ରାଜ୍ୟରେ ସାର ଅଭାବ: କେନ୍ଦ୍ର ମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧।୭: ରାଜ୍ୟରେ ସାର ଅଭାବ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ମାନସୁଖ ମାଣ୍ଡଭିଆଙ୍କୁ ଚିଠି ଲେଖିଛନ୍ତି। ବକେୟା ସାର ସହ ମାସିକିଆ ସାର ଯୋଗାଣକୁ ସ୍ବଭାବିକ କରିବାକୁ ଚିଠିରେ ଦାବି କରାଯାଇଛି।

ରାଜ୍ୟରେ ଚାଷୀମାନଙ୍କୁ ଠିକ୍‌ ସମୟରେ ସାର ମିଳୁ ନାହିଁ। ମେ’, ଜୁନ, ଜୁଲାଇ ମାସରେ ନିଅଣ୍ଟିଆ ସାର ଯୋଗାଣ ହୋଇଛି। ଖରିଫ ଋତୁରେ ନିଅଣ୍ଟିଆ ସାର ଯୋଗାଣ ହେତୁ କୃଷି କାର୍ଯ୍ୟରେ ବାଧା ସୃଷ୍ଟି ହେଉଥିବା ଚିଠିରେ ଉଲ୍ଲେଖ କରାଯାଇଛି।

ମିଳିଥିବା ସୂଚନା ମୁତାବକ, ଜୁଲାଇ ମାସ ସୁଦ୍ଧା ରାଜ୍ୟ ସରକାର ୨ଲକ୍ଷ ୩୧ହଜାର ୫୩୦ ମେଟ୍ରିକ ଟନ୍‌ ୟୁରିଆ ସାର ପାଇବା କଥା। ହେଲେ ରାଜ୍ୟକୁ ମିଳିଛି ମାତ୍ର ୧ଲକ୍ଷ ୪୫ହଜାର ୧୪୫ ମେଟ୍ରିକ ଟନ୍‌ । ସେହିପରି ଡିଏପି ସାର ୧ଲକ୍ଷ ୫୨ ହଜାର ମେଟ୍ରିକ ଟନ୍‌ ମିଳିବା ବଦଳରେ ମିଳିଛି ୯୭ହଜାର ୭୬୩ ମେଟ୍ରିକ ଟନ। ରାଜ୍ୟକୁ ସମୁଦାୟ ୟୁରିଆ ସାର ୬୨ପ୍ରତିଶତ ମିଳିଥିବା ବେଳେ, ଅନ୍ୟାନ୍ୟ ସାର ୬୦ରୁ ୭୪ ପ୍ରତିଶତ ମିଳିଛି। ରାଜ୍ୟରେ ଜୁଲାଇରୁ ସେପ୍ଟେମ୍ବର ପର୍ଯ୍ୟନ୍ତ ଅଧିକ ସାର ଆବଶ୍ୟକ ପଡିଥାଏ। ଏଣୁ ତୁରନ୍ତ ରାଜ୍ୟକୁ ବକେୟା ସାର ଯୋଗାଇ ଦେବାକୁ କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀଙ୍କୁ ଚିଠି ଲେଖି ମୁଖ୍ୟମନ୍ତ୍ରୀ ଦାବି କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

‘ଘର ଭାଙ୍ଗୁଥିବାଙ୍କୁ ପ୍ରୋତ୍ସାହନ ଦିଅନି’, ଗୋବିନ୍ଦା-କୋମଲଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ…

ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦାଙ୍କୁ ଲାଲବାଗଚା ରାଜାଙ୍କ ଦର୍ଶନ କରି ଆଶୀର୍ବାଦ ନେଉଥିବା ବେଳେ ତାଙ୍କ କଥିତ ଗର୍ଲଫ୍ରେଣ୍ଡ ଓ କୋ-ଷ୍ଟାର୍‌ କୋମଲ ରାଣୀ ସ୍ବର୍ଣ୍ଣକାରଙ୍କ ସହ…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

ଗମ୍ଭୀରଙ୍କ ସହ ସିରାଜଙ୍କ ଝଗଡ଼ା! କ୍ରିକେଟ ଜଗତରେ ଛାଇଗଲା ଖବର, ଏହି କାରଣ ପାଇଁ…

ନୂଆଦିଲ୍ଲୀ,୨୭।୯: ଥିରଭାନନ୍ତପୁରମରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ହେଲେ ଭାରତୀୟ ବୋଲରମାନେ ଦଳକୁ ଭଲ ଆରମ୍ଭ ଦେଇପାରିନଥିଲେ। ଏହାରି…

‘ଜ୍ଞାନେଶ କୁମାରଙ୍କ ତଣ୍ଟି କାଟିଦେବି’: ବିବାଦୀୟ ବୟାନକୁ ନେଇ ରାଜନୀତିରେ ଚହଳ , ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଦେଶର ରାଜନୀତି ସରଗରମ ରହିଛି। ଏହାରି ମଧ୍ୟରେ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ…

ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ

ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ…

ହିମନ୍ତ ବିଶ୍ୱ ଶର୍ମାଙ୍କୁ ଅଲ୍ଟିମେଟମ ଦେଲେ ଅଭିଜିତ, ଏମିତି ନ କଲେ ଆସାମରେ ହେବ…

ନୂଆଦିଲ୍ଲୀ,୨୭।୯: ଗୁଆହାଟୀରେ କକ୍ରୋଚ ଜନତା ପାର୍ଟି (CJP)ର ସହ-ସଂସ୍ଥାପକ ଆଶୁତୋଷ ରାଙ୍କାଙ୍କ ସମେତ ଅନ୍ୟ କିଛି କର୍ମୀଙ୍କୁ ଆସାମ ପୋଲିସ ଅଟକ ରଖିବା ପରେ CJP ସଂସ୍ଥାପକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?