ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଗଛ ଲଗାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯: ଆଜି ଅର୍ଥାତ୍‌ ସେପ୍ଟେମ୍ବର ୧୭ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ଏହି ଉପଲକ୍ଷେ ଗଛ ଲଗାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭୁବନେଶ୍ବର ଏକାମ୍ର କଲେଜ ପରିସରରେ ମୁଖ୍ୟମନ୍ତ୍ରୀ ‘ଏକ ପେଡ୍‌ ମାକେ ନାମ’ କାର୍ଯ୍ୟକ୍ରମର ଶୁଭାରମ୍ଭ କରି ଗଛ ଲଗାଇଛନ୍ତି। ଆଜି ସାରା ରାଜ୍ୟରେ ୭୫ ଲକ୍ଷ ବୃକ୍ଷରୋପଣ କରିବେ ସରକାର। ପୂର୍ବାହ୍ନ ୧୧ଟା ସୁଦ୍ଧା ୨୨ ଲକ୍ଷ ୯୦ ହଜାରରୁ ଊର୍ଦ୍ଧ୍ୱ ଗଛ ଲଗାଯାଇଥିବା ସୂଚନା।

Image

ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କ ୭୫ତମ ଜନ୍ମଦିନ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି।ସାଢ଼େ ଚାରିକୋଟି ଓଡ଼ିଆଙ୍କ ତରଫରୁ ପ୍ରିୟ ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା। ତାଙ୍କର ଦୀର୍ଘ, ସୁସ୍ଥ ଏବଂ ନିରାମୟ ଜୀବନ କାମନା କରିବା ସହ ସେ ଆହୁରି ଉତ୍ସାହ, ଆଗ୍ରହ ଓ କଠିନ ପରିଶ୍ରମ ସହ ଜନସେବା କରନ୍ତୁ ଏହା ହିଁ କାମନା। ମୋଦୀଜୀଙ୍କ ଜନ୍ମଦିନରେ ମହାପ୍ରଭୁ ଶ୍ରୀଜଗନ୍ନାଥ ତାଙ୍କ ଉପରେ ଆଶୀର୍ବାଦର ବର୍ଷା କରନ୍ତୁ ବୋଲି ପ୍ରାର୍ଥନା କରୁଛି।

Image

ମୁଖ୍ୟମନ୍ତ୍ରୀ କହିଛନ୍ତି, ଭାରତୀୟ ଜନତା ପାର୍ଟି ପକ୍ଷରୁ ଚାଲୁଥିବା ସେବା ପକ୍ଷ ଅନ୍ତର୍ଗତ ସ୍ବଚ୍ଛତା ଅଭିଯାନରେ ଯୋଗ ଦେଲି। ଏହି ଅଭିଯାନ ମାନନୀୟ ପ୍ରଧାନମନ୍ତ୍ରୀଙ୍କ ଦୂରଦର୍ଶୀ ଦୃଷ୍ଟିକୋଣର ଜ୍ବଳନ୍ତ ଉଦାହରଣ। ଓଡ଼ିଶାକୁ ସ୍ବଚ୍ଛ ଓ ସୁନ୍ଦର ରାଜ୍ୟ ବନେଇବା ପାଇଁ ଆମେ ସମସ୍ତେ ପ୍ରତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆରେ ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri