Posted inରାଜ୍ୟ

ଧାନ ଓ କପା ସହିତ ୧୪ଟି ଖରିଫ୍ ଫସଲର ଏମଏସପି ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୬: ଧାନ ଓ କପା ସହିତ ୧୪ଟି ଖରିଫ୍ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍ ପ୍ରସ୍ତାବ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ଜ୍ଞାପନ କରିଛନ୍ତି।

ଦେଶର କୃଷକ ଭାଇ ଭଉଣୀଙ୍କ ସାମୁହିକ ସ୍ବାର୍ଥ କୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀଙ୍କ ଏହି ନିଷ୍ପତ୍ତିକୁ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ସ୍ବାଗତ କରିବା ସହ ଧନ୍ୟବାଦ ଦେଇଛନ୍ତି। ଏହାଦ୍ବାରା ଓଡ଼ିଶାର କୃଷକ ମାନେ ବିଶେଷ ଭାବେ ଉପକୃତ ହେବେ ବୋଲି ସେ କହିଛନ୍ତି।

ବୁଧବାର କେନ୍ଦ୍ର ସରକାର ଧାନ, ରାଗି, ବାଜରା, ମକା, କପା ସମେତ ୧୪ ଖରିଫ ଫସଲର ସର୍ବନିମ୍ନ ସହାୟତା ମୂଲ୍ୟ (ଏମଏସପି) ବୃଦ୍ଧି କରିଛନ୍ତି। କେନ୍ଦ୍ର କ୍ୟାବିନେଟ ଏହାକୁ ଅନୁମୋଦନ କରିଥିବା ସୂଚନ ଦେଇଛନ୍ତି କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ।

ଅଶ୍ୱିନୀ ବୈଷ୍ଣବ କହିଛନ୍ତି ଯେ ”କୃଷକ କଲ୍ୟାଣ ପାଇଁ ଅନେକ ନିଷ୍ପତ୍ତି ମାଧ୍ୟମରେ ପରିବର୍ତ୍ତନ ସହିତ ନିରନ୍ତରତା ଉପରେ ଧ୍ୟାନ ଦେଉଥିବାରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ତୃତୀୟ କାର୍ଯ୍ୟକାଳ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଆଜିର ଏହି ନିଷ୍ପତ୍ତି ସହିତ କୃଷକମାନେ ଏମଏସପି ଆକାରରେ ପ୍ରାୟ ୨ ଲକ୍ଷ କୋଟି ଟଙ୍କା ପାଇବେ। ଯାହା ପୂର୍ବ ସିଜିନ୍ ତୁଳନାରେ ୩୫,୦୦୦ କୋଟି ଟଙ୍କା ଅଧିକ।”


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri