ଯୁଦ୍ଧକାଳୀନ ଭିତ୍ତିରେ ଜଳସେଚନ ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ, କହିଲେ ୨୦୨୮-୨୯ ମଧ୍ୟରେ…

ଭୁବନେଶ୍ୱର,୫ା୧: ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ବରମୁଣ୍ଡା ଖେଳପଡ଼ିଆଠାରେ ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ଉଦ୍‌ଯାପନ ଅବସରରେ ପାଣି ପଞ୍ଚାୟତଗୁଡିକର ନିୟମ ଅନୁଯାୟୀ ନିର୍ବାଚନ ଓ କାଗଜପତ୍ର ଅଡିଟ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ପାଣି ପଞ୍ଚାୟତଗୁଡିକୁ ସଶକ୍ତ କରି ଏଗୁଡିକୁ କୃଷି ବିପଣନ କେନ୍ଦ୍ର ଭାବେ ବିକଶିତ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଜଳସେଚନ ଏବଂ କୃଷି ବୈଜ୍ଞାନିକଙ୍କ ଗବେଷଣା ସହିତ ଚାଷୀ ଭାଇମାନଙ୍କ ପରିଶ୍ରମ ଯୋଗୁ ଆଜି ଆମେ ୧୪୦ କୋଟି ଲୋକଙ୍କୁ ଖାଦ୍ୟ ଯୋଗାଇ ପାରୁଛୁ ଏବଂ ବିଦେଶକୁ ମଧ୍ୟ ରପ୍ତାନୀ କରିପାରୁଛୁ । ଏଥିପାଇଁ ଚାଷୀର ଜମିକୁ ଜଳଯୋଗାଣ ଅତ୍ୟନ୍ତ ଆବଶ୍ୟକ। ତେଣୁ ଜଳସେଚନର ସମସ୍ତ ପ୍ରକଳ୍ପକୁ ଯୁଦ୍ଧକାଳୀନ ଭିତ୍ତିରେ ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟର କୃଷକମାନଙ୍କ ଜମିକୁ ପାଣି ଯୋଗାଇଦେବା ପାଇଁ ନୂଆ ଫିଲ୍ଡ ଚ୍ୟାନେଲ ନିର୍ମାଣ ସହିତ ପୁରୁଣା ଚ୍ୟାନେଲଗୁଡ଼ିକୁ କଂକ୍ରିଟ ଚ୍ୟାନେଲରେ ପରିଣତ କରିବା ପାଇଁ ନିଷ୍ପତ୍ତି ହୋଇଛି । ଚଳିତ ବର୍ଷରୁ ୨୦୨୮-୨୯ ଆର୍ଥିକ ବର୍ଷ ମଧ୍ୟରେ ୮୦ ହଜାର ହେକ୍ଟର ଜଳସେଚିତ ଅଞ୍ଚଳରେ ୨୪୦୦ କିଲୋମିଟର ନୂତନ କଂକ୍ରିଟ କରନାଳୀ ନିର୍ମାଣ କରାଯିବ।ଏହା ସହିତ ୬୨ହଜାର ହେକ୍ଟର ଜଳସେଚିତ ଅଞ୍ଚଳରେ ୧୮୬୦ କିଲୋମିଟର ଅତି ପୁରୁଣା ଓ ଜରାଜୀର୍ଣ୍ଣ କ୍ଷେତ୍ରନାଳୀକୁ କଂକ୍ରିଟ ନାଳୀରେ ପୁନଃନିର୍ମାଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri