୧୦ ଦିନ ମଧ୍ୟରେ ସବୁ କୋଭିଡ୍‌ ହସ୍ପିଟାଲକୁ ପ୍ରସ୍ତୁତ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୧(ବ୍ୟୁରୋ): ଓଡ଼ିଶାରେ ଦିନକୁ ଦିନ ବଢ଼ିବାରେ ଲାଗିଲାଣି କୋଭିଡ୍‌ ସଂକ୍ରମଣ। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୧୦ ଦିନ ମଧ୍ୟରେ ରାଜ୍ୟର ସମସ୍ତ ସରକାରୀ ଏବଂ ବେସରକାରୀ କୋଭିଡ୍‌ ହସ୍ପିଟାଲକୁ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ବିଭିନ୍ନ ବିଭାଗର ମୁଖ୍ୟ ପଦାଧିକାରୀ ଏବଂ ଜିଲାପାଳଙ୍କ ସହ କୋଭିଡ ମୁକାବିଲା ନେଇ ସମୀକ୍ଷା କରିବା ପରେ ଏହି ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ସାରା ଦେଶରେ ଓମିକ୍ରନ ଭାରିଆଣ୍ଟ ଦ୍ରୁତ ଗତିରେ ସଂକ୍ରମଣ କରୁଛି । ଅଳ୍ପ ଦିନ ମଧ୍ୟରେ ରୋଗୀଙ୍କ ସଂଖ୍ୟା ଦୁଇ ଗୁଣ ହୋଇଯାଉଛି । ଦେଶରେ ଖୁବ ଶୀଘ୍ର ଲକ୍ଷ ଲକ୍ଷ ସଂଖ୍ୟାରେ କୋଭିଡ ରୋଗୀ ସଂକ୍ରମଣ ଦେଖା ଦେଇପାରେ। ଓଡିଶାରେ ମଧ୍ୟ ଓମିକ୍ରନ ରୋଗୀଙ୍କ ସଂଖ୍ୟା ବଢିବା ଆରମ୍ଭ ହୋଇଛି। ତେଣୁ ଜନସାଧାରଣଙ୍କୁ ବିଶେଷ ଅସୁବିଧାରେ ନ ପକାଇ କୋଭିଡ୍‌ର ଉତ୍ତମ ପରିଚାଳନା ପାଇଁ ଆମକୁ ତୁରନ୍ତ ପଦକ୍ଷେପ ନେବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇ କହିଛନ୍ତି । ତେବେ ଦ୍ୱିତୀୟ ଲହରୀର ସର୍ବୋଚ୍ଚସ୍ତରରେ ଯେତିକି ଶଯ୍ୟା ଓ ଆଇସିୟୁର ଆବଶ୍ୟକତା ହୋଇଥିଲା, ଅତି କମ୍‌ରେ ସେତିକି ପରିମାଣର ଶଯ୍ୟା ଓ ଆଇସିୟୁ ପ୍ରସ୍ତୁତ କରି ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି ଜନସାଧାରଣଙ୍କ ଟିକାକରଣ ଲକ୍ଷ୍ୟ ପୂରଣ ପାଇଁ କ୍ୟାମ୍ପେନ ମୋଡ୍‌ରେ କାମ କରିବା ପାଇଁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ ୧୫ ରୁ ୧୮ ବର୍ଷ ବର୍ଗର ପିଲାମାନଙ୍କ ଟିକାକରଣ ଉପରେ ପ୍ରାଥମିକତା ଦେବାକୁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି। ଭୂତାଣୁ ସଂକ୍ରମଣକୁ କମ କରିବା ପାଇଁ ଆମକୁ ଉଚିତ ମାତ୍ରାରେ କଟକଣା ଜାରି କରିବାକୁ ପଡିବ। ତେବେ ଏଥିରେ ଯେପରି ଜନସାଧାରଣଙ୍କର ଜୀବିକା ଉପରେ କୌଣସି ପ୍ରଭାବ ନ ପଡେ, ସେଥିପ୍ରତି ଧ୍ୟାନ ଦେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରପାତରେ ଚାଲିଗଲା ୯ ଗୋରୁଙ୍କ ଜୀବନ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ, ୭/୫ (ଅରୁଣ ସାହୁ /ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ଜନଜୀବନ ପ୍ରଭାବିତ ହୋଇଛି।...

ରୋଚକ ମୋଡ଼ରେ ପିପିଲି ରାଜନୀତି: ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀଙ୍କ ବିରୋଧରେ ସ୍ବାଧୀନ ଭାବେ ଲଢ଼ିବେ ସ୍ତ୍ରୀ ଜାଗୃତି

ଭୁବନେଶ୍ୱର,୭।୫: ନିର୍ବାଚନ ମଇଦାନରେ ସ୍ବାମୀଙ୍କ ବିରୋଧରେ ଲଢ଼ିବେ ସ୍ତ୍ରୀ। ପିପିଲି ବିଧାନସଭା ଆସନରେ କିଛି ଏଭଳି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଗୋଟିଏ ପଟେ...

ନିଟ୍‌ ପରୀକ୍ଷାରେ ଜାଲିଆତି ଘଟଣା: ୩ ଅଭିଯୁକ୍ତ ଗିରଫ

ଭଦ୍ରକ,୭।୫: ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍‌ରେ ଜାଲିଆତି ଘଟଣାରେ ମଙ୍ଗଳବାର ୩ ଜଣ ଗିରଫ ହୋଇଛନ୍ତି। ଜଣେ ପରୀକ୍ଷାର୍ଥୀ ପାଇଁ ଅନ୍ୟ ଜଣେ ପରୀକ୍ଷା ଦେଉଥିଲେ...

ପାଗରେ ବଡ଼ ପରିବର୍ତ୍ତନ: କୋରାପୁଟରେ ୨୧୬.୫ମିମି ବର୍ଷା ରେକର୍ଡ

କୋରାପୁଟ,୭।୫(ଅମିତାଭ ବେହେରା): କାଳବୈଶାଖୀ ପ୍ରଭାବରେ ପାଗରେ ବଡ଼ ପରିବର୍ତ୍ତନ ଘଟିଛି। ମଙ୍ଗଳବାର କୋରାପୁଟ ଜିଲାରେ ୨୧୬.୫ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଜିଲାର ସେମିଳିଗୁଡା...

ମୁଖ୍ୟମନ୍ତ୍ରୀ ଚୟନକୁ ନେଇ ଭାଜପାକୁ କଟାକ୍ଷ କଲେ ପାଣ୍ଡିଆନ

ଭୁବନେଶ୍ୱର,୭।୫:ଭାଜପାର ମୁଖ୍ୟମନ୍ତ୍ରୀ ଚୟନକୁ ନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ କଥା କଟାକଟି ଚାଲିଥିବାବେଳେ ପୁଣି ଏହି ପ୍ରସଙ୍ଗକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି କାର୍ତ୍ତିକ...

ନବୀନଙ୍କ ଆସନରେ ପ୍ରଚାର କଲେ ପାଣ୍ଡିଆନ, କହିଦେଲେ ଏମିତି…

ଭୁବନେଶ୍ୱର,୭।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନମଣ୍ଡଳୀରେ ପ୍ରଚାର କରିଛନ୍ତି ଭି.କେ ପାଣ୍ଡିଆନ। ମଙ୍ଗଳବାର ହିଞ୍ଜିଳିରେ ଜୋରଦାର ପ୍ରଚାର କରିଛନ୍ତି ଭିକେ ପାଣ୍ଡିଆନ । ଜନସଭାକୁ ସମ୍ବୋଧିତ...

ମିଛ ମାନିଫେଷ୍ଟୋକୁ ନେଇ ବର୍ଷିଲା ବିଜେଡି, କହିଲେ ଭୂଆଁ ବୁଲାଉଛି…

ଭୁବନେଶ୍ୱର,୭।୫: ଭାଜପାର ସୋମବାର ସଙ୍କଳ୍ପପତ୍ର ଘୋଷଣା ପରେ ଏହାକୁ କାଉଣ୍ଟର ଆଟାକ କରିଛି ବିଜେଡି । ରାଜ୍ୟ ଭାଜପାର ସଙ୍କଳ୍ପପତ୍ରକୁ ‘ମିଛ ମାନିଫେଷ୍ଟୋ’ ବୋଲି କହିବା...

କଳାହାଣ୍ଡି ସ୍ବାଧୀନ ଏମ୍‌ପି ପ୍ରାର୍ଥୀଙ୍କୁ ଆକ୍ରମଣ

ଭବାନୀପାଟଣା,୭।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଲୋକସଭା ସ୍ବାଧୀନ ପ୍ରାର୍ଥୀ ନରେଶ ହିଆଲଙ୍କୁ କେତେକ କେତେକ ଦୁର୍ବୃତ୍ତ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଆକ୍ରମଣରେ ନରେଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri