ଆଜି ଭୁବନେଶ୍ୱରରେ ନୁହେଁ, ସମ୍ବଲପୁରରେ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ସମ୍ବଲପୁର,୨୧ା୪(ପ୍ରମୋଦ ବହିଦାର): ଓଡ଼ିଶା ଇତିହାସରେ ପ୍ରଥମଥର ପାଇଁ ଜଣେ ମୁଖ୍ୟମନ୍ତ୍ରୀ ରାଜଧାନୀ ଭୁବନେଶ୍ୱର ବାହାରେ ଲୋକଙ୍କ ଅଭିଯୋଗ ଶୁଣିବେ। ସୋମବାର ସମ୍ବଲପୁରରେ ହେବାକୁ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଭିଯୋଗ ଶୁଣାଣିକୁ ସଫଳତାର ସହିତ ସମ୍ପନ୍ନ କରିବାକୁ ପ୍ରାଥମିକତା ଦିଆଯାଉଛି। ମୁଖ୍ୟମନ୍ତ୍ରୀ ରବିବାର ରାତିରେ ସମ୍ବଲପୁରଠାରେ ପହଞ୍ଚତ୍ ମା’ସମଲେଇଙ୍କ ଦର୍ଶନ କରିଛନ୍ତି। ଅଭିଯୋଗ ଶୁଣାଣିର ଅବ୍ୟବହିତ ପୂର୍ବରୁ ରବିବାର ସକାଳେ ସମ୍ବଲପୁର ମହାନଗର ନିମଗ କାର୍ଯ୍ୟାଳୟରେ ପ୍ରସ୍ତୁତ ଅଭିଯୋଗ ଶୁଣାଣି ପ୍ରକୋଷ୍ଠ ପରିଦର୍ଶନ କରି ପ୍ରସ୍ତୁତିର ସମୀକ୍ଷା କରିବା ଅବସରରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏହା କହିଛନ୍ତି। ସେ କହିଛନ୍ତି, ପଞ୍ଜୀକୃତ ସମସ୍ତ ଅଭିଯୋଗକାରୀଙ୍କ ଅଭିଯୋଗର ଶୁଣାଣି ପାଇଁ ପ୍ରୟାସ କରାଯିବ। ପଞ୍ଜୀକୃତ ହୋଇଥିବା ଏକ ହଜାର ସ୍ଲଟ ମଧ୍ୟରୁ ସର୍ବାଧିକ ପ୍ରାୟ ୫ଶହ ପାଖାପାଖି ସମ୍ବଲପୁରର ଅଭିଯୋଗକାରୀ ରହିଥିବା ବେଳେ ବରଗଡ଼ ଓ ଝାରସୁଗୁଡ଼ାର ଅଭିଯୋଗକାରୀଙ୍କ ସଂଖ୍ୟା ଯଥାକ୍ରମେ ଦ୍ୱିତୀୟ ଓ ତୃତୀୟ ସ୍ଥାନରେ ରହିଛି। ଏଠାରେ କେବଳ ପଶ୍ଚିମ ଓଡ଼ିଶାର ନୁହେଁ, ବରଂ କଟକର ମଧ୍ୟ କେତେଜଣ ଅଭିଯୋଗକାରୀ ପଞ୍ଜୀକୃତ ହୋଇଛନ୍ତି। ଶୁଣାଣି ବେଳେ ନାମ ପଞ୍ଜୀକରଣ ସହିତ ସମ୍ପୃକ୍ତ ଅଭିଯୋଗକାରୀ ଉପସ୍ଥିତ ରହିବା ଅନିବାର୍ଯ୍ୟ। ତେବେ ସମସ୍ତ ଅଭିଯୋଗକାରୀଙ୍କ ସମସ୍ୟାର ଶୁଣାଣି ମାଧ୍ୟମରେ ଯଥାଶୀଘ୍ର ଯେମିତି ସମାଧାନ ହୋଇପାରିବ ତାହା ଉପରେ ବିଶେଷ ଗୁରୁତ୍ୱ ଦିଆଯିବ। ତେବେ ବର୍ତ୍ତମାନ ଜାରି ରହିଥିବା ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ବିଭିନ୍ନ ଜିଲାରୁ ଆସୁଥିବା ଅଭିଯୋଗକାରୀଙ୍କ ସୁବିଧା ଓ ସୁରକ୍ଷା ପ୍ରତି ବିଶେଷ ଗୁରୁତ୍ୱ ଦିଆଯିବ ବୋଲି ମନ୍ତ୍ରୀ ପୂଜାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କ ନାକରୁ ବାହାରିଲା ରକ୍ତ: ଅଟକରୁ ମୁକ୍ତ ହେବା ପରେ ପିଏମ ମୋଦିଙ୍କୁ ଏମିତି ମେସେଜ୍‌ ଦେଲେ ରାହୁଲ

ନୂଆଦିଲ୍ଲୀ,୨୨।୭: ପ୍ରଧାନମନ୍ତ୍ରୀ ବାସବଭନ ବାହାରେ ଛାତ୍ରୀଛାତ୍ରଙ୍କ ବିଭିନ୍ନ ପ୍ରସଙ୍ଗକୁ ନେଇ ହୋଇଥିବା ପ୍ରତିବାଦ ପ୍ରଦର୍ଶନ ପରେ ହାଜତକୁ ନିଆଯାଇଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri