ସେରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ସିଇଓଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ: କରୋନା ଟିକା ପାଇଁ ଓଡ଼ିଶାକୁ ପ୍ରାଥମିକତା ଦେବାକୁ ଲୋଡ଼ିଲେ ସହଯୋଗ

ଭୁବନେଶ୍ୱର,୨୨।୭(ବ୍ୟୁରୋ): ସେରମ୍‌ ଇନଷ୍ଟିଚ୍ୟୁଟ୍‌ର ସିଇଓ ଅଦର ପୁନାୱାଲାଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର କଥା ହୋଇଛନ୍ତି। କୋଭିଡ୍‌ ଟିକା ଅଗ୍ରଗତି ବିଷୟରେ ପୁନାଓ୍ବାଲାଙ୍କ ସହ ଭିଡିଓ କନ୍‌ଫରେନ୍ସିଂରେ ମୁଖ୍ୟମନ୍ତ୍ରୀ ଆଲୋଚନା କରିଥିବା ସୂଚନା ମିଳିଛି।

କୋଭିଡ ଟିକା ବିକାଶ ପାଇଁ ସେକ୍ସ ଇନଷ୍ଟିଚ୍ୟୁଟ୍‌ ଅକ୍ସଫୋର୍ଡ ୟୁନିଭରସିଟି ସହ ସହଭାଗୀ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଖୁସି ବ୍ୟକ୍ତ କରିବା ସହ ଟିକାର ଅଗ୍ରଗତି ନେଇ ଅଭିନନ୍ଦନ ମଧ୍ୟ ଜଣାଇଛନ୍ତି। ଆବଶ୍ୟକ କ୍ଲିୟରାନ୍ସ ମିଳିବା ପରେ ଟୀକାକରଣ ପାଇଁ ଓଡିଶାକୁ ପ୍ରାଥମିକତା ଦେବା ପାଇଁ ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି। ଏଥିପାଇଁ ରାଜ୍ୟ ସରକାର ସେରମ୍‌ ପ୍ରତିଷ୍ଠାନ ସହ ଯୋଗାଯୋଗରେ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଆଲୋଚନା ବେଳେ ପୁନାଓ୍ବାଲା କହିଛନ୍ତି, ପ୍ରଥମ ପର୍ଯ୍ୟାୟ ପରୀକ୍ଷଣରେ ଅକ୍ସଫୋର୍ଡ ୟୁନିଭରସିଟି ଟିକା ଆଶାବାଦୀ ଫଳାଫଳ ଦେଖାଇଛି। ଭାରତରେ ପରବର୍ତ୍ତୀ ପର୍ଯ୍ୟାୟ ପରୀକ୍ଷା ଅଗଷ୍ଟ ମଧ୍ୟଭାଗରୁ ଆରମ୍ଭ ହେବ ଏବଂ ଏହି ଟିକା ଚଳିତ ବର୍ଷ ଅକ୍ଟୋବର-ନଭେମ୍ବର ସୁଦ୍ଧା ପ୍ରସ୍ତୁତ ହେବ। ଟିକା ପାଇଁ ସେରମ-ରାଜ୍ୟ ସରକାର ଯୋଗାଯୋଗରେ ରହିବେ। ଏହାଛଡ଼ା ଟୀକାକରଣର ଅଗ୍ରଗତି ଏବଂ ଲାନସେଟ୍‌ରେ ପ୍ରକାଶିତ ଫଳାଫଳ ବିଷୟରେ ଜାଣିବା ପାଇଁ ସେରମ ପ୍ରତିଷ୍ଠାନ ସହିତ ଯୋଗାଯୋଗ କରିଥିବାରୁ ପୁନାୱାଲା ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସା କରିଥିଲେ।

ଏହି ଆଲୋଚନା ବେଳେ ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ, ସିଏମଓର ମୁଖ୍ୟ ପରାମର୍ଶଦାତା, ଏସିଏସ୍‌ ସ୍ବାସ୍ଥ୍ୟ ଏବଂ ୫-ଟି ସଚିବ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

ଜୋତା ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୨୮ ଜଣ, ଆସିଲା ଛାତିଥରା Video

ବେଜିଂ,୯।୭: ଗୁରୁବାର (ଜୁଲାଇ ୯, ୨୦୨୬) ଦିନ ଚାଇନାର ଜିନଜିଆଙ୍ଗରେ ଏକ ଜୋତା କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା, ଯାହା ଫଳରେ ୨୮ ଜଣଙ୍କର ମୃତ୍ୟୁ ହୋଇଥିଲା।…

ଅନ୍ଧାରକୁ ଯାଉଛି ଟିମ ଇଣ୍ଡିଆ; ଲଗାତାର ପରାଜୟକୁ ନେଇ ପୂର୍ବତନ କ୍ରିକେଟରମାନେ କହିଲେ…

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବର୍ତ୍ତମାନ ଦଳର ରଣନୀତିରେ ଗଭୀର ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ ନିଷ୍ପତ୍ତିକୁ କଡ଼ା…

ଇନ୍ଦ୍ରାବତୀ ପମ୍ପ ଷ୍ଟୋରେଜ୍ ବିଦ୍ୟୁତ ପ୍ରକଳ୍ପ: ଶିଳାନ୍ୟାସର ୧୯ ଦିନ ପରେ ବୋର୍ଡରୁ ଫଳକ ଗାୟବ, ଚର୍ଚ୍ଚା ଜୋର୍

ଜୟପାଟଣା, ୯।୭(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ପାୱାର ହାଉସ ପାର୍ଶ୍ୱ ରାଣୀବାହାଲ ଗ୍ରାମ ପରିସରରେ ନୂତନ ଭାବେ ସ୍ଥାପନ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri