ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଗଛ ଲଗାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯: ଆଜି ଅର୍ଥାତ୍‌ ସେପ୍ଟେମ୍ବର ୧୭ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ଏହି ଉପଲକ୍ଷେ ଗଛ ଲଗାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭୁବନେଶ୍ବର ଏକାମ୍ର କଲେଜ ପରିସରରେ ମୁଖ୍ୟମନ୍ତ୍ରୀ ‘ଏକ ପେଡ୍‌ ମାକେ ନାମ’ କାର୍ଯ୍ୟକ୍ରମର ଶୁଭାରମ୍ଭ କରି ଗଛ ଲଗାଇଛନ୍ତି। ଆଜି ସାରା ରାଜ୍ୟରେ ୭୫ ଲକ୍ଷ ବୃକ୍ଷରୋପଣ କରିବେ ସରକାର। ପୂର୍ବାହ୍ନ ୧୧ଟା ସୁଦ୍ଧା ୨୨ ଲକ୍ଷ ୯୦ ହଜାରରୁ ଊର୍ଦ୍ଧ୍ୱ ଗଛ ଲଗାଯାଇଥିବା ସୂଚନା।

Image

ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କ ୭୫ତମ ଜନ୍ମଦିନ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି।ସାଢ଼େ ଚାରିକୋଟି ଓଡ଼ିଆଙ୍କ ତରଫରୁ ପ୍ରିୟ ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା। ତାଙ୍କର ଦୀର୍ଘ, ସୁସ୍ଥ ଏବଂ ନିରାମୟ ଜୀବନ କାମନା କରିବା ସହ ସେ ଆହୁରି ଉତ୍ସାହ, ଆଗ୍ରହ ଓ କଠିନ ପରିଶ୍ରମ ସହ ଜନସେବା କରନ୍ତୁ ଏହା ହିଁ କାମନା। ମୋଦୀଜୀଙ୍କ ଜନ୍ମଦିନରେ ମହାପ୍ରଭୁ ଶ୍ରୀଜଗନ୍ନାଥ ତାଙ୍କ ଉପରେ ଆଶୀର୍ବାଦର ବର୍ଷା କରନ୍ତୁ ବୋଲି ପ୍ରାର୍ଥନା କରୁଛି।

Image

ମୁଖ୍ୟମନ୍ତ୍ରୀ କହିଛନ୍ତି, ଭାରତୀୟ ଜନତା ପାର୍ଟି ପକ୍ଷରୁ ଚାଲୁଥିବା ସେବା ପକ୍ଷ ଅନ୍ତର୍ଗତ ସ୍ବଚ୍ଛତା ଅଭିଯାନରେ ଯୋଗ ଦେଲି। ଏହି ଅଭିଯାନ ମାନନୀୟ ପ୍ରଧାନମନ୍ତ୍ରୀଙ୍କ ଦୂରଦର୍ଶୀ ଦୃଷ୍ଟିକୋଣର ଜ୍ବଳନ୍ତ ଉଦାହରଣ। ଓଡ଼ିଶାକୁ ସ୍ବଚ୍ଛ ଓ ସୁନ୍ଦର ରାଜ୍ୟ ବନେଇବା ପାଇଁ ଆମେ ସମସ୍ତେ ପ୍ରତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆରେ ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri