ଯୁଦ୍ଧକାଳୀନ ଭିତ୍ତିରେ ଜଳସେଚନ ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ, କହିଲେ ୨୦୨୮-୨୯ ମଧ୍ୟରେ…

ଭୁବନେଶ୍ୱର,୫ା୧: ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ବରମୁଣ୍ଡା ଖେଳପଡ଼ିଆଠାରେ ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ଉଦ୍‌ଯାପନ ଅବସରରେ ପାଣି ପଞ୍ଚାୟତଗୁଡିକର ନିୟମ ଅନୁଯାୟୀ ନିର୍ବାଚନ ଓ କାଗଜପତ୍ର ଅଡିଟ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ପାଣି ପଞ୍ଚାୟତଗୁଡିକୁ ସଶକ୍ତ କରି ଏଗୁଡିକୁ କୃଷି ବିପଣନ କେନ୍ଦ୍ର ଭାବେ ବିକଶିତ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଜଳସେଚନ ଏବଂ କୃଷି ବୈଜ୍ଞାନିକଙ୍କ ଗବେଷଣା ସହିତ ଚାଷୀ ଭାଇମାନଙ୍କ ପରିଶ୍ରମ ଯୋଗୁ ଆଜି ଆମେ ୧୪୦ କୋଟି ଲୋକଙ୍କୁ ଖାଦ୍ୟ ଯୋଗାଇ ପାରୁଛୁ ଏବଂ ବିଦେଶକୁ ମଧ୍ୟ ରପ୍ତାନୀ କରିପାରୁଛୁ । ଏଥିପାଇଁ ଚାଷୀର ଜମିକୁ ଜଳଯୋଗାଣ ଅତ୍ୟନ୍ତ ଆବଶ୍ୟକ। ତେଣୁ ଜଳସେଚନର ସମସ୍ତ ପ୍ରକଳ୍ପକୁ ଯୁଦ୍ଧକାଳୀନ ଭିତ୍ତିରେ ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟର କୃଷକମାନଙ୍କ ଜମିକୁ ପାଣି ଯୋଗାଇଦେବା ପାଇଁ ନୂଆ ଫିଲ୍ଡ ଚ୍ୟାନେଲ ନିର୍ମାଣ ସହିତ ପୁରୁଣା ଚ୍ୟାନେଲଗୁଡ଼ିକୁ କଂକ୍ରିଟ ଚ୍ୟାନେଲରେ ପରିଣତ କରିବା ପାଇଁ ନିଷ୍ପତ୍ତି ହୋଇଛି । ଚଳିତ ବର୍ଷରୁ ୨୦୨୮-୨୯ ଆର୍ଥିକ ବର୍ଷ ମଧ୍ୟରେ ୮୦ ହଜାର ହେକ୍ଟର ଜଳସେଚିତ ଅଞ୍ଚଳରେ ୨୪୦୦ କିଲୋମିଟର ନୂତନ କଂକ୍ରିଟ କରନାଳୀ ନିର୍ମାଣ କରାଯିବ।ଏହା ସହିତ ୬୨ହଜାର ହେକ୍ଟର ଜଳସେଚିତ ଅଞ୍ଚଳରେ ୧୮୬୦ କିଲୋମିଟର ଅତି ପୁରୁଣା ଓ ଜରାଜୀର୍ଣ୍ଣ କ୍ଷେତ୍ରନାଳୀକୁ କଂକ୍ରିଟ ନାଳୀରେ ପୁନଃନିର୍ମାଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri