ଆଜି ଭୁବନେଶ୍ୱରରେ ନୁହେଁ, ସମ୍ବଲପୁରରେ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ସମ୍ବଲପୁର,୨୧ା୪(ପ୍ରମୋଦ ବହିଦାର): ଓଡ଼ିଶା ଇତିହାସରେ ପ୍ରଥମଥର ପାଇଁ ଜଣେ ମୁଖ୍ୟମନ୍ତ୍ରୀ ରାଜଧାନୀ ଭୁବନେଶ୍ୱର ବାହାରେ ଲୋକଙ୍କ ଅଭିଯୋଗ ଶୁଣିବେ। ସୋମବାର ସମ୍ବଲପୁରରେ ହେବାକୁ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଭିଯୋଗ ଶୁଣାଣିକୁ ସଫଳତାର ସହିତ ସମ୍ପନ୍ନ କରିବାକୁ ପ୍ରାଥମିକତା ଦିଆଯାଉଛି। ମୁଖ୍ୟମନ୍ତ୍ରୀ ରବିବାର ରାତିରେ ସମ୍ବଲପୁରଠାରେ ପହଞ୍ଚତ୍ ମା’ସମଲେଇଙ୍କ ଦର୍ଶନ କରିଛନ୍ତି। ଅଭିଯୋଗ ଶୁଣାଣିର ଅବ୍ୟବହିତ ପୂର୍ବରୁ ରବିବାର ସକାଳେ ସମ୍ବଲପୁର ମହାନଗର ନିମଗ କାର୍ଯ୍ୟାଳୟରେ ପ୍ରସ୍ତୁତ ଅଭିଯୋଗ ଶୁଣାଣି ପ୍ରକୋଷ୍ଠ ପରିଦର୍ଶନ କରି ପ୍ରସ୍ତୁତିର ସମୀକ୍ଷା କରିବା ଅବସରରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏହା କହିଛନ୍ତି। ସେ କହିଛନ୍ତି, ପଞ୍ଜୀକୃତ ସମସ୍ତ ଅଭିଯୋଗକାରୀଙ୍କ ଅଭିଯୋଗର ଶୁଣାଣି ପାଇଁ ପ୍ରୟାସ କରାଯିବ। ପଞ୍ଜୀକୃତ ହୋଇଥିବା ଏକ ହଜାର ସ୍ଲଟ ମଧ୍ୟରୁ ସର୍ବାଧିକ ପ୍ରାୟ ୫ଶହ ପାଖାପାଖି ସମ୍ବଲପୁରର ଅଭିଯୋଗକାରୀ ରହିଥିବା ବେଳେ ବରଗଡ଼ ଓ ଝାରସୁଗୁଡ଼ାର ଅଭିଯୋଗକାରୀଙ୍କ ସଂଖ୍ୟା ଯଥାକ୍ରମେ ଦ୍ୱିତୀୟ ଓ ତୃତୀୟ ସ୍ଥାନରେ ରହିଛି। ଏଠାରେ କେବଳ ପଶ୍ଚିମ ଓଡ଼ିଶାର ନୁହେଁ, ବରଂ କଟକର ମଧ୍ୟ କେତେଜଣ ଅଭିଯୋଗକାରୀ ପଞ୍ଜୀକୃତ ହୋଇଛନ୍ତି। ଶୁଣାଣି ବେଳେ ନାମ ପଞ୍ଜୀକରଣ ସହିତ ସମ୍ପୃକ୍ତ ଅଭିଯୋଗକାରୀ ଉପସ୍ଥିତ ରହିବା ଅନିବାର୍ଯ୍ୟ। ତେବେ ସମସ୍ତ ଅଭିଯୋଗକାରୀଙ୍କ ସମସ୍ୟାର ଶୁଣାଣି ମାଧ୍ୟମରେ ଯଥାଶୀଘ୍ର ଯେମିତି ସମାଧାନ ହୋଇପାରିବ ତାହା ଉପରେ ବିଶେଷ ଗୁରୁତ୍ୱ ଦିଆଯିବ। ତେବେ ବର୍ତ୍ତମାନ ଜାରି ରହିଥିବା ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ବିଭିନ୍ନ ଜିଲାରୁ ଆସୁଥିବା ଅଭିଯୋଗକାରୀଙ୍କ ସୁବିଧା ଓ ସୁରକ୍ଷା ପ୍ରତି ବିଶେଷ ଗୁରୁତ୍ୱ ଦିଆଯିବ ବୋଲି ମନ୍ତ୍ରୀ ପୂଜାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?