ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଅଳଙ୍କାର ତାଲିକା ପ୍ରସ୍ତୁତି ତଦାରଖ ପାଇଁ କମିଟି ଗଠନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୨: ଓଡିଶା ହାଇକୋର୍ଟଙ୍କ ଶ୍ରୀ ଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ସମ୍ପର୍କିତ ନିର୍ଦ୍ଦେଶ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସୁପ୍ରିମ କୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ୍ ପଶାୟତଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି। ଏହି କମିଟି ରତ୍ନ ଭଣ୍ଡାରରେ ଥିବା ମହାପ୍ରଭୁଙ୍କ ଅଳଙ୍କାର ଏବଂ ବିଭିନ୍ନ ମୂଲ୍ୟବାନ ବସ୍ତୁର ତାଲିକା ପ୍ରସ୍ତୁତି କାର୍ଯ୍ୟ ତଦାରଖ କରିବେ। ଏହି କମିଟିରେ ଅଧ୍ୟକ୍ଷଙ୍କ ସହିତ ୧୨ ଜଣ ସଦସ୍ୟ ଅଛନ୍ତି।

ଏହି କମିଟିରେ ଥିବା ଅନ୍ୟ ସଦସ୍ୟମାନେ ହେଲେ-
– ପ୍ରସିଦ୍ଧ ହୃଦରୋଗ ବିଶେଷଜ୍ଞ ଡ. ରମାକାନ୍ତ ପଣ୍ଡା, ଉପାଧ୍ୟକ୍ଷ।
– ଡ. ବିଧୁଭୁଷଣ ସାମଲ, ଆଲ୍ଲାହାବାଦ ବ୍ୟାଙ୍କର ପୂର୍ବତନ CMD।
– ଏ.କେ. ସାବତ, ଚାର୍ଟାର୍ଡ ଆକାଉଣ୍ଟାଣ୍ଟ,।
– ପୁରୀ ଗଜପତି ମହାରାଜା ତଥା ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ଅଧ୍ୟକ୍ଷ ଶ୍ରୀ ଦିବ୍ୟସିଂହ ଦେବଙ୍କ ପ୍ରତିନିଧି ।

– ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥାର ପ୍ରତିନିଧି।
– ଶ୍ରୀ ଦୁର୍ଗାପ୍ରସାଦ ଦାସ ମହାପାତ୍ର, ସେବକ ପ୍ରତିନିଧି।
– ଶ୍ରୀ ମାଧବ ଚନ୍ଦ୍ର ମହାପାତ୍ର, ସେବକ ପ୍ରତିନିଧି।
– ଶ୍ରୀ ଜଗନ୍ନାଥ କର , ସେବକ ପ୍ରତିନିଧି।
– ଶ୍ରୀ ଗଣେଶ ମେକାପ, ଭଣ୍ଡାର ମେକାପ ସେବକ।
ଏବଂ
– ପୁରୀ ଜିଲ୍ଲାପାଳ ତଥା ଶ୍ରୀ ଜଗନ୍ନାଥ ମନ୍ଦିର ର ଉପମୁଖ୍ୟ ପ୍ରଶାସକ.।
– ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ- ସଦସ୍ୟ ଆବାହକ ଭାବରେ କାର୍ଯ୍ୟ କରିବେ.।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗ ବିଭାଗର ସତର୍କ ସୂଚନା, ଏପ୍ରିଲ ୧୦ ପର୍ଯ୍ୟନ୍ତ କାଳବୈଶାଖୀ…

ଭୁବନେଶ୍ୱର,୭।୪(ବନ୍ଦନା ସେଠୀ): ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ…

ମଧ୍ୟାହ୍ନଭୋଜନରେ ବ୍ୟାପକ ଅନିୟମିତତା:ହରିଲୁଟ୍‌ କରୁଥିଲେ ଶିକ୍ଷକ-ଶକ୍ଷୟିତ୍ରୀ, ଫିଟିଲା ଗୁମର

ଭୁବନେଶ୍ୱର, ୭।୪(ରବିନାରାୟଣ ଜେନା):ରାଜ୍ୟରେ ପୂର୍ବ ସରକାର ଅମଳରେ ଛାତ୍ରୀଛାତ୍ରଙ୍କ ଯୋଜନା କିଭଳି ହରିଲୁଟ୍‌ ହେଉଥିଲା ତା’ର ଗୁମର ପଦାକୁ ଆସିଛି। ଶିକ୍ଷୟିତ୍ରୀ/ଶିକ୍ଷକମାନେ ଛାତ୍ରୀଛାତ୍ରଙ୍କ ନାଁରେ ସରକାରଙ୍କ ମଧ୍ୟାହ୍ନଭୋଜନଠାରୁ…

ଭାରସାମ୍ୟ ହରାଇ ସାଲୁର୍ ଘାଟରେ ଓଲଟିଲା ଚାଉଳ ଟ୍ରକ୍, ୮ ଘଣ୍ଟା ଜାତୀୟ ରାଜପଥ ଜାମ୍

ପଟ୍ଟାଙ୍ଗି,୭।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାକୁ ଲାଗି ରହିଥିବା ପଡୋଶୀ ଆନ୍ଧ୍ର ସୀମା ଭିତରେ ସାଲୁର୍ ଘାଟିରେ ଦୁର୍ଘଟଣା । ଏକ ଟ୍ରକ୍…

ରାତିଅଧରେ ବଡ ବ୍ଲାଷ୍ଟ, ହୁତୁ ହୁତୁ ଜଳିଲା ରେଲୱେ ଗ୍ରୀଡ୍

ବଣାଇଁ,୭।୪(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା ଚାନ୍ଦିପୋଷ ଥାନା ପଛ ପଟେ ଥିବା ରେଲୱେ ଷ୍ଟେସନ ଗ୍ରୀଡ଼ରେ ଅଗ୍ନିକାଣ୍ଡ ହୋଇଛି । ସୋମବାର ରାତି ପ୍ରାୟ ୧୧ଟାରେ ହଠାତ…

ଗ୍ରାହକକୈନ୍ଦ୍ରିକ ଆଭିମୁଖ୍ୟ ଆମକୁ ସ୍ବତନ୍ତ୍ର କରିଛି: ଜୀବନ କୁମାର ବଡୁ

ଓଡ଼ିଶାର ବିଦ୍ୟୁତ୍‌ ଭିତ୍ତିଭୂମି କ୍ଷେତ୍ରର ଅନ୍ୟତମ ପ୍ରତିଷ୍ଠିତ ସଂସ୍ଥା ଭୁବନେଶ୍ୱରର ମଞ୍ଚେଶ୍ୱର ଶିଳ୍ପାଞ୍ଚଳସ୍ଥିତ ‘ଓଡ଼ିଶା ଟ୍ରାନ୍ସଫର୍ମର୍ସ ପ୍ରାଇଭେଟ ଲିମିଟେଡ’ (ଓଟିପିଏଲ୍‌) ର ପରିଚାଳନା ନିର୍ଦ୍ଦେଶକ ହେଉଛନ୍ତି ଜୀବନ…

ମାଷ୍ଟର ନାହାନ୍ତି

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସ୍‌ଇ) ପକ୍ଷରୁ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ନୂଆ ପାଠ୍ୟକ୍ରମ ଅଣାଯାଇଛି। ଛାତ୍ରୀଛାତ୍ରମାନେ ୩ଟି ଭାଷା ପଢ଼ିବାର ବ୍ୟବସ୍ଥା ହୋଇଥିବା ବେଳେ ସେଥିମଧ୍ୟରୁ…

ପ୍ରଯୋଜକ ରବି ସ୍ବାଇଁଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଭୁବନେଶ୍ୱର,୭।୪: ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ରବି ସ୍ବାଇଁଙ୍କ ପରଲୋକ ଘଟିଛି। ସେ କିଛି ଦିନ ହେବ ଲିଭର ସିରୋସିସ୍‌ରେ ପୀଡ଼ିତ ହୋଇ ଚିକିତ୍ସାଧୀନ ଥିଲେ। ଚିକିତ୍ସାଧିନ ଅବସ୍ଥାରେ…

ରେଳବାଇର ଅଣଦେଖା: ଉପଭୋକ୍ତା ସଂଘର ଆନ୍ଦୋଳନ ଚେତାବନୀ

ବରଗଡ଼,୬ା୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଓ ବଲାଙ୍ଗୀର ଜିଲା ରେଳ ଉପଭୋକ୍ତା ସଂଘର ମିଳିତ କାର୍ଯ୍ୟାନୁଷ୍ଠାନ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ରବିବାଋ ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ସଭାକକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri