Posted inଜାତୀୟ

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ଆବାସ ସିଲ୍‌, ଘର ସୋଫାରୁ ସରକାର ଚଳାଉନ୍ତି CM ଆତିଶୀ

ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ଆବାସକୁ ନେଇ ଆମ ଆଦମୀ ପାର୍ଟି(ଆପ୍‌) ସରକାର ଏବଂ କେନ୍ଦ୍ର ସରକାରଙ୍କ ମଧ୍ୟରେ ତିକ୍ତତା ବଢ଼ିବାରେ ଲାଗିଛି। ମୁଖ୍ୟମନ୍ତ୍ରୀ ଆତିଶୀଙ୍କ ସିଏମ୍‌ ଆବାସ ଖାଲି କରାଯିବାକୁ ନେଇ ଆପ୍‌ ଭାଜପାକୁ ଟାର୍ଗେଟ କରିଛି। ନବରାତ୍ରୀ ସମୟରେ ଜଣେ ମହିଳା ମୁଖ୍ୟମନ୍ତ୍ରୀଙ୍କ ଆସବାବପତ୍ରକୁ ଘର ବାହାରକୁ ଫିଙ୍ଗିଦିଆଗଲା ତାକୁ ଦେଖନ୍ତୁ। ଏପରିକି ଦିଲ୍ଲୀବାସୀଙ୍କ ପାଇଁ ତାଙ୍କ ସମର୍ପଣ ବି ଦେଖନ୍ତୁ ବୋଲି ଦଳ ପକ୍ଷରୁ କୁହାଯାଉଛି। ସେହିଭଳି ଭାଜପା ଷଡଯନ୍ତ୍ର କରି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆବାସକୁ ଜୋର ଜବରଦସ୍ତ ଖାଲି କରାଯାଇଥିବା ସିଏମ୍‌ଓ ପକ୍ଷରୁ କୁହାଯାଇଛି।

ଆପ୍‌ ନେତା ଏବଂ ରାଜ୍ୟ ସଭା ଏମ୍‌ପି ସଞ୍ଜୟ ସିଂ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀ ଆତିଶୀଙ୍କ କିଛି ଫଟୋ ଶେୟାର କରି କହିଛନ୍ତି ଯେ, ଦେଖିନିଅ ଭାଜପାଗୋଷ୍ଠୀ! ତୁମେ ଜଣେ ନିର୍ବାଚିତ ମୁଖ୍ୟମନ୍ତ୍ରୀଙ୍କଠାରୁ ଦିଲ୍ଲୀବାସୀଙ୍କ ଯୋଗୁ ମିଳିଥିବା ଘର ଛଡ଼ାଇ ନେଇଛ, ହେଲେ ଦିଲ୍ଲୀବାସୀଙ୍କ ପାଇଁ ତାଙ୍କର କାମ କରିବାର ଅଭିଳାଷାକୁ କିଭଳି ଛଡ଼ାଇବ?
ସଞ୍ଜୟ ଶେୟାର କରିଥିବା ଫଟୋରେ ଆତିଶୀ ସୋଫା ଉପରେ ବସି ଫାଇଲ୍‌ରେ ଦସ୍ତଖତ କରୁଥିବା ଦେଖାଯାଇଛି। ତାଙ୍କ ସାମ୍ନାରେ ଅନେକ କାର୍ଟୁନରେ ସାମଗ୍ରୀ ରହିଛି, ଯାହାକି ମୁଖ୍ୟମନ୍ତ୍ରୀଙ୍କର ବୋଲି କୁହାଯାଉଛି।

ଗୋଟିଏ ପଟେ ଦିଲ୍ଲୀ ଉପରାଜ୍ୟପାଳ ଭି.କେ. ସକ୍ସେନାଙ୍କ ନିର୍ଦ୍ଦେଶରେ ମୁଖ୍ୟମନ୍ତ୍ରୀ ଆତିଶୀଙ୍କ ସାମଗ୍ରୀକୁ ସରକାରୀ ନିବାସରୁ ଫିଙ୍ଗାଯାଇଥିବା ନେଇ ଆପ୍‌ ପକ୍ଷରୁ ଅଭିଯୋଗ କରାଯାଇଛି। ହେଲେ ରାଜ୍ୟପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ଯେ, ଫ୍ଲାଗଷ୍ଟାଫ୍‌ ରୋଡ୍‌ଷର ଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ରହୁଥିବା ସରକାରୀ ବାସଭବନକୁ ଆନୁଷ୍ଠାନିକ ଭାବେ ନୂତନ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଭାବେ ଘୋଷଣା କରାଯାଇନାହିଁ। ଏହାସତ୍ତ୍ୱେ ସେ ସେଠାରେ ସାମଗ୍ରୀ ରଖିଛନ୍ତି। ପରେ ସେ ତାକୁ ହଟାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଭାରତର ଏସବୁ ଜିନିଷ ଉପରେ ନିର୍ଭର କରେ ଋଷିଆ, ଖର୍ଚ୍ଚ କରେ ଏତେ ଟଙ୍କା

ନୂଆଦିଲ୍ଲୀ,୬।୧୨: ରୁଷିଆ ଏବଂ ଭାରତ ଦୀର୍ଘଦିନ ଧରି ଦୃଢ଼ ସମ୍ପର୍କ ଉପଭୋଗ କରିଆସିଛନ୍ତି। ଏହି ଗଭୀର ସମ୍ପର୍କ ଦୁଇ ଦେଶ ମଧ୍ୟରେ ବାଣିଜ୍ୟରେ ପ୍ରତିଫଳିତ ହୋଇଛି।...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

ସ୍ବାମୀ ରଣବୀରଙ୍କୁ ନେଇ ଏମିତି କହିଦେଲେ ଦୀପିକା, ଚର୍ଚ୍ଚା ଆରମ୍ଭ

ମା’ ହେବା ପରେ ବଦଳିଗଲେଣି ଅଭିନେତ୍ରୀ ଦୀପିକା ପାଦୁକୋନ। ସେ ଏବେ ନିଜ କ୍ୟାରିୟର୍‌ ନୁହେଁ, ଝିଅ ଦୁଆକୁ ଅଧିକ ସମୟ ଦେଉଛନ୍ତି। ଏସବୁ ଭିତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri