ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଅଳଙ୍କାର ତାଲିକା ପ୍ରସ୍ତୁତି ତଦାରଖ ପାଇଁ କମିଟି ଗଠନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୨: ଓଡିଶା ହାଇକୋର୍ଟଙ୍କ ଶ୍ରୀ ଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ସମ୍ପର୍କିତ ନିର୍ଦ୍ଦେଶ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସୁପ୍ରିମ କୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ୍ ପଶାୟତଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି। ଏହି କମିଟି ରତ୍ନ ଭଣ୍ଡାରରେ ଥିବା ମହାପ୍ରଭୁଙ୍କ ଅଳଙ୍କାର ଏବଂ ବିଭିନ୍ନ ମୂଲ୍ୟବାନ ବସ୍ତୁର ତାଲିକା ପ୍ରସ୍ତୁତି କାର୍ଯ୍ୟ ତଦାରଖ କରିବେ। ଏହି କମିଟିରେ ଅଧ୍ୟକ୍ଷଙ୍କ ସହିତ ୧୨ ଜଣ ସଦସ୍ୟ ଅଛନ୍ତି।

ଏହି କମିଟିରେ ଥିବା ଅନ୍ୟ ସଦସ୍ୟମାନେ ହେଲେ-
– ପ୍ରସିଦ୍ଧ ହୃଦରୋଗ ବିଶେଷଜ୍ଞ ଡ. ରମାକାନ୍ତ ପଣ୍ଡା, ଉପାଧ୍ୟକ୍ଷ।
– ଡ. ବିଧୁଭୁଷଣ ସାମଲ, ଆଲ୍ଲାହାବାଦ ବ୍ୟାଙ୍କର ପୂର୍ବତନ CMD।
– ଏ.କେ. ସାବତ, ଚାର୍ଟାର୍ଡ ଆକାଉଣ୍ଟାଣ୍ଟ,।
– ପୁରୀ ଗଜପତି ମହାରାଜା ତଥା ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ଅଧ୍ୟକ୍ଷ ଶ୍ରୀ ଦିବ୍ୟସିଂହ ଦେବଙ୍କ ପ୍ରତିନିଧି ।

– ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥାର ପ୍ରତିନିଧି।
– ଶ୍ରୀ ଦୁର୍ଗାପ୍ରସାଦ ଦାସ ମହାପାତ୍ର, ସେବକ ପ୍ରତିନିଧି।
– ଶ୍ରୀ ମାଧବ ଚନ୍ଦ୍ର ମହାପାତ୍ର, ସେବକ ପ୍ରତିନିଧି।
– ଶ୍ରୀ ଜଗନ୍ନାଥ କର , ସେବକ ପ୍ରତିନିଧି।
– ଶ୍ରୀ ଗଣେଶ ମେକାପ, ଭଣ୍ଡାର ମେକାପ ସେବକ।
ଏବଂ
– ପୁରୀ ଜିଲ୍ଲାପାଳ ତଥା ଶ୍ରୀ ଜଗନ୍ନାଥ ମନ୍ଦିର ର ଉପମୁଖ୍ୟ ପ୍ରଶାସକ.।
– ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ- ସଦସ୍ୟ ଆବାହକ ଭାବରେ କାର୍ଯ୍ୟ କରିବେ.।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri