ଜାନୁଆରୀ ୫ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଏହିଦିନ ହେବ ପଞ୍ଜୀକରଣ

ଭୁବନେଶ୍ୱର,୨୯।୧୨: ଆସନ୍ତା ସୋମବାର ଜାନୁଆରୀ ୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ ନଗର, ଭୁବନେଶ୍ୱର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ।
ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ ଟା ଠାରୁ ଆରମ୍ଭ ହୋଇ ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିବା ପର୍ଯ୍ୟନ୍ତ ଖୋଲା ରହିବ। ଏଥି ନିମନ୍ତେ, ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ।
ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ଵୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ। ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି।

Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C…

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

କଣ୍ଟେନର ଖୋଲିଲା, ବାହାରିଲା ୨୦ କୁଇଣ୍ଟାଲ ଗୋମାଂସ”

ଖୋର୍ଦ୍ଧା, ୬ା୧୦ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତୋଟାପଡ଼ା-ଜରିପୁଟ ରାସ୍ତା ନିକଟସ୍ଥ ଜଙ୍ଗଲରେ ଚଢ଼ଉ କରି ପୁଲିସ ଏକ କଣ୍ଟେନରରୁ ପ୍ରାୟ ୨୦ କୁଇଣ୍ଟାଲ…

ନବୀନ ପଟ୍ଟନାୟକ ନେଲେ ବଡ଼ ନିଷ୍ପତ୍ତି: ଆଗକୁ ବିଜେଡି…

ଭୁବନେଶ୍ୱର,୬।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିକୁ ନେଇ ଦିଲ୍ଲୀରେ ହେବାକୁ ଥିବା ବିରୋଧୀଙ୍କ ପ୍ରତିବାଦରେ ସାମିଲ ହେବ ବିଜୁ ଜନତା ଦଳ…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

ଅବିଶ୍ୱାସର ସୁଅ

ମୁଖ୍ୟ ନିର୍ବାଚନ କମିଶନର (ସିଇସି)ଙ୍କୁ ହଟେଇବା ପାଇଁ ଦେଶବ୍ୟାପୀ ଆନ୍ଦୋଳନ ଚାଲିଥିବା ବେଳେ ଏବେ ତାଙ୍କୁ ଅଦାଲତରୁ ମଧ୍ୟ ବଡ଼ ଝଟ୍‌କା ମିଳିଛି। ଜ୍ଞାନେଶଙ୍କ ବିରୋଧରେ ମାମଲା…

୫୦୦୦ ବର୍ଷ ପରେ ଖୋଲିଲା ଭୟଙ୍କର ରହସ୍ୟ, ରାଜାଙ୍କ ମୃତ୍ୟୁ ପରେ ସେବକ….

କାଏରୋ,୬।୧୦: ପ୍ରାଚୀନ ଇଜିପ୍ଟରେ ମୃତ ରାଜାଙ୍କ ସହିତ ସେବକମାନଙ୍କୁ ମଧ୍ୟ ଜିଅନ୍ତା ପୋତି ଦିଆଯାଉଥିବା କଥାକୁ ନେଇ ବିଭିନ୍ନ ପ୍ରକାରର ଆଲୋଚନା ହୋଇଥାଏ। ଶତାବ୍ଦୀ ଧରି ପ୍ରତ୍ନତତ୍ତ୍ୱବିତମାନଙ୍କୁ…

ଶୋଇଥିବା ବେଳେ ହଠାତ୍ ହେଲା ଭୂକମ୍ପ, ଲୋକେ ଛାନିଆ ହୋଇ…

ଗୁଆହାଟୀ,୬।୧୦: ଆସାମର ନଗାଓଁ ଜିଲାରେ ମଙ୍ଗଳବାର ସକାଳୁ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁସାରେ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?