ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କର ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୮: ବିଶିଷ୍ଟ ସାହିତ୍ୟ ସାଧିକା, ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଧରିତ୍ରୀର ପ୍ରେରଣାଦାୟିନୀ
ନନ୍ଦିନୀ ଶତପଥୀଙ୍କର ଆଜି ଊନବିଂଶ ଶ୍ରାଦ୍ଧ ବାର୍ଷିକୀ ପାଳନ କରାଯାଉଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ସେ ଟୁଇଟ୍‌ ଯୋଗେ କହିଛନ୍ତି, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି।

ଲୌହମାନବୀ ନନ୍ଦିନୀ ଦେବୀ ସାଲିସ ବିହୀନ, ବିଚକ୍ଷଣ ରାଜନେତ୍ରୀ ସହ ଜଣେ ସୁସାହିତି୍ୟକା ଥିଲେ। ତାଙ୍କର ମୁଖ୍ୟମନ୍ତ୍ରୀତ୍ୱ ସମୟରେ ବିଭିନ୍ନ କଠୋର ପଦକ୍ଷେପ ନେଇ ଅଦମ୍ୟ ସାହସିକତାର ପରିଚୟ ଦେଇଥିଲେ।

ନନ୍ଦିନୀ ଦେବୀଙ୍କ ସମୟରେ ଗୋପାଳପୁରର ଇଣ୍ଡିଆନ ରେୟାର୍‌ ଆର୍ଟ କମ୍ପ୍ଲେକ୍ସ, ତାଳଚେର ଓ ପାରାଦୀପର ସାର କାରଖାନା, ରାଉରକେଲାର ଏସିଆଟିକ ଅକ୍ସିଜେନ କାରଖାନା (ବିଗତ ମହାମାରୀ କରୋନା ସମୟରେ ଯାହା ନିଜର ଆଭ୍ୟନ୍ତରୀଣ ଚାହିଦା ମେଣ୍ଟାଇ ସାରା ଦେଶକୁ ଅକ୍ସିଜେନ ଯୋଗାଇ ଥିଲା), ଢେଙ୍କାନାଳରେ କଳିଙ୍ଗ ଝୋଟ କାରଖାନା, ହସ୍ତଶିଳ୍ପ ଓ ସମ୍ବଲପୁରୀ ବସ୍ତ୍ରର ପ୍ରଚାର ପ୍ରସାର ପାଇଁ ‘ଉତ୍କଳିକା’ ନାମରେ ଭୁବନେଶ୍ୱର ଓ ଦିଲ୍ଲୀରେ ଆଧୁନିକ ବିପଣନ କେନ୍ଦ୍ର ପ୍ରତିଷ୍ଠା, ଭୁବନେଶ୍ୱରରେ କର୍ମଜୀବୀ ମହିଳାଙ୍କ ପାଇଁ ସ୍ବତନ୍ତ୍ର ଆବାସନ ‘ନିବେଦିତା’ର ର୍ନିମାଣ, ଢେଙ୍କାନାଳ ଓ ଭୁବନେଶ୍ୱରରେ ଅନ୍ଧ ମୂକ ବଧିର ବିଦ୍ୟାଳୟ ପ୍ରତିଷ୍ଠା, ମାଷ୍ଟରକ୍ୟାଣ୍ଟିନ ଛକରେ କଂଗ୍ରେସ ଭବନ ଓ କଟକରେ ଆକାଶବାଣୀ ଭବନ ନିର୍ମାଣ ହେଉଛି ଓଡ଼ିଶାକୁ ନନ୍ଦିନୀଙ୍କର ଅବଦାନ। ଭୁବନେଶ୍ୱରର ସୂଚନା ଭବନ (ଜୟଦେବ ଭବନ ଯାହାର ପରବର୍ତ୍ତୀ ନାମ) ଓ ଶ୍ରୀଅରବିନ୍ଦଙ୍କ ଦେହାବଶେଷ ସ୍ଥାପନ ପୂର୍ବକ ‘ମାତୃଭବନ’ ନିର୍ମାଣ ହିଁ ତାଙ୍କ ଉଦ୍ୟମର ଫଳଶ୍ରୁତି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri