Posted inଜାତୀୟ

ମହାରାଷ୍ଟ୍ର ରାଜନୀତିରେ ପୁଣି ଅଶାନ୍ତି, ମୁଖ୍ୟମନ୍ତ୍ରୀ ଶିନ୍ଦେଙ୍କ ପୁଅ ଶ୍ରୀକାନ୍ତ ଶିନ୍ଦେ ଇସ୍ତଫା ଦେବା ନେଇ ଚର୍ଚ୍ଚା

ମୁମ୍ବାଇ,୧୦।୬: ମହାରାଷ୍ଟ୍ର ରାଜନୀତିରେ ଗତ କିଛି ଦିନ ହେବ ଉତ୍ତେଜନା ଦେଖାଦେଇଛି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନା ଏବଂ ଭାଜପା ମଧ୍ୟରେ ମତଭେଦ ଦେଖାଦେଇଛି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଶିନ୍ଦେଙ୍କ ପୁଅ ତଥା ଏମ୍‌ପି ଶ୍ରୀକାନ୍ତ ଶିନ୍ଦେ ତାଙ୍କ ପଦରୁ ଇସ୍ତଫା ଦେବା ନେଇ ଚର୍ଚ୍ଚା ହେଉଛି।

ଶ୍ରୀକାନ୍ତ ଶିନ୍ଦେ ଖବରଦାତାମାନଙ୍କ ସହ କଥାବାର୍ତ୍ତା କରି କହିଛନ୍ତି ଯେ, ଡୋମ୍ବିବଲିର କିଛି ନେତା ସ୍ବାର୍ଥପର ରାଜନୀତି ପାଇଁ ଭାଜପା-ଶିନ୍ଦେ ଦଳ (ଗଠବନ୍ଧନ) ପାଇଁ ବାଧା ସୃଷ୍ଟି କରିବାକୁ ଚେଷ୍ଟା କରୁଛନ୍ତି। ସେ କହିଛନ୍ତି, ମୋର ପଦ ପାଇଁ କୌଣସି ଇଚ୍ଛା ନାହିଁ। ଭାଜପା-ଶିବସେନାର ବରିଷ୍ଠ ନେତୃତ୍ୱ ଯେଉଁ ପ୍ରାର୍ଥୀ ନିଷ୍ପତ୍ତି ନେବେ ମୁଁ ସମର୍ଥନ କରିବି।

ଶ୍ରୀକାନ୍ତ କହିଛନ୍ତି, ଆମର ଉଦ୍ଦେଶ୍ୟ ହେଉଛି କେନ୍ଦ୍ରରେ ଭାଜପା ସହ ସରକାର ଗଠନ କରିବା। ଯଦି କେହି ତାଙ୍କୁ ବିରୋଧ କରନ୍ତି, ଯଦି କେହି କ୍ରୋଧିତ ହୁଅନ୍ତି ଏବଂ ଗଠବନ୍ଧନରେ ବିଶୃଙ୍ଖଳା ହୁଏ, ତେବେ ମୁଁ ମୋ ପଦରୁ ଇସ୍ତଫା ଦେବାକୁ ପ୍ରସ୍ତୁତ ଅଛି।

ନିକଟରେ ଜଣେ ମହିଳାଙ୍କୁ ଅସଦାଚରଣ କରିଥିବା ଅଭିଯୋଗରେ ଭାଜପା କାର୍ଯ୍ୟକର୍ତ୍ତା ନନ୍ଦୁ ଯୋଶୀଙ୍କ ବିରୋଧରେ ଏଫ୍‌ଆଇଆର ପଞ୍ଜିକୃତ ହୋଇଥିଲା। ଏ ସମ୍ପର୍କରେ ନନ୍ଦୁ ଯୋଶୀ ଏବଂ ବହୁ କାର୍ଯ୍ୟକର୍ତ୍ତା ଅଭିଯୋଗ କରିଛନ୍ତି ଯେ ଡୋମ୍ବିବଲି ମାନପଡା ପୋଲିସ ଷ୍ଟେଶନରେ ଏଫ୍‌ଆଇଆର ପଞ୍ଜୀକରଣ ପଛରେ ଶିବସେନା ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଭୋ ଭୋ ହୋଇ କାନ୍ଦି ଗଡ଼ିଲେ ମା’, ଭାଇ ଦେଲେ ମୁଖାଗ୍ନି; ପଞ୍ଚଭୂତରେ ବିଲୀନ ହେଲେ ଟ୍ବିଶା…

ଭୋପାଳ,୨୪।୫: ପଞ୍ଚଭୂତର ବିଲୀନ ହେଲେ ମଡେଲ ତଥା ଅଭିନେତ୍ରୀ ଟ୍ବିଶା ଶର୍ମା। ରବିବାର ଭୋପାଳର ଭଦଭଦା ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଟ୍ବିଶାଙ୍କ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

କ’ଣ ମୋଦିଙ୍କ ଗୋଟିଏ କଥାରେ ବିଦେଶ ଯିବା ବନ୍ଦ କରିଦେଲେ ଭାରତୀୟ? ଚମକାଇ ଦେବ RBIର ସଂଖ୍ୟା

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା ଏକ ଅପିଲର ପ୍ରଭାବ ଭାରତୀୟମାନଙ୍କ ବିଦେଶ ଯାତ୍ରା ଧାରାରେ ପ୍ରକାଶ ପାଇବା ଆରମ୍ଭ କରିଛି କି? ଭାରତୀୟ ରିଜର୍ଭ…

ଭବିଷ୍ୟତରେ ବିଚାରପତି ହେବି: ଅନ୍ବେଷା

କୁଆଁରମୁଣ୍ଡା,୨୪।୫(ମହେନ୍ଦ୍ର କୁମାର ସାହୁ): ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର +୨ ପରୀକ୍ଷା ଫଳରେ ୯୬.୮୩ ପ୍ରତିଶତ ନମ୍ବର ରଖିଥିବା ସୁନ୍ଦରଗଡ଼ ଜିଲାର ଝିଅ ଅନ୍ବେଷା ପରିଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri