ସୁରୁଖୁରୁରେ ରଥ ଯାତ୍ରା ସମ୍ପନ୍ନ କରିବା ପାଇଁ ଛତିଶା ନିଯୋଗର ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୬: ଗୁରୁବାର ରାଜ୍ୟ ଅତିଥି ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶ୍ରୀକ୍ଷେତ୍ର ପୁରୀ ଛତିଶା ନିଯୋଗର ସଦସ୍ୟ ମାନଙ୍କ ସହ ଆଗାମୀ ରଥଯାତ୍ରାକୁ ଶାନ୍ତିଶୃଙ୍ଖଳା ଓ ସୁରୁଖୁରୁ ରେ ସମାପନ କରିବା ପାଇଁ ଆଲୋଚନା କରିଛନ୍ତି ।

ଚଳିତ ବର୍ଷ ରଥଯାତ୍ରା ଏକ ବିରଳ ସଂଯୋଗ। ଗୋଟିଏ ଦିନରେ ୩ ଟି ନୀତି ସହ ରଥଯାତ୍ରା କାମ ସମ୍ପନ୍ନ ହେବ। ଏହାକୁ ଶୃଙ୍ଖଳିତ ଭାବେ କରିବା ପାଇଁ ମୁଖ୍ୟମନ୍ତ୍ରୀ ଛତିଶା ନିଯୋଗର ସଦସ୍ୟ ମାନଙ୍କୁ ଅନୁରୋଧ କରିଥିଲେ।

ମହାପ୍ରଭୁଙ୍କ ଅପାର କରୁଣାରୁ ଗୋଟିଏ ସାଧାରଣ ପରିବାରରୁ ଆସି ମୁଖ୍ୟମନ୍ତ୍ରୀ ହୋଇଛି। ଏ ସବୁ ପ୍ରଭୁଙ୍କ ଇଛା। ସେ ପୁଣି କହିଥିଲେ ଯେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶିର୍ବାଦରେ ରାଜ୍ୟ, ଦେଶ ତଥା ଏ ଦୁନିଆ ଚାଲିଛି। ଏହି ବିରଳ ରଥଯାତ୍ରା ମହାପ୍ରଭୁଙ୍କ ଆଶିର୍ବାଦ ଓ ଆପଣ ମାନଙ୍କ ସହଯୋଗରେ ନିଶ୍ଚିତ ରୂପେ ସୁରୁଖୁରୁରେ ସମ୍ପନ୍ନ ହେବ ବୋଲି ସେ ଆଶା ପ୍ରକାଶ କରିଥିଲେ ।

ଛତିଶା ନିଯୋଗ ର ସଦସ୍ୟ ମାନେ ପୂର୍ଣ୍ଣ ସହଯୋଗ କରିବେ ବୋଲି ପ୍ରତିଶ୍ରୁତି ଦେଇ କହିଲେ ଯେ, ଆମ ସେବକ ମାନଙ୍କ ପ୍ରତି ନୂଆ ସରକାରଙ୍କ ଆତ୍ମୀୟତା ଭାବ ଯୋଗୁ ଆମେ ବହୁତ୍ ଖୁସି ଓ ଆନନ୍ଦିତ। ଶ୍ରୀମନ୍ଦିର ପାଇଁ ୫୦୦ କୋଟି ଟଙ୍କାର କର୍ପସ ଫଣ୍ଡ ବ୍ୟବସ୍ଥା କରିଥିବାରୁ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ।

ଆଇନ ମନ୍ତ୍ରୀ ପୃଥିରାଜ ହରିଚନ୍ଦନ ମଧ୍ଯ ରଥଯାତ୍ରା ସୁରୁଖୁରୁରେ ସମ୍ପନ୍ନ କରିବା ପାଇଁ ସଦସ୍ୟ ମାନଙ୍କୁ ନିବେଦନ କରିଥିଲେ। ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା ସେବାୟତ ମାନଙ୍କୁ ବୈଠକକୁ ସ୍ବାଗତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri