାପାଳଙ୍କ ସହ କୋଭିଡ ମୁକାବିଲା ନେଇ ସମୀକ୍ଷା କରିବା ପରେ ଏହି ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ସାରା ଦେଶରେ ଓମିକ୍ରନ ଭାରିଆଣ୍ଟ ଦ୍ରୁତ ଗତିରେ ସଂକ୍ରମଣ କରୁଛି । ଅଳ୍ପ ଦିନ ମଧ୍ୟରେ ରୋଗୀଙ୍କ ସଂଖ୍ୟା ଦୁଇ ଗୁଣ ହୋଇଯାଉଛି । ଦେଶରେ ଖୁବ ଶୀଘ୍ର ଲକ୍ଷ ଲକ୍ଷ ସଂଖ୍ୟାରେ କୋଭିଡ ରୋଗୀ ସଂକ୍ରମଣ ଦେଖା ଦେଇପାରେ। ଓଡିଶାରେ ମଧ୍ୟ ଓମିକ୍ରନ ରୋଗୀଙ୍କ ସଂଖ୍ୟା ବଢିବା ଆରମ୍ଭ ହୋଇଛି। ତେଣୁ ଜନସାଧାରଣଙ୍କୁ ବିଶେଷ ଅସୁବିଧାରେ ନ ପକାଇ କୋଭିଡ୍‌ର ଉତ୍ତମ ପରିଚାଳନା ପାଇଁ ଆମକୁ ତୁରନ୍ତ ପଦକ୍ଷେପ ନେବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇ କହିଛନ୍ତି । ତେବେ ଦ୍ୱିତୀୟ ଲହରୀର ସର୍ବୋଚ୍ଚସ୍ତରରେ ଯେତିକି ଶଯ୍ୟା ଓ ଆଇସିୟୁର ଆବଶ୍ୟକତା ହୋଇଥିଲା, ଅତି କମ୍‌ରେ ସେତିକି ପରିମାଣର ଶଯ୍ୟା ଓ ଆଇସିୟୁ ପ୍ରସ୍ତୁତ କରି ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି ଜନସାଧାରଣଙ୍କ ଟିକାକରଣ ଲକ୍ଷ୍ୟ ପୂରଣ ପାଇଁ କ୍ୟାମ୍ପେନ ମୋଡ୍‌ରେ କାମ କରିବା ପାଇଁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ ୧୫ ରୁ ୧୮ ବର୍ଷ ବର୍ଗର ପିଲାମାନଙ୍କ ଟିକାକରଣ ଉପରେ ପ୍ରାଥମିକତା ଦେବାକୁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି। ଭୂତାଣୁ ସଂକ୍ରମଣକୁ କମ କରିବା ପାଇଁ ଆମକୁ ଉଚିତ ମାତ୍ରାରେ କଟକଣା ଜାରି କରିବାକୁ ପଡିବ। ତେବେ ଏଥିରେ ଯେପରି ଜନସାଧାରଣଙ୍କର ଜୀବିକା ଉପରେ କୌଣସି ପ୍ରଭାବ ନ ପଡେ, ସେଥିପ୍ରତି ଧ୍ୟାନ ଦେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri