ଧାମନଗରର ଖାନୱାରେ ଜଳଯୋଗାଣର ସୁବ୍ୟବସ୍ଥା ପାଇଁ ୨ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୮।୧୨: ଧାମନଗରରେ ଥିବା ମୁସଲମାନ ସମ୍ପ୍ରଦାୟର ପ୍ରସିଦ୍ଧ ଧାର୍ମିକ ସ୍ଥଳ ଖାନୱାରେ ଏକ ପାଣି ଟାଙ୍କୀ ସହିତ ଜଳଯୋଗାଣର ସୁବ୍ୟବସ୍ଥା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ କୋଟି ଟଙ୍କା ମଞ୍ଜୁର କରିଛନ୍ତି। 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କ ଧାମନଗର ଗସ୍ତ ଅବସରରେ ଖାନୱାର ଏକ ପ୍ରତିନିଧି ଦଳ ତାଙ୍କୁ ଭେଟି ଏ ବିଷୟରେ ଅନୁରୋଧ କରିଥିଲେ। ପାଣ୍ଡିଆନ ଏହି ଅନୁରୋଧ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଥିଲେ। ସେମାନଙ୍କ ଅନୁରୋଧକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ପାଣି ଟାଙ୍କୀ ଓ ଜଳଯୋଗାଣ ସୁବିଧା ପାଇଁ ଟଙ୍କା ମଞ୍ଜୁର କରିଛନ୍ତି।

ସୂଚନାଯୋଗ୍ୟ, ପୀରବାବା ହୁଜୁର ମୁଜାହିଦ ଏ ମିଲାତପେଙ୍କ ଅନୁଗାମୀମାନେ ପ୍ରତିଦିନ ବହୁ ସଂଖ୍ୟାରେ ଖନୱାକୁ ଆସିଥାନ୍ତି। ପୀରବାବା ହୁଜୁର ମୁଜାହିଦଙ୍କ ଉର୍ସ ଉତ୍ସବ ସମୟରେ ଏଠାରେ ବିଶେଷ ଭିଡ ପରିଲକ୍ଷିତ ହୋଇଥାଏ। ସେଠାରେ ଜଳଯୋଗଣରେ ଉନ୍ନତି ହେବା ଦ୍ୱାରା ଛାତ୍ରଛାତ୍ରୀ, ତୀର୍ଥଯାତ୍ରୀ, ଉର୍ସ ମୁଜାହିଦ ଏ ମିଲାତ କମିଟିର ସଦସ୍ୟମାନଙ୍କ ସମେତ ୨ ଲକ୍ଷ ଭକ୍ତ ଉପକୃତ ହେବେ । ସେମାନଙ୍କ ଅସୁବିଧାର ତୁରନ୍ତ ସମାଧାନ ହୋଇଥିବାରୁ ଧାମନଗର ଅଞ୍ଚଳର ମୁସଲମାନ ଭାଇ ଓ ଭଉଣୀମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ପାଣ୍ଡିଆନଙ୍କୁ ଧନ୍ୟବାଦ ଜଣାଇବା ସହିତ ଗଭୀର କୃତଜ୍ଞତା ବ୍ୟକ୍ତ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

ପୁରୁଷୋତ୍ତମପୁର ସହରରେ ପଶିଲା ବନ୍ୟାପାଣି: ସ୍ଥିତି ପରଖିଲେ ଉପଜିଲାପାଳ

ପୁରୁଷୋତ୍ତମପୁର, ୨୫।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଚାରିଦିନ ହେଲା ଲଗାଣ ବର୍ଷା ଲାଗିରହିଛି। ଏହି…

ଲଘୁଚାପଜନିତ ଲଗାଣ ବର୍ଷା: ଘର ଉପରେ ପଡ଼ିଲା ଗଛ

ମହାକାଳପଡ଼ା,୨୫।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ ମହାକାଳପଡ଼ା ବ୍ଲକରେ ଏକ ଅଘଟଣ ଘଟିଛି। ନାଞ୍ଜୁରା ପଞ୍ଚାୟତ ଅନ୍ତର୍ଗତ ତନ୍ତିଆପାଳ-ଭୋପାଳ ଗ୍ରାମର…

ଭୁଶୁଡ଼ିଲା ନୀଳମାଧବ ମନ୍ଦିର ମେଘନାଦ ପାଚେରୀ ଗାର୍ଡ ୱାଲ

ଖଣ୍ଡପଡ଼ା,୨୫।୯(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋର ଶ୍ରୀ ନୀଳମାଧବ ମନ୍ଦିର। ଲଗାଣ ବର୍ଷାରେ ଶୁକ୍ରବାର ମନ୍ଦିରର ଉତ୍ତର ପୂର୍ବ(ସ୍ନାନ ମଣ୍ଡପକୁ ସଂଲଗ୍ନ)…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

ବଡ଼ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ: ଏହି ଜିଲା ଦେଇ ଗତି କରିବ ଅବପାତ, ଏସବୁ ସ୍ଥାନରେ ଭୀଷଣ ବର୍ଷା!

ଭୁବନେଶ୍ୱର, ୨୫।୯: ଆସନ୍ତା ୨୪ ଘଣ୍ଟା ସତର୍କ ରହିବାକୁ ପଡ଼ିବ କହିଲେ ରାଜସ୍ବ ମନ୍ତ୍ରୀ। ଅବପାତ ବରଗଡ଼ ଦେଇ ଛତିଶଗଡ଼ ଆଡ଼କୁ ଯିବ। ଏହି ସମୟରେ ଝାରସୁଗୁଡ଼ା,…

ହାତୀନଦୀରେ ବଡ଼ ବନ୍ୟା, ଶହଶହ ଏକର ଚାଷ ଜମି ଜଳମଗ୍ନ

ଭବାନୀପାଟଣା,୨୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ୩ ଦିନ ଧରି ଲଗାଣ ବର୍ଷା ଏବଂ ଇନ୍ଦ୍ରାବତୀ ମଙ୍ଗଳପୁର ବ୍ୟାରେଜରୁ ୪ଟି ଗେଟ ଖୋଲାଯିବା ପରେ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?