Posted inଜାତୀୟ

‘ଅନେକ ଥର ରାଜ୍ୟାଭିଷେକ ହେବା ପୂର୍ବରୁ ବନବାସରେ ଯିବାକୁ ପଡ଼ିଥାଏ’

ଭୋପାଳ,୩।୧: ମଧ୍ୟପ୍ରଦେଶ ନିର୍ବାଚନରେ ଭାଜପାର ବହୁମତ ପଛରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନଙ୍କ ବଡ଼ ଭୂମିକା ରହିଥିଲା। ପୂର୍ବରୁ ସେ ୪ ଥର ରାଜ୍ୟର ମୁଖ୍ୟମନ୍ତ୍ରୀ ଆସନ ଅଳଙ୍କୃତ କରିଥିଲେ। ଏଣୁ ତାଙ୍କର ପତିଆରା ଦେଖି ପୁଣିଥରେ ଦଳ ତାଙ୍କୁ ଏହି ଦାୟିତ୍ୱ ଦେବ ବୋଲି ଚର୍ଚ୍ଚା ହେଉଥିଲା। ହେଲେ ତାହା ନ ହେବାରୁ ଶିବରାଜଙ୍କ ପ୍ରଶଂସକ ନିରାଶ ହୋଇଥିଲେ। ଏବେ ସେ ନିଜେ ଏନେଇ ମୁହଁ ଖୋଲିଛନ୍ତି।

ରାଜଧାନୀ ଭୋପାଳରେ ଆୟୋଜିତ ଏକ ରାଲିରେ ଶିବରାଜ କହିଛନ୍ତି, ଅନେକ ଥର ରାଜ୍ୟାଭିଷେକ ହେବା ପୂର୍ବରୁ ବନବାସ ଯିବାକୁ ପଡ଼ିଥାଏ। ଏହା କିଛି ଉଦ୍ଦେଶ୍ୟ ପୂରଣ କରିବା ଲାଗି ହୋଇଥାଏ। ତାଙ୍କୁ ମୁଖ୍ୟମନ୍ତ୍ରୀ ନ କରିବା ପଛରେ କିଛି ବଡ଼ ଉଦ୍ଦେଶ୍ୟ ନିଶ୍ଚିତ ଭାବେ ରହିଥିବ ବୋଲି ସେ କହିଛନ୍ତି।

ଏହାଛଡ଼ା ରାଜ୍ୟବାସୀଙ୍କ ସେବା ସର୍ବଦା କରିବେ ବୋଲି ଶିବରାଜ କହିବା ସହ କହିଛନ୍ତି, ବ୍ୟସ୍ତ ହୁଅ ନାହିଁ। ତାଙ୍କ ଜୀବନ ସର୍ବଦା ରାଜ୍ୟବାସୀଙ୍କ ଲାଗି। ଏବେ ବି ସେ ରାଜ୍ୟର ଜନତାଙ୍କ ଲାଗି କାମ କରିବେ। ଲୋକଙ୍କ ଜୀବନର ଦୁଃଖକୁ ଦୂର କରିବା ଲାଗି ପୃଥିବୀକୁ ଆସିଛନ୍ତି ବୋଲି ସେ କହିଛନ୍ତି।

ତେବେ ମୁଖ୍ୟମନ୍ତ୍ରୀ ଭାବେ ଶିବରାଜ ରାଜ୍ୟର ମହିଳାଙ୍କ ସହ ଭାଇ ଭଳି ସମ୍ପର୍କ ରଖିଥିଲେ। ଏଣୁ ତାଙ୍କୁ ମାମୁଁ ବୋଲି କୁହାଯାଉଥିଲା। ଏବେ ସେ ନିଜର ନୂଆ ଠିକଣାକୁ ଏହି ନାମରେ ରଖିଛନ୍ତି। ବି-୮, ୭୪ ବଙ୍ଗଳା ହିଁ ‘ମାମୁଁ ଘର’ ଭାବେ ଜଣାଶୁଣା ରହିବ ବୋଲି ସେ କହିଛନ୍ତି।

କହିରଖୁଛୁ, ଶିବରାଜ ପ୍ରଥମ ଥର ଲାଗି ୨୦୦୫ରେ ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ହୋଇଥିଲେ। ସେବେଠାରୁ ସେ ଲଗାତାର ୧୫ ବର୍ଷ ପାଇଁ ମୁଖ୍ୟମନ୍ତ୍ରୀ ଭାବେ ରାଜ୍ୟ ଶାସନ କରିଆସୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନଇଁବାକୁ ପ୍ରସ୍ତୁତ ନୁହେଁ ଇରାନ, ଆମେରିକାକୁ ଦେଲା ଅଲ୍ଟିମେଟମ, ‘ଗ୍ୟାରେଣ୍ଟି ଦିଅ, ନଚେତ୍‌ ମୁଣ୍ଡ ବଦଳରେ ମୁଣ୍ଡ…’

ତେହରାନ୍‌,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସମ୍ପ୍ରତି କହିଛନ୍ତି ଯେ ଇରାନ ଏକ ଚୁକ୍ତିରେ ପହଞ୍ଚିବାକୁ ଚାହୁଁଛି; କିନ୍ତୁ, ଇରାନ ପକ୍ଷରୁ ଏକ କଠୋର ବିବୃତ୍ତି ଆସିଛି।…

କଲମ୍ବିଆରେ ସେନା ବିମାନ ଦୁର୍ଘଟଣା; ୬୬ ଯବାନ ମୃତ, ଭିଡିଓ ଦେଖିଲେ….

କଲମ୍ବିଆ,୨୪।୩: କଲମ୍ବିଆରେ ଏକ ବଡ଼ ବାୟୁସେନା ବିମାନ ଦୁର୍ଘଟଣା ଘଟିଛି । ପ୍ରତିରକ୍ଷା ମନ୍ତ୍ରଣାଳୟ ଅନୁଯାୟୀ, ୧୨୫ ଜଣ ସୈନିକଙ୍କୁ ନେଇ ଯାଉଥିବା ଏକ ବିମାନ ପୁଏର୍ଟୋ…

ଇରାନ-ଆମେରିକା ଯୁଦ୍ଧରେ ମଧ୍ୟସ୍ଥତା କରିବ ପାକିସ୍ତାନ! ଟ୍ରମ୍ପଙ୍କ ସହ କଥା ହେଲେ ମୁନିର

ଇସଲାମାବାଦ,୨୪।୩: ଇରାନ ଏବଂ ଆମେରିକା ମଧ୍ୟରେ ସମାଧାନ ପାଇଁ ପ୍ରୟାସ ତୀବ୍ର ହୋଇଛି। ଗୋଟିଏ କ୍ଷେତ୍ରରେ, ଆମେରିକା ଏବଂ ଇରାନ ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ…

କାତ୍ୟାୟନୀ ବେଶରେ ଦର୍ଶନ ଦେଉଛନ୍ତି ମା’ ସମଲେଶ୍ବରୀ, ଦର୍ଶନ ପାଇଁ ସକାଳୁ ସକାଳୁ ଭକ୍ତଙ୍କ ଭିଡ଼

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଜାରି ରହିଛି। ଷଷ୍ଠ ଦିବସ ମଙ୍ଗଳବାରରେ ଦେବୀ କାତ୍ୟାୟନୀ ବେଶରେ ଦର୍ଶନ ଦେଇଛନ୍ତି…

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri