ଦୁର୍ନୀତିଗ୍ରସ୍ଥଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚେତାବନୀ; ”କେତେବେଳେ ବି ବାନ୍ଧିପାରନ୍ତି ସରକାର”

ଭୁବନେଶ୍ୱର,୨୮ା୧୦: ସୋମବାର ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ଦୁର୍ନୀତିଗ୍ରସ୍ତଙ୍କୁ କଡ଼ା ଚେତାବନୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟରେ ଶୁନ୍ୟ ସହନଶୀଳତା ନୀତି ସରକାର ପ୍ରତିଶ୍ରୁତିବଦ୍ଧ। ରାଜ୍ୟରେ ଭାଜପା ସରକାର ଆସିବାର ୧୪୦ ଦିନ ହୋଇଛି। ଏଣିକି ସିଧାସଳଖ ହିତାଧିକାରୀଙ୍କ ଖାତାକୁ ଡିବିଟି ମାଧ୍ୟମରେ ଟଙ୍କା ଯାଉଥିବାରୁ ଆଉ ଦୁର୍ନୀତି ହୋଇପାରୁ ନଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।

ରାଜ୍ୟରେ ନୂଆ ସରକାର ଆସିବା ପରେ ବର୍ତମାନ ସୁଦ୍ଧା ୬ ମୁଖ୍ୟଯନ୍ତ୍ରୀଙ୍କୁ ଦୁର୍ନୀତି ପାଇଁ ଗିରଫ କରି କୋର୍ଟ ପଠାଯାଇଛି। ୬ ମୁଖ୍ୟଯନ୍ତ୍ରୀଙ୍କ ପାଖରୁ ୨୩୩ଟି ପ୍ଲଟ, ୩୨ କୋଠା, ପ୍ରାୟ ୬ କେଜି ସୁନା ଜବତ ହୋଇଛି। କେବଳ ଏତିକି ନୁହେଁ ୧୦ କୋଟି ବ୍ୟାଙ୍କ ଡିପୋଜିଟ୍ ଓ ୨୧ ଲକ୍ଷ ନଗଦ ଟଙ୍କା ମଧ୍ୟ ଜବତ ହୋଇଛି। ଅନେକ ବଡ଼ବଡ଼ ଅଧିକାରୀ ଗିରଫ ହୋଇ ଜେଲ୍‌ରେ ଅଛନ୍ତି। ଏସବୁଯାହା ହୋଇଛି ଏହା କେବଳ ଟ୍ରେଲର ଚାଲିଛି, ଆଗକୁ ବହୁତ କିଛି ବାକି ଅଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏବେ ବା ଆଗରୁ ଦୁର୍ନୀତି କରୁଥିବା ଅଧିକାରୀଙ୍କ ମନରେ ସବୁବେଳେ ଭୟ ରହିବ। କାରଣ ଏ ସରକାର କେତେବେଳେ ବି ବାନ୍ଧିପାରେ, ଯାହା ସେମାନଙ୍କର ସବୁ ବେଳେ ମନେପଡ଼ିବ।

ଏଥିସହିତ ପୂର୍ବ ସରକାରରେ ଫାଇଭ ଟି ଦୁର୍ନୀତି କଥା ମଧ୍ୟ ଉଠାଇଛନ୍ତି ମୁଖ୍ୟମନ୍ତ୍ରୀ। ସେ କହିଥିଲେ, ପୂର୍ବ ସରକାରରେ ୨୪ ବର୍ଷ ଧରି ଦୁର୍ନୀତି ଚାଲିଥିଲା। ପୂର୍ବରୁ ବିଭିନ୍ନ ପ୍ରକାର ଦୁର୍ନୀତି କରି ଅଧିକାରୀ ମାନେ ଅଚିନ୍ତାରେ ଥିଲେ। ଦୁର୍ନୀତି ଟଙ୍କାକୁ ନିଜ ବ୍ୟକ୍ତିଗତ କାମ ଓ ନିର୍ବାଚନରେ ଲଗାଉଥିଲେ। ଆଉ ଦୁର୍ନୀତିଖୋରଙ୍କୁ ଘଣ୍ଟ ଘୋଡ଼ାଯିବନି, ସମସ୍ତଙ୍କ ତଦନ୍ତ କରାଯିବ। ଅନେକ ସ୍ଥାନରଟେ ଫାଇଭ-ଟି ନାଁରେ ଅଧିକାରୀମାନେ ବ୍ୟାପକ ଟଙ୍କା ହେରଫେର କରିଛନ୍ତି। ସେ ସମସ୍ତେ ତଦନ୍ତ ପରିସରଭୁକ୍ତ ହେବେ ବୋଲି ମଧ୍ୟ ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri