ସୁରୁଖୁରୁରେ ରଥ ଯାତ୍ରା ସମ୍ପନ୍ନ କରିବା ପାଇଁ ଛତିଶା ନିଯୋଗର ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୬: ଗୁରୁବାର ରାଜ୍ୟ ଅତିଥି ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶ୍ରୀକ୍ଷେତ୍ର ପୁରୀ ଛତିଶା ନିଯୋଗର ସଦସ୍ୟ ମାନଙ୍କ ସହ ଆଗାମୀ ରଥଯାତ୍ରାକୁ ଶାନ୍ତିଶୃଙ୍ଖଳା ଓ ସୁରୁଖୁରୁ ରେ ସମାପନ କରିବା ପାଇଁ ଆଲୋଚନା କରିଛନ୍ତି ।

ଚଳିତ ବର୍ଷ ରଥଯାତ୍ରା ଏକ ବିରଳ ସଂଯୋଗ। ଗୋଟିଏ ଦିନରେ ୩ ଟି ନୀତି ସହ ରଥଯାତ୍ରା କାମ ସମ୍ପନ୍ନ ହେବ। ଏହାକୁ ଶୃଙ୍ଖଳିତ ଭାବେ କରିବା ପାଇଁ ମୁଖ୍ୟମନ୍ତ୍ରୀ ଛତିଶା ନିଯୋଗର ସଦସ୍ୟ ମାନଙ୍କୁ ଅନୁରୋଧ କରିଥିଲେ।

ମହାପ୍ରଭୁଙ୍କ ଅପାର କରୁଣାରୁ ଗୋଟିଏ ସାଧାରଣ ପରିବାରରୁ ଆସି ମୁଖ୍ୟମନ୍ତ୍ରୀ ହୋଇଛି। ଏ ସବୁ ପ୍ରଭୁଙ୍କ ଇଛା। ସେ ପୁଣି କହିଥିଲେ ଯେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶିର୍ବାଦରେ ରାଜ୍ୟ, ଦେଶ ତଥା ଏ ଦୁନିଆ ଚାଲିଛି। ଏହି ବିରଳ ରଥଯାତ୍ରା ମହାପ୍ରଭୁଙ୍କ ଆଶିର୍ବାଦ ଓ ଆପଣ ମାନଙ୍କ ସହଯୋଗରେ ନିଶ୍ଚିତ ରୂପେ ସୁରୁଖୁରୁରେ ସମ୍ପନ୍ନ ହେବ ବୋଲି ସେ ଆଶା ପ୍ରକାଶ କରିଥିଲେ ।

ଛତିଶା ନିଯୋଗ ର ସଦସ୍ୟ ମାନେ ପୂର୍ଣ୍ଣ ସହଯୋଗ କରିବେ ବୋଲି ପ୍ରତିଶ୍ରୁତି ଦେଇ କହିଲେ ଯେ, ଆମ ସେବକ ମାନଙ୍କ ପ୍ରତି ନୂଆ ସରକାରଙ୍କ ଆତ୍ମୀୟତା ଭାବ ଯୋଗୁ ଆମେ ବହୁତ୍ ଖୁସି ଓ ଆନନ୍ଦିତ। ଶ୍ରୀମନ୍ଦିର ପାଇଁ ୫୦୦ କୋଟି ଟଙ୍କାର କର୍ପସ ଫଣ୍ଡ ବ୍ୟବସ୍ଥା କରିଥିବାରୁ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ।

ଆଇନ ମନ୍ତ୍ରୀ ପୃଥିରାଜ ହରିଚନ୍ଦନ ମଧ୍ଯ ରଥଯାତ୍ରା ସୁରୁଖୁରୁରେ ସମ୍ପନ୍ନ କରିବା ପାଇଁ ସଦସ୍ୟ ମାନଙ୍କୁ ନିବେଦନ କରିଥିଲେ। ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା ସେବାୟତ ମାନଙ୍କୁ ବୈଠକକୁ ସ୍ବାଗତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri