କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ ମାସିକ ଭତ୍ତା ରାଶିରେ ଉଲ୍ଲେଖନୀୟ ବୃଦ୍ଧି କରାଯାଇଛି। ନୂତନ ଘୋଷଣା ଅନୁଯାୟୀ, ୪୦ରୁ ୮୦ ବର୍ଷ ବୟସ୍କ କଳାକାରମାନଙ୍କ ମାସିକ ଭତ୍ତା ୨୦୦୦ ଟଙ୍କାରୁ ୩୦୦୦ ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ୮୦ ବର୍ଷରୁ ଊର୍ଦ୍ଧ୍ବ କଳାକାରଙ୍କ ଭତ୍ତା ୨୫୦୦ ଟଙ୍କାରୁ ୩୫୦୦ ଟଙ୍କାକୁ ବୃଦ୍ଧି କରାଯାଇଛି।

ସରକାରଙ୍କ ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟର ପ୍ରାୟ ୪୭ ହଜାର ୭୦୪ ଜଣ କଳାକାର ସିଧାସଳଖ ଉପକୃତ ହେବେ। ଓଡ଼ିଶାର କଳା ଓ ସଂସ୍କୃତିକୁ ବଞ୍ଚାଇ ରଖିଥିବା କଳାକାରମାନଙ୍କ ଆର୍ଥିକ ସ୍ଥିତି ସୁଧାରିବା ଏବଂ ସେମାନଙ୍କୁ ସମ୍ମାନଜନକ ଜୀବନ ପ୍ରଦାନ କରିବା ଦିଗରେ ମୁଖ୍ୟମନ୍ତ୍ରୀଙ୍କ ଏହି ପଦକ୍ଷେପ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ବୋଲି ବିବେଚନା କରାଯାଉଛି।

Share