ଦୁର୍ନୀତିଗ୍ରସ୍ଥଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚେତାବନୀ; ”କେତେବେଳେ ବି ବାନ୍ଧିପାରନ୍ତି ସରକାର”

ଭୁବନେଶ୍ୱର,୨୮ା୧୦: ସୋମବାର ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ଦୁର୍ନୀତିଗ୍ରସ୍ତଙ୍କୁ କଡ଼ା ଚେତାବନୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟରେ ଶୁନ୍ୟ ସହନଶୀଳତା ନୀତି ସରକାର ପ୍ରତିଶ୍ରୁତିବଦ୍ଧ। ରାଜ୍ୟରେ ଭାଜପା ସରକାର ଆସିବାର ୧୪୦ ଦିନ ହୋଇଛି। ଏଣିକି ସିଧାସଳଖ ହିତାଧିକାରୀଙ୍କ ଖାତାକୁ ଡିବିଟି ମାଧ୍ୟମରେ ଟଙ୍କା ଯାଉଥିବାରୁ ଆଉ ଦୁର୍ନୀତି ହୋଇପାରୁ ନଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।

ରାଜ୍ୟରେ ନୂଆ ସରକାର ଆସିବା ପରେ ବର୍ତମାନ ସୁଦ୍ଧା ୬ ମୁଖ୍ୟଯନ୍ତ୍ରୀଙ୍କୁ ଦୁର୍ନୀତି ପାଇଁ ଗିରଫ କରି କୋର୍ଟ ପଠାଯାଇଛି। ୬ ମୁଖ୍ୟଯନ୍ତ୍ରୀଙ୍କ ପାଖରୁ ୨୩୩ଟି ପ୍ଲଟ, ୩୨ କୋଠା, ପ୍ରାୟ ୬ କେଜି ସୁନା ଜବତ ହୋଇଛି। କେବଳ ଏତିକି ନୁହେଁ ୧୦ କୋଟି ବ୍ୟାଙ୍କ ଡିପୋଜିଟ୍ ଓ ୨୧ ଲକ୍ଷ ନଗଦ ଟଙ୍କା ମଧ୍ୟ ଜବତ ହୋଇଛି। ଅନେକ ବଡ଼ବଡ଼ ଅଧିକାରୀ ଗିରଫ ହୋଇ ଜେଲ୍‌ରେ ଅଛନ୍ତି। ଏସବୁଯାହା ହୋଇଛି ଏହା କେବଳ ଟ୍ରେଲର ଚାଲିଛି, ଆଗକୁ ବହୁତ କିଛି ବାକି ଅଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏବେ ବା ଆଗରୁ ଦୁର୍ନୀତି କରୁଥିବା ଅଧିକାରୀଙ୍କ ମନରେ ସବୁବେଳେ ଭୟ ରହିବ। କାରଣ ଏ ସରକାର କେତେବେଳେ ବି ବାନ୍ଧିପାରେ, ଯାହା ସେମାନଙ୍କର ସବୁ ବେଳେ ମନେପଡ଼ିବ।

ଏଥିସହିତ ପୂର୍ବ ସରକାରରେ ଫାଇଭ ଟି ଦୁର୍ନୀତି କଥା ମଧ୍ୟ ଉଠାଇଛନ୍ତି ମୁଖ୍ୟମନ୍ତ୍ରୀ। ସେ କହିଥିଲେ, ପୂର୍ବ ସରକାରରେ ୨୪ ବର୍ଷ ଧରି ଦୁର୍ନୀତି ଚାଲିଥିଲା। ପୂର୍ବରୁ ବିଭିନ୍ନ ପ୍ରକାର ଦୁର୍ନୀତି କରି ଅଧିକାରୀ ମାନେ ଅଚିନ୍ତାରେ ଥିଲେ। ଦୁର୍ନୀତି ଟଙ୍କାକୁ ନିଜ ବ୍ୟକ୍ତିଗତ କାମ ଓ ନିର୍ବାଚନରେ ଲଗାଉଥିଲେ। ଆଉ ଦୁର୍ନୀତିଖୋରଙ୍କୁ ଘଣ୍ଟ ଘୋଡ଼ାଯିବନି, ସମସ୍ତଙ୍କ ତଦନ୍ତ କରାଯିବ। ଅନେକ ସ୍ଥାନରଟେ ଫାଇଭ-ଟି ନାଁରେ ଅଧିକାରୀମାନେ ବ୍ୟାପକ ଟଙ୍କା ହେରଫେର କରିଛନ୍ତି। ସେ ସମସ୍ତେ ତଦନ୍ତ ପରିସରଭୁକ୍ତ ହେବେ ବୋଲି ମଧ୍ୟ ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

ସିକେ ନାଇଡୁ ଟ୍ରଫି: ଓଡ଼ିଶା-ବେଙ୍ଗଲ ମୁକାବିଲା

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ଆସନ୍ତା ୬ତାରିଖରୁ ବରଗଡ଼ କ୍ରିଷ୍ଣା ବିକାଶ କ୍ରିକେଟ୍‌ ଗ୍ରାଉଣ୍ଡରେ  ଓଡ଼ିଶା-ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ବୟସ ସି.କେ. ନାଇଡୁ ଟ୍ରଫିର ଇଲାଇଟ୍‌ ଗ୍ରୁପ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

‘ମନବଳ ଦୃଢ଼ ହେଲେ ହାରିବ କ୍ୟାନସର’

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ବିଶ୍ୱ କର୍କଟ ଦିବସ ଅବସରରେ ବୁଧବାର ବରଗଡ଼ ଫାଇଟର୍ସ ଗ୍ରୁପ୍‌ ପକ୍ଷରୁ ଏକ କର୍କଟ ସଚେତନତା ପଦଯାତ୍ରା ଓ ସଭା ଆୟୋଜିତ ହୋଇଯାଇଛି। ଏହି…

ବାପାଙ୍କୁ ଥଣ୍ଡା ପାନୀୟରେ ପାଇଖାନା ସଫା ଏସିଡ୍‌ ମିଶାଇ ପିଇବାକୁ ଦେଲେ ପୁଅ, ପରେ ପନିକିରେ ଗଳାକାଟି…

ବିଷମକଟକ,୪ା୨(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ସହରର ବ୍ରାହ୍ମଣ ସାହି ଅଞ୍ଚଳରେ ଘଟିଥିବା ଏକ ନିର୍ମମ ହତ୍ୟାକାଣ୍ଡ ସାରା ଅଞ୍ଚଳକୁ ଚକିତ କରିଦେଇଛି। ନିଜ ବାପାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri